Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ
ଜଣେ ସହକର୍ମୀ ଆପଣଙ୍କ କାମଗୁଡ଼ିକୁ ଧୀର ଗତିରେ ଲକ୍ଷ୍ୟସ୍ଥଳକୁ ନେବାରେ ସାହାଯ୍ୟ କରିବେ। ପାରିବାରିକ ଦୃଷ୍ଟିକୋଣରୁ କିଛି ଗଡ଼ବଡ଼ ପରିସ୍ଥିତକୁ ସମାଧାନରେ ଆପଣ ସମର୍ଥ ହେବେ। ସଭାସମିତି, ମାଲିମକଦ୍ଦମା କଥା କିମ୍ବା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ବନ୍ଧୁଙ୍କ ଉପରୁ ବିଶ୍ୱାସ ହରାଇ ପାରନ୍ତି।
ବୃଷ
ବୃଷ
ଯାତ୍ରା କାଳରେ ପରିସ୍ଥିତିବଶତଃ ଆତ୍ମୀୟଙ୍କ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ପ୍ରତିବନ୍ଧକ ମଧ୍ୟରେ କର୍ମକ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ। ଅଫିସ୍‌ କାମରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ଘରେ ବନ୍ଧୁମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନରୁ ଖୁସି ହୋଇପାରନ୍ତି।
ମିଥୁନ
ମିଥୁନ
ପାରିବାରିକ ସମସ୍ୟା ସମାଧାନ ସହ ଅର୍ଥନୈତିକ ଅଭିବୃଦ୍ଧି ଘଟିବ। ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରୁ ସନ୍ତୋଷଜନକ ଅର୍ଥାଗମ ହେବାର ସମ୍ଭାବନା ରହିଛି। ଭଲ ସମ୍ପର୍କ ନଥିବା ବ୍ୟକ୍ତିମାନେ ଖାଲରେ ପକାଇବାକୁ ଚାହିଁଲେ ମଧ୍ୟ ସଫଳ ହେବେ ନାହିଁ। ଆଜିର ଆଲୋଚନା ସମୟରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ।
କର୍କଟ
କର୍କଟ
ବନ୍ଧୁଙ୍କ ଗହଣରେ ସକାଳୁ ଆନୁଷ୍ଠାନିକ କାମରେ ନିଜକୁ ମଜ୍ଜାଇ ରଖିବେ। ଗତକାଲିଠାରୁ ଅଟକି ରହିଥିବା କାମ ଆଜି ସୁବିଧାରେ ହୋଇଯିବ। ଭୁଲ୍‌ ବୁଝାମଣା ହେତୁ ପରିବାରରେ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ସାମୟିକ ଅସନ୍ତୁଷ୍ଟ ରହିପାରନ୍ତି। ଅତୀତରେ ଘଟିଯାଇଥିବା ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରି ଅପରାହ୍ନରେ ଚିନ୍ତିତ ରହିବେ।
ସି˚ହ
ସି˚ହ
ବନ୍ଧୁଙ୍କ ପ୍ରେରଣା ପାଇଲେ ମଧ୍ୟ ମନରେ ସକାରାମତ୍କ ଭାବ ଉଦ୍ରେକ ହେବନାହିଁ। ସାଧାରଣ ସ୍ବାର୍ଥକୁ କେନ୍ଦ୍ର କରି ଅପରାହ୍ନେ କଳହର ସମ୍ମୁଖୀନ ହୋଇପାରନ୍ତି। ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ କାମ କଲେ କେତେକାଂଶରେ ଉପକୃତ ହେବେ।
କନ୍ୟା
ସ୍ଥଗିତ କାମଗୁଡ଼ିକ ଆଜି ସମ୍ପନ୍ନ ହୋଇପାରେ। ଆନୁଷଙ୍ଗିକ ସାହାଯ୍ୟ ଓ ସହଯୋଗ କାର୍ଯ୍ୟକୁ ତ୍ୱରାନ୍ବିତ କଲେ ମଧ୍ୟ ପ୍ରାଥମିକ ଅବସ୍ଥାରେ କିଛିଟା ବ୍ୟତିକ୍ରମ ଦେଖାଦେଇପାରେ। ପରିବାରର ଆବଶ୍ୟକତା ପୂରଣ ସକାଶେ ଧାରକରଜ କରି କାମ ତୁଲାଇ ନେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଏଜେନ୍‌ଶିପ ପ୍ରଭୃତିରେ ଉନ୍ନତି କରିବେ।
ତୁଳା
ତୁଳା
ଯାହା ଓ ଯେତିକି ପାଇବା କଥା, ସେଥିପାଇଁ ଆପଣଙ୍କୁ ପ୍ରବଳ ସଂଘର୍ଷ କରିବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ରରେ କୌଣସି ଅସୁବିଧା ନକଲେ ମଧ୍ୟ ଆର୍ଥିକ କ୍ଷତି ଘଟାଇ ପାରନ୍ତି। ବ୍ୟସ୍ତରେ ଯାଉଯାଉ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ। ଶରୀର ଚର୍ଚ୍ଚାର ଅନିୟମିତତା ହେତୁ ଶାରୀରିକ ଅସୁସ୍ଥତା ହେଇପାରେ।
ବିଛା
ବିଛା
କୌଣସି କ୍ଷେତ୍ରରେ ବିବାଦ ଆଗକୁ ନ ବଢ଼ାଇ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବା ଭଲ। ପାରିବାରିକ ସମସ୍ୟା ସମାଧାନରେ ପଡ଼ୋଶୀ ମୁଖ୍ୟ ଭୂମିକା ନିଭାଇବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ପ୍ରଭୃତିରେ ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ କାମ ଚାପ ଯୋଗୁ ଘରକଥା ବୁଝିବାକୁ ସମୟ ପାଇବେ ନାହିଁ।
ଧନୁ
ଧନୁ
ଅପ୍ରିୟ ସତ୍ୟ କହିବା କାରଣରୁ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟିକ ସ୍ଥିତି ପ୍ରାୟତଃ ଭଲ ରହିବା ହେତୁ ବିଶେଷ ଆନନ୍ଦ ଅନୁଭବ କରିବେ। ପାରିବାରିକ ଶାନ୍ତି ଓ ସଦ୍ଭାବ ମାନସିକ ସ୍ଥିତିକୁ ପ୍ରଫୁଲ୍ଲିତ କରି ରଖିବ।
ମକର
ମକର
ଶାସ୍ତ୍ରାନୁଶୀଳନ, କଳା, ସାହିତ୍ୟ, ସଙ୍ଗୀତ ଚର୍ଚ୍ଚାରେ ଦିନଟିକୁ ଉପଭୋଗ କରିପାରନ୍ତି। ସହନଶୀଳତା ଗୁଣରୁ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ। ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମ ସବୁ ଠିକ୍‌ ହୋଇଯିବ। ବହୁତ ପୂର୍ବରୁ ଆଲୋଚନା ଅନୁଯାୟୀ ଅର୍ଥ ସାହାଯ୍ୟ ପାଇବେ ଏବଂ ଆଶା କରିଥିବା ଖବର ପାଇ ଖୁସି ହେବେ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମ କଲେ ମଧ୍ୟ ବିରୋଧର ସମ୍ମୁଖୀନ ହେବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ। ଅତି ଆଦରର ବନ୍ଧୁଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଅସୁବିଧାରେ ପକାଇପାରନ୍ତି। ଗୃହ, ଭୂମି, ଗାଡିମୋଟର, ପ୍ରେସ୍‌ , ପବ୍ଲିକେଶନ ସମ୍ପର୍କୀୟ ଦୁଶ୍ଚିନ୍ତା ଆସିପାରେ।
ମୀନମୀନ
ଆନୁଷ୍ଠାନିକ କାମରେ ଉତ୍ସର୍ଗୀକୃତ ମନୋଭାବ ନେଇ ପ୍ରଶଂସିତ ହେବେ। ପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ ହିତକର ହେବ। ଆକସ୍ମିକ ଭାବରେ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ କିମ୍ବା କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଆଲୋଚନାରେ ପ୍ରତିଦ୍ୱନ୍ଦ୍ୱିତା ଦେଖାଦେଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri