Categories: Rasifala

ରାଶିଫଳ: ରବିବାର, ନଭେମ୍ବର ୫ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ କୌଣସି ବିଜାତୀୟ ବ୍ୟକ୍ତି ସମସ୍ୟା ସୃଷ୍ଟିରେ ସହାୟକ ହେବେ। ବିବାଦୀୟ ପରିସ୍ଥିତିରେ ଜଣେ ଗୌରବର୍ଣ୍ଣ ବ୍ୟକ୍ତି ସାହାଯ୍ୟ କରିବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ।
ବୃଷ
କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ସାମାଜିକ ସ୍ତରରେ ସଭା ସମିତିରେ ପ୍ରଶଂସିତ ହେବେ। ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବେ। ଆଜିହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ବ୍ୟବସାୟ, ବାଣିଜ୍ୟ, ଶିଳ୍ପ ଓ ଏଜେନ୍‌ଶିପରୁ ଖୁସି ରହିବେ।
ମିଥୁନ
ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି, ସେଥିରେ ବିଳମ୍ବରେ ସଫଳତା ପାଇବେ। ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ।
କର୍କଟ
ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମ ସବୁ ଠିକ୍‌ ଠିକ୍‌ ହୋଇଯିବ। ତଥାପି ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି।
ସି˚ହ
ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ। ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି, ବାସ୍ତବରେ ସେପରି କିଛି ହେବନି। ମଘା ନକ୍ଷତ୍ରର ଅତୀତର ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ।
କନ୍ୟା
ଆକସ୍ମିକ ବନ୍ଧୁମିଳନ ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ଠିକଣା ଜାଗାରେ ପ୍ରିୟ ଲୋକଟିକୁ ନ ପାଇ ବ୍ୟସ୍ତ ହୋଇ ପଡିବେ। କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିବେ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ଅନଟନ ହେତୁ ବିଭିନ୍ନ ପ୍ରକାରର ଯୋଜନା କରିବେ।
ତୁଳା
ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ପରିସ୍ଥିତିକୁ ଲକ୍ଷ୍ୟ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ସଭାସମିତିରେ ଯୋଗ ଦେଇ ଲାଭବାନ୍‌ ହେବେ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
ବିଛା
ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ଦୁର୍ଭାବନା ବଢ଼ିଚାଲିବ ଓ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେ ନାହିଁ। ବନ୍ଧୁମାନଙ୍କ ସାହାଯ୍ୟରୁ ବିବଦମାନ ସ୍ଥିତିରୁ ସହସା ମୁକ୍ତି ମିଳିବ। ନୀଚ ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ଧନୁ
ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିବେ। ଆଲୋଚନା କାଳରେ ନ୍ୟାୟୋଚିତ ପରାମର୍ଶ ଏବଂ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ। ପାରିବାରିକ ଦ୍ୱନ୍ଦ୍ୱର ଅବସାନ ଘଟିବ।
ମକର
ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଅଫିସ୍‌ କାମରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ଭୁଲ୍‌ ବୁଝାମଣାରୁ ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ।
କୁମ୍ଭ
ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇବେ। ବିବାଦୀୟ ସ୍ଥିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଭ୍ରମଣ ହେତୁକ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ।
ମୀନ

ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ ଦହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଟେନସନ୍‌ କମିଯିବ ଓ ସହଯୋଗ ଭିତିରେ କାମ କଲେ ଉପକାର ପାଇବେ। ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜ ଖବର ପାଇପାରନ୍ତି। ବିଭିନ୍ନ ପ୍ରକାରର ଭୋଗବିଳାସରେ ବାଧାବିଘ୍ନ ଘଟପାରେ। ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ।