Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ
ଜଣେ ସହକର୍ମୀ ଆପଣଙ୍କ କାମଗୁଡ଼ିକୁ ଧୀର ଗତିରେ ଲକ୍ଷ୍ୟସ୍ଥଳକୁ ନେବାରେ ସାହାଯ୍ୟ କରିବେ। ପାରିବାରିକ ଦୃଷ୍ଟିକୋଣରୁ କିଛି ଗଡ଼ବଡ଼ ପରିସ୍ଥିତକୁ ସମାଧାନରେ ଆପଣ ସମର୍ଥ ହେବେ। ସଭାସମିତି, ମାଲିମକଦ୍ଦମା କଥା କିମ୍ବା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ବନ୍ଧୁଙ୍କ ଉପରୁ ବିଶ୍ୱାସ ହରାଇ ପାରନ୍ତି।
ବୃଷ
ବୃଷ
ଯାତ୍ରା କାଳରେ ପରିସ୍ଥିତିବଶତଃ ଆତ୍ମୀୟଙ୍କ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ପ୍ରତିବନ୍ଧକ ମଧ୍ୟରେ କର୍ମକ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ। ଅଫିସ୍‌ କାମରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ଘରେ ବନ୍ଧୁମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନରୁ ଖୁସି ହୋଇପାରନ୍ତି।
ମିଥୁନ
ମିଥୁନ
ପାରିବାରିକ ସମସ୍ୟା ସମାଧାନ ସହ ଅର୍ଥନୈତିକ ଅଭିବୃଦ୍ଧି ଘଟିବ। ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରୁ ସନ୍ତୋଷଜନକ ଅର୍ଥାଗମ ହେବାର ସମ୍ଭାବନା ରହିଛି। ଭଲ ସମ୍ପର୍କ ନଥିବା ବ୍ୟକ୍ତିମାନେ ଖାଲରେ ପକାଇବାକୁ ଚାହିଁଲେ ମଧ୍ୟ ସଫଳ ହେବେ ନାହିଁ। ଆଜିର ଆଲୋଚନା ସମୟରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ।
କର୍କଟ
କର୍କଟ
ବନ୍ଧୁଙ୍କ ଗହଣରେ ସକାଳୁ ଆନୁଷ୍ଠାନିକ କାମରେ ନିଜକୁ ମଜ୍ଜାଇ ରଖିବେ। ଗତକାଲିଠାରୁ ଅଟକି ରହିଥିବା କାମ ଆଜି ସୁବିଧାରେ ହୋଇଯିବ। ଭୁଲ୍‌ ବୁଝାମଣା ହେତୁ ପରିବାରରେ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ସାମୟିକ ଅସନ୍ତୁଷ୍ଟ ରହିପାରନ୍ତି। ଅତୀତରେ ଘଟିଯାଇଥିବା ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରି ଅପରାହ୍ନରେ ଚିନ୍ତିତ ରହିବେ।
ସି˚ହ
ସି˚ହ
ବନ୍ଧୁଙ୍କ ପ୍ରେରଣା ପାଇଲେ ମଧ୍ୟ ମନରେ ସକାରାମତ୍କ ଭାବ ଉଦ୍ରେକ ହେବନାହିଁ। ସାଧାରଣ ସ୍ବାର୍ଥକୁ କେନ୍ଦ୍ର କରି ଅପରାହ୍ନେ କଳହର ସମ୍ମୁଖୀନ ହୋଇପାରନ୍ତି। ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ କାମ କଲେ କେତେକାଂଶରେ ଉପକୃତ ହେବେ।
କନ୍ୟା
ସ୍ଥଗିତ କାମଗୁଡ଼ିକ ଆଜି ସମ୍ପନ୍ନ ହୋଇପାରେ। ଆନୁଷଙ୍ଗିକ ସାହାଯ୍ୟ ଓ ସହଯୋଗ କାର୍ଯ୍ୟକୁ ତ୍ୱରାନ୍ବିତ କଲେ ମଧ୍ୟ ପ୍ରାଥମିକ ଅବସ୍ଥାରେ କିଛିଟା ବ୍ୟତିକ୍ରମ ଦେଖାଦେଇପାରେ। ପରିବାରର ଆବଶ୍ୟକତା ପୂରଣ ସକାଶେ ଧାରକରଜ କରି କାମ ତୁଲାଇ ନେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଏଜେନ୍‌ଶିପ ପ୍ରଭୃତିରେ ଉନ୍ନତି କରିବେ।
ତୁଳା
ତୁଳା
ଯାହା ଓ ଯେତିକି ପାଇବା କଥା, ସେଥିପାଇଁ ଆପଣଙ୍କୁ ପ୍ରବଳ ସଂଘର୍ଷ କରିବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ରରେ କୌଣସି ଅସୁବିଧା ନକଲେ ମଧ୍ୟ ଆର୍ଥିକ କ୍ଷତି ଘଟାଇ ପାରନ୍ତି। ବ୍ୟସ୍ତରେ ଯାଉଯାଉ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ। ଶରୀର ଚର୍ଚ୍ଚାର ଅନିୟମିତତା ହେତୁ ଶାରୀରିକ ଅସୁସ୍ଥତା ହେଇପାରେ।
ବିଛା
ବିଛା
କୌଣସି କ୍ଷେତ୍ରରେ ବିବାଦ ଆଗକୁ ନ ବଢ଼ାଇ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବା ଭଲ। ପାରିବାରିକ ସମସ୍ୟା ସମାଧାନରେ ପଡ଼ୋଶୀ ମୁଖ୍ୟ ଭୂମିକା ନିଭାଇବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ପ୍ରଭୃତିରେ ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ କାମ ଚାପ ଯୋଗୁ ଘରକଥା ବୁଝିବାକୁ ସମୟ ପାଇବେ ନାହିଁ।
ଧନୁ
ଧନୁ
ଅପ୍ରିୟ ସତ୍ୟ କହିବା କାରଣରୁ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟିକ ସ୍ଥିତି ପ୍ରାୟତଃ ଭଲ ରହିବା ହେତୁ ବିଶେଷ ଆନନ୍ଦ ଅନୁଭବ କରିବେ। ପାରିବାରିକ ଶାନ୍ତି ଓ ସଦ୍ଭାବ ମାନସିକ ସ୍ଥିତିକୁ ପ୍ରଫୁଲ୍ଲିତ କରି ରଖିବ।
ମକର
ମକର
ଶାସ୍ତ୍ରାନୁଶୀଳନ, କଳା, ସାହିତ୍ୟ, ସଙ୍ଗୀତ ଚର୍ଚ୍ଚାରେ ଦିନଟିକୁ ଉପଭୋଗ କରିପାରନ୍ତି। ସହନଶୀଳତା ଗୁଣରୁ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ। ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମ ସବୁ ଠିକ୍‌ ହୋଇଯିବ। ବହୁତ ପୂର୍ବରୁ ଆଲୋଚନା ଅନୁଯାୟୀ ଅର୍ଥ ସାହାଯ୍ୟ ପାଇବେ ଏବଂ ଆଶା କରିଥିବା ଖବର ପାଇ ଖୁସି ହେବେ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମ କଲେ ମଧ୍ୟ ବିରୋଧର ସମ୍ମୁଖୀନ ହେବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ। ଅତି ଆଦରର ବନ୍ଧୁଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଅସୁବିଧାରେ ପକାଇପାରନ୍ତି। ଗୃହ, ଭୂମି, ଗାଡିମୋଟର, ପ୍ରେସ୍‌ , ପବ୍ଲିକେଶନ ସମ୍ପର୍କୀୟ ଦୁଶ୍ଚିନ୍ତା ଆସିପାରେ।
ମୀନମୀନ
ଆନୁଷ୍ଠାନିକ କାମରେ ଉତ୍ସର୍ଗୀକୃତ ମନୋଭାବ ନେଇ ପ୍ରଶଂସିତ ହେବେ। ପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ ହିତକର ହେବ। ଆକସ୍ମିକ ଭାବରେ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ କିମ୍ବା କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଆଲୋଚନାରେ ପ୍ରତିଦ୍ୱନ୍ଦ୍ୱିତା ଦେଖାଦେଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ କିଛିଟା ଦ୍ୱନ୍ଦ୍ୱ ଓ ଆଶା ଆଶଙ୍କା ମଧ୍ୟରେ ଗତିକରିବାକୁ ପଡିପାରେ। ବନ୍ଧୁଙ୍କ ସହ ସହାନୁଭୂତିମୂଳକ ଆଲୋଚନା ମାଧ୍ୟମରେ ପରିବାରରେ ଶାନ୍ତି…

ରାଶିଫଳ: ରବିବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ ଚନ୍ଦ୍ରମଙ୍ଗଳ ଯୋଗରୁ ଯେଉଁ କାମରେ ହାତଦେବେ, ସେଥିରେ ସଫଳତା ନିଶ୍ଚିତ। ମନ ଅସ୍ଥିର ରହିଲେ ମଧ୍ୟ ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ।…

ରାଶିଫଳ: ଶନିବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ। ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri