Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ
ଆଜିର ଗ୍ରହସ୍ଥିତି ପାରିବାରିକ ଓ କର୍ମକ୍ଷେତ୍ର ପ୍ରତି ସମସ୍ୟା ସୃଷ୍ଟିକରି ନିରୁତ୍ସାହିତ କରିପାରେ। ସାମାଜିକ ସ୍ତରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱଦେଲେ କ୍ଷତିରେ ପଡ଼ିବେ। ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବା ହେତୁ ମାନସିକ ଅସ୍ଥିରତା ଦୂର ହୋଇଯିବ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ଓ ଆର୍ଥିକ ଉନ୍ନତି ଘଟିବ।
ବୃଷ
ବୃଷ
ଆତ୍ମୀୟଙ୍କ ସାହାଯ୍ୟ, ସହଯୋଗ ଲାଭକରି ଚେଷ୍ଟା କରୁଥିବା କାମଟିକୁ ପୂର୍ଣ୍ଣାଙ୍ଗ କରିବେ। ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା ପ୍ରଭୃତି କ୍ଷେତ୍ରରେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ଘରକୁ ବହୁତ ଦିନରୁ ଇଚ୍ଛାକରି ମଧ୍ୟ ଆଣି ପାରି ନ ଥିବା ଜିନିଷଟି ଆଜି ଆଣିପାରନ୍ତି। ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ ସହକର୍ମୀଟିର ମନୋଭାବ ବଦଳି ଯାଇପାରେ।
ମିଥୁନ
ମିଥୁନ
ଆଜି ନିଜ ଘର କାମ ସାଙ୍ଗକୁ ବନ୍ଧୁଙ୍କ କାମକୁ ମଧ୍ୟ ଅଗ୍ରାଧିକାର ଦେବାକୁ ପଡ଼ିବ। ଯାତ୍ରାରେ ସଫଳତା ପାଇବେ, କିନ୍ତୁ ସମସ୍ୟା ଭିତର ଦେଇ ଯିବାକୁ ହେବ। ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡ଼ିପାରେ। ଯେତେପ୍ରକାର ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି।
କର୍କଟ
କର୍କଟ
ନୂତନ ସ୍ଥାନ, କାମ ଏବଂ ଅଜଣା ଲୋକଙ୍କ ସଂସ୍ପର୍ଶରେ ଆସି ଆଶ୍ୱସ୍ତି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ଫାଇଲ୍‌ କାମ, ଯାନ୍ତ୍ରିକ ତ୍ରୁଟି, ମିଟିଂ ପ୍ରଭୃତିରେ ଜଞ୍ଜାଳ ବୃଦ୍ଧିପାଇବ। ପରିବାର ପ୍ରତି ବିମୁଖ କିମ୍ବା ଉଦାସୀନତା ପରିଲକ୍ଷିତ ହେବ। ବାଣିଜ୍ୟ, ବ୍ୟବସାୟ, ପରିବହନ ବାଧାପ୍ରାପ୍ତ ହୋଇପାରେ।
ସି˚ହ
ସି˚ହ
ଆପଣଙ୍କ ପରୋକ୍ଷରେ ଅନ୍ୟମାନେ ବିଭିନ୍ନ ପ୍ରକାର ସମାଲୋଚନା କରିପାରନ୍ତି। କେତେକ ପରିସ୍ଥିତିରେ ଆପଣଙ୍କ ମନକଥା ଅପ୍ରକାଶ୍ୟ ରହିଯିବ। ନିଜର ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ପଡ଼ୋଶୀଙ୍କ ସହାୟତାରେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ।
କନ୍ୟା
ସତର୍କରେ ନ ଚଳିଲେ ମରୀଚିକା ପଛରେ ଗୋଡ଼ାଇ ହତାଶ ହେବେ। ଭାବୁଥିବା କାମଟିକୁ ଶେଷ କରିବା କ୍ଷେତ୍ରରେ ବିଭିନ୍ନ ସମସ୍ୟାର ସାମ୍‌ନା କରିବାକୁ ପଡ଼ିବ। ପରିବହନରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଯାହା ବିଷୟରେ ଆଲୋଚନା କରୁଥିବେ ତାହାକୁ ହଠାତ୍‌ ଅତି ନିକଟରେ ଦେଖି ହଡ଼ବଡ଼େଇ ଯାଇପାରନ୍ତି।
ତୁଳା
ତୁଳା
ଆପଣଙ୍କ ସକାଶେ ଘରଲୋକଙ୍କ ବ୍ୟସ୍ତ ଓ ବିବ୍ରତାକୁ ଲକ୍ଷ୍ୟକରି ମନ ଅଶାନ୍ତ ରହିବ। କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ପ୍ରତି ଅତିରିକ୍ତ ଆନ୍ତରିକତା ନିଜଆଡ଼କୁ ଅଙ୍ଗୁଳି ଦେଖାଇପାରନ୍ତି। ଆର୍ଥିକ ଅଭାବ ଇଚ୍ଛା ପୂରଣରେ ବାଧା ସୃଷ୍ଟି କରିବ। ସଭାସମିତି କିମ୍ବା ଆନୁଷ୍ଠାନିକ କାମ ସକାଶେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।
ବିଛା
ବିଛା
ନିଜ ପରିସରର ଲୋକମାନେ ଅପଯଶ ଗାଇ ବୁଲିବେ, ଯଦ୍ଦ୍ବାରା କି ଆପଣଙ୍କ ମନୋବଳ ହ୍ରାସ ପାଇବ। କେତେକ କ୍ଷେତ୍ରରେ ଶୀଘ୍ର ନିଷ୍ପତ୍ତି ନେବାକୁ ବାଧ୍ୟହୋଇ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଦ୍ରବ୍ୟଲାଭ, ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ଏକପ୍ରକାର ଖୁସି ରହିବ। ଭଲମନ୍ଦର ବିଚାର ଅଭାବରୁ ସଙ୍ଗଦୋଷଜନିତ ସମାଲୋଚିତ ହୋଇପାରନ୍ତି।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ସତର୍କତା ରକ୍ଷା ନ କଲେ ଅର୍ଥହାନି ସାଙ୍ଗକୁ ଶରୀର ପୀଡ଼ାରୁ କଷ୍ଟ ପାଇବେ। ଆଗାମୀ ଦିନର ମାଙ୍ଗଳିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ବନ୍ଧୁଙ୍କ ସାହାଯ୍ୟରେ ଆଜି ଋଣସୂତ୍ରରେ ଅର୍ଥଲାଭ କରିବେ। ମାଲି ମକଦ୍ଦମାରେ ରାୟ ଆପଣଙ୍କ ସପକ୍ଷରେ ଯିବାର ସୂଚନା ରହିଛି।
ମକର
ମକର
କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡ଼ିପାରେ। ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ନ ଥିଲେ ମଧ୍ୟ ଯାହା କରିବା କଥା ଧାରକରି କରିବାକୁ ବାଧ୍ୟ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଦେଖାଦେବ।
କୁମ୍ଭ
କୁମ୍ଭ
ବ୍ୟସ୍ତ ନ ହୋଇ ଧୀରସ୍ଥିର ଭାବରେ କାମ କଲେ ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ। ଶିଳ୍ପ, ବାଣିଜ୍ୟ, ଶେୟାର ବଜାର କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ନିଜ ନିଜ ଭିତରେ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ପଡ଼ୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବାରୁ ସମ୍ଭାବ୍ୟ ସହଯୋଗର ଆଶା କରାଯାଇପାରେ।
ମୀନମୀନ

ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ଅବଶ୍ୟ ପାଇବେ। ଅତୀତରେ ଯିଏ ଶତ୍ରୁତା କରୁଥିଲା ସେ ମଧ୍ୟ ଆପଣାଆଡୁ ସାହାଯ୍ୟ ସହଯୋଗର ହାତ ବଢ଼ାଇବ। ସମସ୍ୟା ଆପଣାଛାଏଁ ସୁଧୁରିଯିବ, କିନ୍ତୁ ଶାରୀରିକ ସୁସ୍ଥତା ନ ଥିବାରୁ ଉପଭୋଗ୍ୟ ହେବନାହିଁ। ଅନ୍ୟମାନଙ୍କ ମନକୁ ମନେଇ କିମ୍ବା ପିଠି ଥାପୁଡ଼େଇ କାମ ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri