Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ
ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ। ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, ସାମ୍ବାଦିକତା, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ବିନା କାରଣରେ ନିଜ ଲୋକଙ୍କ ପରୋକ୍ଷ ଶତ୍ରୁତା ଦେଖି ବ୍ୟସ୍ତ ହେବେ।
ବୃଷ
ବୃଷ
ଆଜିର କାମଗୁଡ଼ିକ ବନ୍ଧୁଙ୍କ ସାହାଯ୍ୟ,ସହଯୋଗରୁ ସହଜରେ ସମ୍ପନ୍ନ ହେବ। ଆନୁଷ୍ଠାନିକ କାମରେ ବନ୍ଧୁଙ୍କଠାରୁ ଉସତ୍ାହ ଓ ପ୍ରେରଣା ପାଇ କାର୍ଯ୍ୟାରମ୍ଭ କରିପାରନ୍ତି। ସଭାସମିତି, ରାଜନୀତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ସାଧାରଣ କଥାକୁ କେନ୍ଦ୍ରକରି ଘରେ ଅଶାନ୍ତି ଲାଗିରହିବ।
ମିଥୁନ
ମିଥୁନ
ଆଜି ବିଭିନ୍ନ କାମରେ ବ୍ୟସ୍ତ ରହିବା କାରଣରୁ ମାନସିକ ଅସ୍ଥିରତା ସୃଷ୍ଟି ହେବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ସମସ୍ୟା ଭିତରକୁ ଟାଣିହୋଇ ପାରନ୍ତି। ସହକର୍ମୀମାନେ ସ୍ବାର୍ଥସାଧନ ପାଇଁ କୌଶଳ କରିବାକୁ ପଛାଇବେ ନାହିଁ। କୂଟନୀତି ବଳରେ କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉସତ୍ାହିତ ହେବେ। ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବା କାରଣରୁ ଚିନ୍ତିତ ରହିପାରନ୍ତି। ଶିକ୍ଷା, ପରୀକ୍ଷା, ଲେଖାପଢ଼ା, ଆଲୋଚନା ତଥା ଚୁକ୍ତିପତ୍ର ସମ୍ପାଦନାରେ ସଫଳତା ହାସଲ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା ଓ ମାଙ୍ଗଳିକ କାମରେ ସହଯୋଗ କରି ଖୁସିରହିବେ ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିଙ୍କ ଦ୍ୱାରା ସହଯୋଗ ପାଇବେ। ମାଲିମକଦ୍ଦମାର ବିଚାର ବିଳମ୍ବିତ ହେବାରୁ ମନସ୍ତାପ ବଢ଼ିଯାଇପାରେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ। ବ୍ୟବସାୟ ଓ ପରିବହନରେ ହଠାତ୍‌ କୈାଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କନ୍ୟା
ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ। ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ସମ୍ଭାବନା ରହିଛି। ସାମାଜିକ କ୍ଷେତ୍ରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମକରିବା ଭଲ ହେବ। ଘର ଲୋକମାନଙ୍କୁ ଉପେକ୍ଷା କରି ପର କଥାରେ ପଡ଼ି ଭୁଲ ମାର୍ଗର ଅନୁସରଣ କରି ଅନୁତାପ କରିବାକୁ ପଡ଼ିପାରେ ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବା ହେତୁ ମାନସିକ ସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ଉପର ଅଧିକାରୀଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ । ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ, ନତୁବା ଅସୁବିଧାରେ ପଡ଼ିପାରନ୍ତି। ଅବସାଦ ଯୋଗୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ।
ବିଛା
ବିଛା
ସାମାଜିକ ସ୍ତରରେ ନୀଚ୍ଚ ସଂସର୍ଗରୁ ଦୂରେଇ ରହିବା ଭଲ। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି ଚଳାଇନେବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର,କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ରକରି କୌଣସି ସମସ୍ୟାର ସମ୍ମୁଖୀନ ହେବେ।
ଧନୁ
ଧନୁ
ଆଜି ଦୀର୍ଘଦିନରୁ ଅପେକ୍ଷିତ ଜିନିଷ ପାଇ ଖୁସି ହେବେ। ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ପରିବାରରେ ଭୁଲ୍‌ ବୁଝାମଣାବଶତଃ ନିଜ ନିଜ ମଧ୍ୟରେ କଳହ ଦେଖାଦେଇପାରେ। ବିବାଦୀୟ ପରିସ୍ଥିତି କିମ୍ବା ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବ।
ମକର
ମକର
କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖାଦେଇଥିବା କାରଣରୁ ମନ ବିଚଳିତ ରହିବ। ଆପଣ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ରାଜନୈତିକ ସ୍ତରରେ କିମ୍ବା ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ଆକସ୍ମିକ ଭାବରେ ଦୂର ଯାତ୍ରାର ସୁଯୋଗ ପାଇ ଖୁସି ହେବେ।
କୁମ୍ଭ
କୁମ୍ଭ
ଆଜିର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଦୀର୍ଘ ଦିନରୁ ପଡିରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି।
ମୀନମୀନ
ଯେତେ ସୁବିଧାରେ ରହିବା ପାଇଁ ଚେଷ୍ଟା କଲେ ମଧ୍ୟ ନିଜ ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ହାସଲ କରିବେ। କେତେକ କ୍ଷେତ୍ରରେ ଜିଦ୍‌ଖୋର କାରଣରୁ ହଇରାଣ ହୋଇପାରନ୍ତି। ଗୁରୁଜନଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri