Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୫ ତାରିଖ – Daily Horoscope

ମେଷ
ଆଜିର ଦଶମ ଚନ୍ଦ୍ର ପ୍ରଭାବରେ କର୍ମକ୍ଷେତ୍ରରେ ଆଲୋଚନାରେ ଅଗ୍ରଣୀ ହେବେ। କିନ୍ତୁ ଲ-ନାମାକ୍ଷର ବ୍ୟକ୍ତିମାନେ ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ। ବିବାଦୀୟ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପିବ। ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ଆକସ୍ମିକ ସାମୟିକ ବିବାଦ ଦେଖାଦେଇ ପଡ଼ିପାରେ।
ବୃଷ
ବୃଷ
ଆଜି ବିଶେଷ କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ନିଜର ସ୍ବାର୍ଥ ହାସଲ କରିପାରନ୍ତି। ମାତ୍ର ବ-ନାମାକ୍ଷର ବ୍ୟକ୍ତିମାନେ ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ଆନୁଷ୍ଠାନିକ କାମ ସକାଶେ ବ୍ୟସ୍ତ ରହିପାରନ୍ତି।
ମିଥୁନ
ମିଥୁନ
ଆଜି ଯେତିକି ପାଇବେ ତାହାର ଦୁଇଗୁଣା ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। କୌଣସି ବ୍ୟକ୍ତିଙ୍କୁ କଟୁସତ୍ୟ କହିବା ଦ୍ୱାରା ସେମାନଙ୍କ ସହ ତିକ୍ତତା ସୃଷ୍ଟି ଆଶଙ୍କା ରହିଛି। କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାମଟି ମଧ୍ୟ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସଂଗଠନ ମଜଭୁତ ହେବ। କାମ ଆରମ୍ଭ କରି ପ୍ରଶଂସିତ ହେବେ।
କର୍କଟ
କର୍କଟ
ସାଧାରଣ କଥାକୁ କେନ୍ଦ୍ରକରି ଭାଇ, ବନ୍ଧୁ ଓ କୁଟୁମ୍ବଙ୍କ ସହ ପାଟିତୁଣ୍ଡ ସମ୍ଭାବନା ରହିଛି। କିନ୍ତୁ ହ-ନାମାକ୍ଷର ବ୍ୟକ୍ତିମାନେ ଜଣେ ପ୍ରତିୟଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହୋଇପାରନ୍ତି। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ। କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।
ସି˚ହ
ସି˚ହ
ମଘା ନକ୍ଷତ୍ର କୌଣସି କଥା ବିଚାର ନ କରି ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ମୂଲ୍ୟହୀନ କାମ କରିପାରନ୍ତି। କ୍ରୀଡା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିପାରିବେ। କଚେରୀ ମାମଲାର ଶୁଣାଣିରୁ ମନ ଖୁସୀ ରହିବ। ପରିବାରବର୍ଗଙ୍କ ସହାୟତା ପାଇବେ ଓ ଖୁସି ମନରେ କାମ କରିବେ।
କନ୍ୟା
ଉଦ୍ୟମ ଜାରି ରଖିଲେ ମଧ୍ୟ ସହଜରେ କାମ ହାସଲ କରିବା କଷ୍ଟକର ହୋଇପାରେ। ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିବେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ। ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି।
ତୁଳା
ତୁଳା
ବିଭିନ୍ନ ପ୍ରକାରର ଦୁଶ୍ଚିନ୍ତାର କଳ୍ପନା କରି ମାନସିକ ସ୍ଥିତି ଭଲ ରହିବ ନାହିଁ। ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ, ମାତ୍ର ଆପଣ କର୍ମମୁଖର ହୋଇଯିବେ। ସ୍ବାତୀ ନକ୍ଷତ୍ରର ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ। ହିତୈଷୀମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା କିମ୍ବା ଆନୁଷ୍ଠାନିକ ଦିଗକୁ ମନ ବଳାଇବେ।
ବିଛା
ବିଛା
ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ପ୍ରାୟତଃ ମନ୍ଦ ହେବନି। କିନ୍ତୁ ସାମୟିକ ଭାବରେ ଉପକୃତ ବ୍ୟକ୍ତିମାନେ ହିଁ ଅନିଷ୍ଟ ଚିନ୍ତା କରିବେ। ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରି ସଫଳ ହେବେ। ପ୍ରଶାସନ ଓ ପରିବହନରେ ସମସ୍ୟା ଦେଖା ଦେଇଥିଲେ ସୁଦ୍ଧା ବିଶେଷ କିଛି ଅସୁବିଧା ହେବନାହିଁ।
ଧନୁ
ଧନୁ
ସମସ୍ୟା ମଧ୍ୟରେ ଚଳିବାକୁ ପଡୁଥିଲେ ମଧ୍ୟ ଆଜି କିଛିଟା ସାନ୍ତ୍ୱନାଦାୟକ ସ୍ଥିତି ଦେଖାଦେବ। କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଅଫିସରେ ସହକର୍ମୀ ମାନଙ୍କ ସହ ମିଷ୍ଟାଳାପରେ ମାତି ରହିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ।
ମକର
ମକର
କାମ ହାସଲ ସକାଶେ ବିଶ୍ୱାସ ଜନ୍ମାଇ ଜଣେ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ପୂର୍ବ ବିବାଦକୁ କେନ୍ଦ୍ରକରି ବିଭିନ୍ନ ଝମେଲା ସୃଷ୍ଟି କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢ଼ା ପ୍ରଭୃତିରୁ ସୁଫଳ ପାଇବେ। ଅନ୍ୟମନସ୍କ କିମ୍ବା ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରତିରୋଧର ସାମନା କରି ଦିନଟିକୁ ଅତିବାହିତ କରିବାକୁ ପଡ଼ିପାରେ। ବାଣିଜ୍ୟ ଓ ପରିବହନରେ ତର୍କ ବିତର୍କ ଓ ସାଧାରଣ କଥାକୁ କେନ୍ଦ୍ରକରି ପାଟିତୁଣ୍ଡ ଲାଗି ରହିବ। ପାରିବାରିକ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରି ପାରନ୍ତି। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।
ମୀନମୀନ
ବୁଝାମଣା ଅଭାବରୁ ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ। ପରିସ୍ଥିତି ବଶତଃ ଧାରକରଜ କରି ଆବଶ୍ୟକତାକୁ ଚଳାଇ ନେବେ। ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ। ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତିକୁ ବିଶ୍ୱାସ କରି ଖାଲରେ ପଡ଼ିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ଦଶମ ଚନ୍ଦ୍ର ପ୍ରଭାବରେ ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ରାଗିଯାଇଥିବା ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ ଗୁରୁମଙ୍ଗଳ ଯୋଗରୁ ପରିବାରରେ ଶାନ୍ତି ଓ ସହାବସ୍ଥାନ ସାଙ୍ଗକୁ ନୂତନ ଗୃହଲାଭର ଯୋଗ ଆସିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହିପାରନ୍ତି।…

ରାଶିଫଳ: ରବିବାର, ସେପ୍ଟେମ୍ବର 20 ତାରିଖ – Daily Horoscope

ମେଷ ଆଜି ପିଲାମାନଙ୍କ କଥା, ଶିକ୍ଷା ସମ୍ପର୍କୀୟ ସମସ୍ୟା, ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସମସ୍ୟାମୁକ୍ତ ରହିବେ। ଅଟକି ରହିଥିବା କାମକୁ…

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?