Posted inRasifala

ରାଶିଫଳ: ବୁଧବାର, ଜାନୁୟାରୀ ୫ ତାରିଖ – Daily Horoscope

ମେଷ
ପର ଲୋକଙ୍କ ସାହାଯ୍ୟ,ସହଯୋଗ ବିଶେଷଭାବରେ ଅନୁଭୂତ ହେବ। ଯୁକ୍ତିଯୁକ୍ତ କଥା ଓ ନିରପେକ୍ଷ ନ୍ୟାୟ ପ୍ରଦାନ କରି ବନ୍ଧୁଗହଣରେ ବହୁ ଚର୍ଚ୍ଚିତ ହେବେ। ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ସତ କିନ୍ତୁ ଏଥିପାଇଁ ବହତୁ ମେହେନତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।
ବୃଷ
ବୃଷ
ଆନୁଷ୍ଠାନିକ କାମରେ ବ୍ୟସ୍ତ ରହି ଗୁରୁତ୍ୱପୂର୍ଣ୍ଣ କାମକୁ ପାସୋରି ଦେବେ। ଉଚ୍ଚଶିକ୍ଷା, ଗବେଷଣା, ରଚନାମତ୍କ କାର୍ଯ୍ୟ, ସାହିତ୍ୟ, ସଂସ୍କୃତି କ୍ଷେତ୍ରରେ ସଫଳତା ପ୍ରଦାନ କରିବ। ବନ୍ଧୁଙ୍କ ମୁହଁରେ ଗୋପନୀୟ କଥା ପ୍ରକାଶ କରି ନ ପାରିବାରୁ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହେବ। ବୃଥା ଭ୍ରମଣ ଓ ଅଯଥା ଗୁଡ଼ାଏ ମୂଲହୀନ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରିପାରନ୍ତି।
ମିଥୁନ
ମିଥୁନ
ବିଚାରଧାରା ଅନୁଯାୟୀ ଦିନଟି ବିଶେଷ ସଫଳତା ପ୍ରଦାନ କରିବ। ପାରିବାରିକ ସଦ୍‌ଭାବରେ, ବୁଝାମଣା ମାଧ୍ୟମରେ ସୁଖ, ଶାନ୍ତି ଫେରି ଆସିବ। ସରକାରୀ ସ୍ତରରୁ ଅର୍ଥ ଲାଭକରି ଋଣ ପରିଶୋଧ କରିବାରେ ସଫଳ ହେବେ। ବାଣିଜ୍ୟ, ବ୍ୟବସାୟ, କୁଟୀର ଶିଳ୍ପ, କଳା, ସାହିତ୍ୟରେ ସମସ୍ୟା ସମାଧାନ ପୂର୍ବକ ଆଶା ପୂରଣ ହୋଇଯିବ।
କର୍କଟ
କର୍କଟ
ବନ୍ଧୁଙ୍କ ସହାନୁଭୂତିଭରା କଥା ଏବଂ ପାରିବାରିକ ଆଶ୍ୱାସନା ହେତୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ଇଚ୍ଛା ନ ଥିଲେ ମଧ୍ୟ ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ଶାରୀରିକ ସୁସ୍ଥତା ସହ ଆର୍ଥିକ ଉନ୍ନତି ପାଇଁ ପ୍ରଯନତ୍ କରିବେ।
ସି˚ହ
ସି˚ହ
ଆପଣଙ୍କ କଥା ଓ କାମ ବହୁଜନ ପ୍ରଶଂସିତ ହୋଇପାରେ। ପୂର୍ବରୁ ସମସ୍ୟା ରହିଥିଲେ ମଧ୍ୟ ପରିବାରର ସହମତିରେ କାମ କଲେ ଉପକୃତ ହେବେ। ରାଜନୀତି ଓ ସାଂଗଠନିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ପ୍ରତିଯୋଗିତାରେ, ମାଲିମକଦ୍ଦମାରେ, ଜମିଜମା କିଣାବିକାରେ ସଫଳତା ଯୋଗୁ ମନ ଖୁସି ରହିବ।
କନ୍ୟା
ଶତ୍ରୁତା ଓ ରୋଗପୀଡ଼ା କିମ୍ବା ଧାରକରଜଜନିତ ମାନସିକ ଅସ୍ଥିରତା ମନକୁ ବିଚଳିତ କରିବ। ଆପଣ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି ତାହା ବହୁତ ବିଳମ୍ବିତ ସମୟରେ ପାଇବେ। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ବନ୍ଧୁମାନେ ଭୁଲ୍‌ ବୁଝିବେ। ବ୍ୟବସାୟ ଓ ପରିବହନରେ ସଂକଟ ଦୂରେଇଯିବ କିନ୍ତୁ ଆଶାଜନକ ଲାଭ ନ ହୋଇପାରେ। ଉଚ୍ଚବର୍ଗଙ୍କ ସାହାଯ୍ୟରୁ ଆଶା ପୂରଣ ହେବା ସଙ୍ଗକୁ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଦୀର୍ଘ ଦିନରୁ ସମ୍ପର୍କରେ ଭଟ୍ଟା ପଡ଼ିଯାଇଥିବା ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବ।
ବିଛା
ବିଛା
ଆପଣଙ୍କ ଆଶା ଓ ଅଭିଳାଷ ପୂରଣ ଦିଗରେ ବନ୍ଧୁମାନେ ସାହାଯ୍ୟ କରିବେ। ଅଭାବ ନ ଥିଲେ ମଧ୍ୟ ଅତ୍ୟଧିକ ଖର୍ଚ୍ଚ ଯୋଗୁ ମନରେ ସରସତା ରହିବ ନାହିଁ। କୃଷି, ବାଣିଜ୍ୟ, ବ୍ୟବସାୟ, ପରିବହନ, ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା ତଥା ରାଜନୀତିରେ ଚେଷ୍ଟା ସଫଳ ହେବେ। କାନକୁହା କଥାକୁ ବିଶ୍ୱାସ କଲେ ପାରିବାରିକ ଅଶାନ୍ତି ସୃଷ୍ଟି ହେବ।
ଧନୁ
ଧନୁ
କର୍ମକ୍ଷେତ୍ର, ପରିବାର, ପ୍ରଶାସନ ଓ ଅର୍ଥ ସମ୍ପର୍କୀୟ ସମସ୍ୟାକୁ ପ୍ରତିହତ କରିବେ। ଆନୁଷ୍ଠାନିକ କ୍ଷେତ୍ର, ଶିଳ୍ପ, ବାଣିଜ୍ୟ, ବ୍ୟବସାୟିକ ସ୍ତରରେ ରହିଥିବା ଟେନସନ୍‌ କମିଯିବ। ରାଜନୀତି, କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତ ଚର୍ଚ୍ଚା ପାଇଁ ଦିନଟି ଭଲ। ଆମତ୍ୀୟ ସ୍ବଜନଙ୍କ ସ୍ବତନ୍ତ୍ର ନିମନ୍ତ୍ରିତ କ୍ରମେ ଭ୍ରମଣ ସୁଯୋଗ ଲାଭ କରିପାରନ୍ତି।
ମକର
ମକର
ଆପଣଙ୍କ କଥା ଓ କାମରେ ତାଳମେଳ ଅଭାବରୁ ସମାଲୋଚିତ ହେବେ। କୌଣସି କାମ ପୂର୍ଣ୍ଣାଙ୍ଗ ହୋଇ ପାରିବ ନାହିଁ ବରଂ କ୍ଷତିରେ ପଡ଼ିବାର ଆଶଙ୍କା ରହିଛି। ଖଳ ଲୋକମାନଙ୍କ ପ୍ରାୟୋଜିତ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ଆନୁଷ୍ଠାନିକ କାମ ମଧ୍ୟରେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ପୂର୍ଣ୍ଣତଃ ଭଲ ନ ଥିଲେ ମଧ୍ୟ ନିୟନ୍ତ୍ରଣ ବାହାରକୁ ଯିବ ନାହିଁ। କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ଈର୍ଷାପରାୟଣତା ଆପଣଙ୍କ ପାଇଁ ସମସ୍ୟାର କାରଣ ପାଲଟି ଯିବ। ସାମାଜିକ ସ୍ତରରେ ବନ୍ଧୁମାନଙ୍କୁ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସଜାଡି ନେବେ। ଆପଣଙ୍କ କଥାକୁ ବିଶ୍ୱାସ କରି ମିତ୍ରମାନେ ସହଯୋଗର ହାତ ବଢ଼ାଇପାରନ୍ତି।
ମୀନମୀନ
ଆତ୍ମୀୟଙ୍କ ଶତ୍ରୁତା ଓ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ସକାଶରୁ ଆନମନା ରହିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ବକେୟା କାମ ଓ ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ଆର୍ଥିକ ସ୍ଥିତି ପ୍ରାୟତଃ ପୂର୍ବଭଳି ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri