Posted inRasifala

ରାଶିଫଳ: ଶନିବାର, ଜୁନ୍‌ ୫ ତାରିଖ – Daily Horoscope

ମେଷ
ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବା ସଙ୍ଗକୁ ଲକ୍ଷ୍ୟ ମଧ୍ୟ ପୂରଣ ହୋଇଯିବ। ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବାଣିଜ୍ୟ, ନିର୍ମାଣ ତଥା ପରିବହନରେ ପ୍ରତିଯୋଗିତାମୂଳକ ମନୋଭାବ ଉପୁଜି ପାରେ।
ବୃଷ
ବୃଷ
ପାରିବାରିକ ସମସ୍ୟା ବାରମ୍ବାର ମନରେ ଚିନ୍ତା କରି ମନଟା ଭଲ ରହିବ ନାହିଁ। ଏଣେ କର୍ମକ୍ଷେତ୍ରର ବିଭିନ୍ନ ପ୍ରକାରର ଘଟଣାବଳୀ ମନକୁ ବାରମ୍ବାର ଆଲୋଡିତ କରିବ। ପୁଣି କେତେକ କ୍ଷେତ୍ରରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇବା ସକାଶେ ମନ ବଳାଇବେ। ବନ୍ଧୁ ମାନଙ୍କ ପ୍ରତି ସ୍ନେହ ଶ୍ରଦ୍ଧା ଓ ପ୍ରେମାନୁରାଗୀ ହୋଇପାରନ୍ତି।
ମିଥୁନ
ମିଥୁନ
ଆଜିର ଦିନଟି ସାମଗ୍ରୀକ ଦୃଷ୍ଟିକୋଣରୁ ବହୁତ ଭଲ। ହାତକୁ ନେଇଥିବା କାମଗୁଡିକ ସହଜ ଓ ସୁବିଧାରେ ହୋଇଯିବ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସାମାନ୍ୟ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ଓ କିଛି କରିବା ସକାଶେ ମନବଳାଇ କର୍ମମୁଖର ହେବେ। ପଡୋଶୀଙ୍କୁ କାମରେ ଲଗାଇ କୌଶଳରେ କାର୍ଯ୍ୟ ହାସଲ କରିନେବେ।
କର୍କଟ
କର୍କଟ
ପ୍ରତି କ୍ଷେତ୍ରରେ ନିଜକୁ ଖାପଖୁଆଇ ପାରିଲେ କିଛି ଅସୁବିଧା ହେବନାହିଁ। ପରିସ୍ଥିତିକୁ ଯେତିକି ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ପ୍ରତିଦ୍ୱନ୍ଦ୍ୱିତା ବଢି ଚାଲିବା କାରଣରୁ ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହୋଇପାରନ୍ତି।
ସି˚ହ
ସି˚ହ
ଏକ ଭିନ୍ନ ପରିସ୍ଥିତିରେ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭ କରି ଅଟକି ରହିଥିବା କାମଟି ହଠାତ୍‌ ହୋଇଯିବ। ସ୍ତ୍ରୀଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ ଓ କାମଗୁଡିକ ସୁବିଧାରେ ସମ୍ପନ୍ନ ହେବ। ଅର୍ଥ ଲାଭ ସଙ୍ଗକୁ ଶାରୀରିକ ସୁସ୍ଥତା ଓ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଅପ୍ରିୟ ସତ୍ୟ କହି ବନ୍ଧୁଙ୍କ ଚକ୍ଷୁଶୂଳ ହେବେ।
କନ୍ୟା
କର୍ମକ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ଓ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ପର କଥାରେ ଭୁଲ ମାର୍ଗ ଅନୁସରଣ କରି ହଇରାଣ ହେବାକୁ ପଡିପାରେ। ଅପୂରଣୀୟ ଆଶା ମନକୁ ଆଲୋଡନ କରିବା କାରଣରୁ ସାମୟିକ ଅଶାନ୍ତ ରହିବେ। ଆମଦାନୀ କାରବାର କ୍ଷେତ୍ରରେ ବ୍ୟବସାୟିକ ସ୍ଥିତି ସୁଦୃଢ ରହିବ ଓ ଲାଭବାନ ମଧ୍ୟ ହେବେ।
ତୁଳା
ତୁଳା
ପୂର୍ବ ଶତ୍ରୁତାକୁ ନେଇ ବନ୍ଧୁଙ୍କ ସଦ୍‌ଭାବ ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ। ଅବଶ୍ୟ ପଦସ୍ଥ ବ୍ୟକ୍ତିଙ୍କ ନିକଟରୁ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ଶିଳ୍ପ, ବାଣିଜ୍ୟ, ରାଜନୀତି ଓ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସକାଳ ସମୟଟି ବହୁତ ଭଲ, ଅର୍ଥଲାଭ ଓ ବନ୍ଧୁ ମିଳନ ଅବଶ୍ୟ ଘଟିବ।
ବିଛା
ବିଛା
ଆଜି ସ୍ବାସ୍ଥ୍ୟରେ ଉନ୍ନତି, ପ୍ଲଟିଂ କାରବାରରେ ଅଗ୍ରଗତି, ବିବାଦୀୟ ଘଟଣାରେ ବିଜୟ ଲାଭର ସୂଚନା ରହିଛି। ଚେଷ୍ଟା କରୁଥିବା କାମ ନ ହେବା କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ଉଦାସ ରହିବେ। ଆର୍ଥିକ ଅଭାବ ବୋଧଜନିତ କେତେକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି। କ୍ରୀଡା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ଆଜି ଘର କଥା ଓ ପିଲାଙ୍କ କିଛି ବ୍ୟତିକ୍ରମ ହେତୁ ମନ ଅସ୍ଥିର ରହିପାରେ। ବ୍ୟବସାୟ, ପରିବହନ, ବାଣିଜ୍ୟ ମାନ୍ଦା ହେବ ନାହିଁ। ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ସାମାଜିକ ସ୍ତରରେ ପ୍ରିୟ କଥା କହି ସମସ୍ୟା ସୁଧାରି ନେବେ। ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।
ମକର
ମକର
ଆଜିର ଯାତ୍ରାରେ ସଫଳତା ମିଳିବ ଓ ଯେଉଁ କାମରେ ବାହାରିଛନ୍ତି ସେଥିରେ କୃତକାର୍ଯ୍ୟ ହେବେ। ମାଲିମକଦ୍ଦମା, ବ୍ୟବସାୟ, ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କୈାଣସି ଗୁରୁତ୍ୱପୂର୍ଣ୍ଣ ବିଷୟାଲୋଚନା ପରିପ୍ରେକ୍ଷୀରେ ସମ୍ପର୍କୀୟ ପରାମର୍ଶ ଲୋଡ଼ିପାରନ୍ତି। ଧୈର୍ଯ୍ୟର ସହ ପରିସ୍ଥିତିକୁ ସାମ୍ନା କଲେ ଉପକୃତ ହେବେ।
କୁମ୍ଭ
କୁମ୍ଭ
ଜଣେ ବନ୍ଧୁଙ୍କୁ ଅନୁରୋଧ କରି ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଗୃହସୀମା ଜନିତ ବିବାଦ, କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ କିଛି ବ୍ୟାଙ୍କ ଜମା ମଧ୍ୟ କରି ପାରିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନରୁ ବହୁତ ଲାଭ ପାଇବେ।
ମୀନମୀନ
ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ଅବଶ୍ୟ ସଫଳତା ପାଇବେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ। ଖାଦ୍ୟପେୟର ବିଷମତା ଜନିତ ହଠାତ୍‌ ଅଜୀର୍ଣ୍ଣ ଓ ଆମାଶୟ ଦେଖା ଦେଇପାରେ। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri