Posted inRasifala

ରାଶିଫଳ: ମଙ୍ଗଳବାର, ଜୁଲାଇ ୫ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର କେନ୍ଦ୍ରରେ ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ମାଙ୍ଗଳିକ କାମରେ ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ କରିପାରନ୍ତି। ପ୍ରଶାସନିକ ସ୍ତରରେ, ସଭାସମିତି, ରାଜନୀତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। ମୃଗଶିରା ନକ୍ଷତ୍ର ସକାଶେ ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହଁି।
ମିଥୁନ
ମିଥୁନ
ଆଜି ଭାବିବେ ଗୋଟିଏ, କରିବେ ଗୋଟିଏ। କଳା, ସାହିତ୍ୟ, ସଙ୍ଗୀତ ସାମ୍ବାଦିକତା ଓ ପ୍ରଶାସନିକ କ୍ଷେତ୍ରରେ ସଫଳତା ବିଳମ୍ବରେ ପାଇବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ସହକର୍ମୀମାନେ କୌଶଳରେ କାର୍ଯ୍ୟ ହାସଲ କରିବାରେ ପଛାଇବେ ନାହିଁ।
କର୍କଟ
କର୍କଟ
କର୍ମଭାବର ଶୁଭପ୍ରଭାବରୁ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉସତ୍ାହିତ ହେବେ। ଗୁପ୍ତ ଶତ୍ରୁଙ୍କ ସକ୍ରିୟତା ବୃଦ୍ଧି ପାଇବ, ଏଣୁ ସାବଧାନତା ଆବଶ୍ୟକ। ବନ୍ଧୁସମ୍ପର୍କରେ, ଲେଖାପଢ଼ାରେ, ଆଲୋଚନା ତଥା ଚୁକ୍ତିପତ୍ର ସମ୍ପାଦନାରେ ସଫଳତା ହାସଲ କରିବେ। ନିମନ୍ତ୍ରଣ ପାଇ ଯାତ୍ରା ଓ ମାଙ୍ଗଳିକ କାମରେ ସହଯୋଗ କରି ଖୁସି ରହିବେ।
ସି˚ହ
ସି˚ହ
ଶୁକ୍ରଙ୍କ ପ୍ରଭାବରୁ କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ଦ୍ୱାରା କାର୍ଯ୍ୟ ସାଧନ କରିବେ। ଶନିଙ୍କ ସ୍ଥିତିଜନିତ ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ ଆଜି ଅଧିକାଂଶ ସମୟ ବିତିବ। ବାଣିଜ୍ୟ ଓ ପରିବହନରେ ହଠାତ୍‌ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି।
କନ୍ୟା
ଧନସ୍ଥାନକୁ ପାପଗ୍ରହର ଦୃଷ୍ଟିହେତୁ ଆର୍ଥିକ ସମସ୍ୟା ବୃଦ୍ଧି ପାଇବା କାରଣରୁ କୌଣସି କାମରେ ଉସତ୍ାହିତ ହୋଇପାରିବେ ନାହିଁ। ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ। ସାମାଜିକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ଅର୍ଥାଭାବରୁ କୌଣସି କାମ କରିବାରେ ପଛେଇ ଯାଇପାରନ୍ତି।
ତୁଳା
ତୁଳା
ପାରିବାରିକ ସମସ୍ୟା ବନ୍ଧୁଙ୍କ ସମ୍ମୁଖରେ ପ୍ରକାଶ କରିବାରେ ପଛେଇଯିବେ। କର୍ମକ୍ଷେତ୍ରରେ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ। ଆଜି ଦିନଟିର ଅଧିକାଂଶ ସମୟ କାର୍ଯ୍ୟବ୍ୟସ୍ତତା ମଧ୍ୟରେ କଟାଇବେ।
ବିଛା
ବିଛା
ଶନିଜନିତ ପାରିବାରିକ ସମସ୍ୟା ଯୋଗୁ ମନ ଭାରାକାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନାକୁ ଏଡ଼ି ହେବ ନାହିଁ। ଆବଶ୍ୟକତା ପୂରଣ କରିବା ସକାଶେ ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାରକରଜ କରିବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ଆଜିର ଗ୍ରହସ୍ଥିତି ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାକୁ ସମସ୍ୟା ବହୁଳ କରିପାରନ୍ତି। କଠୋର କଥା କହିବା କାରଣରୁ ନିଜ ନିଜ ମଧ୍ୟରେ କଳହ ଦେଖାଦେଇପାରେ। ରାଜନୀତିରେ, ରଚନାମତ୍କ କାମରେ, କଳା, ସାହିତ୍ୟରେ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବ।
ମକର
ମକର
ଅଷ୍ଟମ ଚନ୍ଦ୍ରର କୁପ୍ରଭାବରେ ଯାତ୍ରାରେ କଳହ, ଧନହାନି ସାଙ୍ଗକୁ ପରିବାରର ଅଶାନ୍ତିର ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ସମସ୍ୟା କାରଣରୁ ମନ ବିଚଳିତ ରହିବ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ସରକାରୀ ସ୍ତରରୁ ସୁବିଧା ସୁଯୋଗ ପାଇ କାମ ହାସଲ କରିବାର ସୁଯୋଗ ପାଇପାରନ୍ତି।
କୁମ୍ଭ
କୁମ୍ଭ
ଆଜିର କାମଗୁଡିକ ସମ୍ପନ୍ନ ହେବାରେ ବାଧାବିଘ୍ନର ସମ୍ମୁଖୀନ ହେବାକୁ ପଡ଼ିପାରେ। ଶତଭିଷା ନକ୍ଷତ୍ର ପାଇଁ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଦୀର୍ଘ ଦିନରୁ ପଡି ରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।
ମୀନମୀନ
ଆଜି ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ଭାବରେ ସଫଳତା ପାଇପାରିବେ। ଅର୍ଥ ସମ୍ପର୍କକୁ ନେଇ କୌଣସି ବନ୍ଧୁଙ୍କ ସହ ବିବାଦଗ୍ରସ୍ତ ହେବେ ଓ ତିକ୍ତତା ସୃଷ୍ଟି ହେବା ସମ୍ଭାବନା ରହିଛି। ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri