Posted inRasifala

ରାଶିଫଳ: ସୋମବାର, ଜୁନ୍ ୫ ତାରିଖ – Daily Horoscope

ମେଷ
ନବମ ଚନ୍ଦ୍ର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବା ସାଙ୍ଗକୁ ଲକ୍ଷ୍ୟ ମଧ୍ୟ ପୂରଣ ହୋଇଯିବ। ଗତକାଲିଠାରୁ ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିପାରିବେ। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଯୋଗିତାମୂଳକ ମନୋଭାବ ଉପୁଜିବ।
ବୃଷ
ବୃଷ
ଅଷ୍ଟମରେ ଚନ୍ଦ୍ର ପଡ଼ୋଶିନୀ କିମ୍ବା ସମ୍ପର୍କୀୟା ଭଉଣୀଙ୍କ ସହ ମତାନ୍ତର ସୃଷ୍ଟି କରିବ। ପାରିବାରିକ ସମସ୍ୟା ବାରମ୍ବାର ମନରେ ଚିନ୍ତା କରି ମନଟା ଭଲ ରହିବ ନାହିଁ। ଏଣେ କର୍ମକ୍ଷେତ୍ରର ବିଭିନ୍ନ ଘଟଣାବଳୀ ମନକୁ ଆଲୋଡିତ କରିବ। ପୁଣି କେତେକ କ୍ଷେତ୍ରରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇବା ସକାଶେ ମନ ବଳାଇବେ।
ମିଥୁନ
ମିଥୁନ
ଚତୁର୍ଥ କେନ୍ଦ୍ରାଧିପ ରବି ରାଶିରେ ଥିବାରୁ ଆଜିର ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ଆପଣଙ୍କ ସକାଶେ ବହୁତ ଭଲ। ହାତକୁ ନେଇଥିବା ଦୀର୍ଘମିଆଦୀ କାମଗୁଡିକ ସହଜ ଓ ସୁବିଧାରେ ହୋଇଯିବ। ଅବଶ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସାମାନ୍ୟ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ଓ କିଛି କରିବା ସକାଶେ ମନବଳାଇ କର୍ମମୁଖର ହେବେ।
କର୍କଟ
କର୍କଟ
ପ୍ରତ୍ୟେକ କ୍ଷେତ୍ରରେ ଆଡ୍‌ଜଷ୍ଟ କରି ଚଳିପାରିବା ହେତୁ କିଛି ଅସୁବିଧା ହେବନାହିଁ। ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନାହିଁ। ପ୍ରତିଦ୍ୱନ୍ଦ୍ୱିତା ବଢ଼ିଚାଲିବା କାରଣରୁ ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପରିସ୍ଥିତିରେ ପଡି କେତେକ କାମ ଇଚ୍ଛା ନ ଥିଲେ ମଧ୍ୟ କରିବାକୁ ବାଧ୍ୟ ହେବେ।
ସି˚ହ
ସି˚ହ
ସମ୍ପର୍କୀୟଙ୍କ ସାହାଯ୍ୟରୁ ଅଟକିଥିବା କାମଟି ହଠାତ୍‌ ହୋଇଯିବ। ଅର୍ଥ ଲାଭ ସାଙ୍ଗକୁ ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଆଲୋଚନା କାଳରେ ଅପ୍ରିୟ ସତ୍ୟ କହି ବନ୍ଧୁଙ୍କ ଚକ୍ଷୁଶୀଳ ହେବେ। ବ୍ୟବସାୟ ଓ ପରିବହନରେ ଲାଭବାନ ହେବା ସହିତ ନିଜ ପରିସରରେ ପ୍ରତିଷ୍ଠିତ ହେବେ।
କନ୍ୟା
କର୍ମକ୍ଷେତ୍ରର ସମସ୍ୟା ସମାଧାନ ହୋଇଯିବ ଓ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ପରକଥାରେ ପଡି ଭୁଲ ମାର୍ଗ ଅନୁସରଣ କରି ହଇରାଣ ହେବେ। ଅପୂରଣୀୟ ଆଶା ମନରେ ଆଲୋଡ଼ନ କରିବା କାରଣରୁ ସାମୟିକ ଅଶାନ୍ତି ରହିବେ। ଆମଦାନୀ କାରବାର କ୍ଷେତ୍ରରେ ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ।
ତୁଳା
ତୁଳା
ପୂର୍ବ ଶତ୍ରୁତାକୁ ନେଇ ବନ୍ଧୁଙ୍କ ସଦ୍‌ଭାବ, ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ପଦସ୍ଥ ବ୍ୟକ୍ତିବିଶେଷମାନଙ୍କ ନିକଟରୁ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ଶିଳ୍ପ, ବାଣିଜ୍ୟ, ରାଜନୀତି ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସକାଳ ସମୟଟି ବହୁତ ଭଲ, ଅର୍ଥଲାଭ ଓ ବନ୍ଧୁ ମିଳନ ଅବଶ୍ୟ ଘଟିବ।
ବିଛା
ବିଛା
ଗତକାଲି ଅପେକ୍ଷା ଆଜି ସ୍ବାସ୍ଥ୍ୟରେ ଉନ୍ନତି, ପ୍ଲଟିଂ କାରବାରରେ ଅଗ୍ରଗତି, ବିବାଦୀୟ ଘଟଣାରେ ବିଜୟ ଲାଭର ସୂଚନା ରହିଛି। କାମଟି ନ ହେବା କାରଣରୁ କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଆର୍ଥିକ ସ୍ଥିତିରେ ଅଭାବ ବୋଧଜନିତ କେତେକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।
ଧନୁ
ଧନୁ
ଆଜି ସକାଳୁ ଘର କଥା ଓ ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିପାରେ। ବ୍ୟବସାୟ, ପରିବହନ, ବାଣିଜ୍ୟ ମାନ୍ଦା ହେବ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସାମାଜିକ ସ୍ତରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ।
ମକର
ମକର
ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଓ ଯେଉଁ କାମରେ ବାହାରିଛନ୍ତି ସେଥିରେ କୃତକାର୍ଯ୍ୟ ହେବେ। ମାଲିମକଦ୍ଦମା, ବ୍ୟବସାୟ, ପରିବହନ ପାଇଁ ଅସୁବିଧା ହେବ ନାହିଁ। କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା ପରିପ୍ରେକ୍ଷୀରେ ସମ୍ପର୍କୀୟ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି। ଧୈର୍ଯ୍ୟର ସହ ପରିସ୍ଥିତିର ସାମ୍ନା କଲେ ଉପକୃତ ହେବେ।
କୁମ୍ଭ
କୁମ୍ଭ
ସକାଳୁ ଜଣେ ବନ୍ଧୁଙ୍କୁ ଅନୁରୋଧ କରି ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଗୃହସୀମାଜନିତ ବିବାଦ, କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ପିଲାମାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିପାରନ୍ତି। ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବେ।
ମୀନମୀନ
ଆଜି ଆପଣ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ପାଇବେ, କିନ୍ତୁ ମାନସିକ ଅସ୍ଥିରତା ଲାଗି ରହିବ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ। ଖାଦ୍ୟପେୟର ବିଷମତାଜନିତ ହଠାତ୍‌ ଅଜୀର୍ଣ୍ଣ ଓ ଅମାଶୟ ଦେଖାଦେଇପାରେ। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri