Posted inRasifala

ରାଶିଫଳ: ଶନିବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ
ଆଜିର ପ୍ରତ୍ୟୁଷ ଯାତ୍ରା, ବନ୍ଧୁ ସମ୍ପର୍କ, ଆନୁଷ୍ଠାନିକ କ୍ଷେତ୍ର ବହୁତ ଭଲ ରହିବ। ପ୍ରତ୍ୟେକ କ୍ଷେତ୍ରରେ ସଫଳତାର ସହ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ଖୁସି ରହିବେ। ଘରର କେତେକ ସ୍ଥଗିତ କାମ ସମ୍ପନ୍ନ କରିବା ସକାଶେ ତତ୍ପର ରହିପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଗୁଡ଼ିଏ କାମ ହାତକୁ ନେଇ ଟେନ୍‌ସନ ମଧ୍ୟରେ ରହିବେ। ପାରିବାରିକ ସ୍ଥିତି ମନ୍ଦ ହେବନି କିନ୍ତୁ ସାମୟିକ ମତାନ୍ତର ଘଟିବ। ବ୍ୟବସାୟିକ ଉତ୍କର୍ଷ, ବିବାଦୀୟ ପରିସ୍ଥିତିର ଶିଥିଳତାରୁ ଆଶ୍ୱସ୍ତି ମିଳିବ। ଜମିଜମା କାରବାର, ରାଜନୀତି, ଲେଖାପଢ଼ା, ଯାତ୍ରା ଓ ଆଲୋଚନାଦି କ୍ଷେତ୍ରରେ ଉନ୍ନତମାନର ସୁଫଳ ପାଇବେ।
ମିଥୁନ
ମିଥୁନ
ଅତୀତ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ଆଶଙ୍କା ଜାଗ୍ରତ ହୋଇପାରେ। ସ୍ନାୟବିକ ଦୁର୍ବଳତା, ପରୋକ୍ଷ ଶତ୍ରୁତା, ଧାର, କରଜ ହେତୁ ଚିନ୍ତିତ ରହିବେ। ବନ୍ଧୁଙ୍କ ନିକଟରେ ମନକଥାକୁ ଲୁଚାଇ ରଖିପାରିବେ ନାହିଁ। ସାଙ୍ଗଠନିକ, ରାଜନୈତିକ, ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
କର୍କଟ
କର୍କଟ
ଦୀର୍ଘମିଆଦୀ କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବାରେ କୌଣସି ପ୍ରତିବନ୍ଧକ ରହିବ ନାହିଁ। ସଭାସମିତିରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟଲାଭର ସୁଯୋଗ ପାଇବେ। ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। କଳା, କ୍ରୀଡ଼ା, ସଙ୍ଗୀତ ଓ ପ୍ରତିଯୋଗିତାରେ ନିଜର ଦକ୍ଷତା ପ୍ରତିପାଦନ କରି ପ୍ରଶଂସିତ ହେବେ।
ସି˚ହ
ସି˚ହ
ବାଧ୍ୟବାଧକତାରେ କେତେକ କାମ କରିବାକୁ ପଡ଼ିପାରେ। ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧ ରକ୍ଷାକରି ଦୂରଯାତ୍ରା କରିବାର ସୂଚନା ରହିଛି। ଘରୋଇ ସମସ୍ୟା ହେତୁ ମାନସିକ ଶାନ୍ତି ବ୍ୟାହତ ହେବ। ପ୍ରଶାସନ, ବ୍ୟବସାୟ, ବନ୍ଧୁମିଳନ, ଅର୍ଥପ୍ରାପ୍ତି, ସଭାସମିତିରେ ଯୋଗଦାନ ପ୍ରଭୃତି ସୁଯୋଗ ଜୁଟିପାରେ।
କନ୍ୟା
ସକାଳୁ ସକାଳୁ ବନ୍ଧୁଙ୍କ ଆହ୍ବାନ ଆପଣଙ୍କୁ ଯାତ୍ରାର ପ୍ରସ୍ତୁତିକୁ ତ୍ୱରାନ୍ବିତ କରାଇବ। ଆଜିର ଅପରାହ୍ନରେ ଜଣେ ମହିଳାଙ୍କ ସାହାଯ୍ୟରୁ ଉପକୃତ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ନିଜର କୌଣସି କାର୍ଯ୍ୟ ସକାଶେ ଅନୁରୋଧ କରିିପାରନ୍ତି। ପରିବାରର ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଜଟିଳତା ଦୂରେଇଯିବା ଆଶା କରାଯାଇପାରେ। କଳା, କ୍ରୀଡ଼ା, ପ୍ରତିଯୋଗିତା, ସଙ୍ଗୀତ କ୍ଷେତ୍ରରେ ପ୍ରଶଂସାଭାଜନ ହେବେ। ଶାରୀରିକ ଅସୁସ୍ଥତା ଲାଗି ରହିବା କାରଣରୁ ମନୋରଞ୍ଜନ ଉପଭୋଗ୍ୟ ହୋଇ ନପାରେ । ବାଣିଜ୍ୟ ବ୍ୟବସାୟରେ ବିଭିନ୍ନ ପ୍ରକାର ମଧ୍ୟ ସମସ୍ୟା ଦେଖାଦେବାର ସୂଚନା ରହିଛି।
ବିଛା
ବିଛା
କର୍ମକ୍ଷେତ୍ରରେ କିଛି ମନ୍ତବ୍ୟକୁ କେନ୍ଦ୍ରକରି ବୟସ୍କ ବ୍ୟକ୍ତି ଜଣେ ଅସନ୍ତୋଷ ପ୍ରକାଶ କରିପାରନ୍ତି। ମାନସିକ ଦ୍ୱନ୍ଦ୍ୱ ଦୂରେଇଯିବ ଓ ଭାଙ୍ଗିପଡ଼ିଥିବା ସମ୍ପର୍କର ପୁନରୁଦ୍ଧାର କରିପାରିବେ। କିଣା ବିକା କ୍ଷେତ୍ରରେ କିମ୍ବା ଜମିଜମା କାରବାରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ଧନୁ
ଧନୁ
ଅଯଥା ଗୁଡ଼ାଏ କଥା ଚିନ୍ତାକରି ମନକୁ ବିଭ୍ରମ କରିପାରନ୍ତି। ଅନ୍ୟମନସ୍କ ହେତୁ ଧନହାନି, କଳହ, ପ୍ରତାରଣା ଓ ଶାରୀରିକ ଆଘାତ ପାଇବାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇପାରନ୍ତି।
ମକର
ମକର
ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବା ସହ ଲୋକ ସମ୍ପର୍କରେ ଉନ୍ନତି ଘଟିବ। କର୍ମକ୍ଷେତ୍ରରେ ଉଚ୍ଚ ଚିନ୍ତା କରିବେ ଏବଂ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଭୁଲ୍‌ ବୁଝାମଣା କାରଣରୁ ଆତ୍ମୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ବନ୍ଧୁଙ୍କ ନିକଟରେ ବାକି ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ଯଦିଓ ଠିକ୍‌ ରହିବ ତଥାପି ଏଣୁତେଣୁ କଥା ଭାବି ମାନସିକ ସ୍ଥିତି ଠିକ୍‌ ରହି ନ ପାରେ। ସମସ୍ତ ସୁବିଧା ଥିଲେ ମଧ୍ୟ ହାତକୁ ନେଇଥିବା କାମଟି ବିଳମ୍ବରେ ଓ ବହୁ କଷ୍ଟରେ ସମ୍ପନ୍ନ ହେବ। କେତେକ ବିବାଦୀୟ କଥାକୁ ମନେପକାଇ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି। ଅର୍ଥ ସମ୍ପର୍କୀୟ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ।
ମୀନମୀନ
ଆଜିର ପ୍ରତ୍ୟୁଷ ଯାତ୍ରା ଫଳପ୍ରଦ ହେବ ଏବଂ ଅଭିଳଷିତ ଦ୍ରବ୍ୟ ପ୍ରାପ୍ତିରେ କୌଣସି ଅସୁବିଧା ରହିବ ନାହିଁ । ସଭାସମିତିରେ ସମ୍ମାନିତ ହେବେ ଏବଂ ଆନୁଷ୍ଠାନିକ କାମରେ ଦକ୍ଷତା ବୃଦ୍ଧି ପାଇବ। ଅଜଣା ବନ୍ଧୁଙ୍କ ସାହାଯ୍ୟ ସବୁ ଦିନ ସକାଶେ ସ୍ମରଣୀୟ ରହିଯାଇପାରେ। ସ୍ବକର୍ମକ୍ଷେତ୍ରରେ ମଧ୍ୟ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହିବା ଭଲ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri