Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ
ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ। ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, ସାମ୍ବାଦିକତା, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ବିନା କାରଣରେ ନିଜ ଲୋକଙ୍କ ପରୋକ୍ଷ ଶତ୍ରୁତା ଦେଖି ବ୍ୟସ୍ତ ହେବେ।
ବୃଷ
ବୃଷ
ଆଜିର କାମଗୁଡ଼ିକ ବନ୍ଧୁଙ୍କ ସାହାଯ୍ୟ,ସହଯୋଗରୁ ସହଜରେ ସମ୍ପନ୍ନ ହେବ। ଆନୁଷ୍ଠାନିକ କାମରେ ବନ୍ଧୁଙ୍କଠାରୁ ଉସତ୍ାହ ଓ ପ୍ରେରଣା ପାଇ କାର୍ଯ୍ୟାରମ୍ଭ କରିପାରନ୍ତି। ସଭାସମିତି, ରାଜନୀତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ସାଧାରଣ କଥାକୁ କେନ୍ଦ୍ରକରି ଘରେ ଅଶାନ୍ତି ଲାଗିରହିବ।
ମିଥୁନ
ମିଥୁନ
ଆଜି ବିଭିନ୍ନ କାମରେ ବ୍ୟସ୍ତ ରହିବା କାରଣରୁ ମାନସିକ ଅସ୍ଥିରତା ସୃଷ୍ଟି ହେବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ସମସ୍ୟା ଭିତରକୁ ଟାଣିହୋଇ ପାରନ୍ତି। ସହକର୍ମୀମାନେ ସ୍ବାର୍ଥସାଧନ ପାଇଁ କୌଶଳ କରିବାକୁ ପଛାଇବେ ନାହିଁ। କୂଟନୀତି ବଳରେ କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉସତ୍ାହିତ ହେବେ। ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବା କାରଣରୁ ଚିନ୍ତିତ ରହିପାରନ୍ତି। ଶିକ୍ଷା, ପରୀକ୍ଷା, ଲେଖାପଢ଼ା, ଆଲୋଚନା ତଥା ଚୁକ୍ତିପତ୍ର ସମ୍ପାଦନାରେ ସଫଳତା ହାସଲ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା ଓ ମାଙ୍ଗଳିକ କାମରେ ସହଯୋଗ କରି ଖୁସିରହିବେ ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିଙ୍କ ଦ୍ୱାରା ସହଯୋଗ ପାଇବେ। ମାଲିମକଦ୍ଦମାର ବିଚାର ବିଳମ୍ବିତ ହେବାରୁ ମନସ୍ତାପ ବଢ଼ିଯାଇପାରେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ। ବ୍ୟବସାୟ ଓ ପରିବହନରେ ହଠାତ୍‌ କୈାଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କନ୍ୟା
ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ। ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ସମ୍ଭାବନା ରହିଛି। ସାମାଜିକ କ୍ଷେତ୍ରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମକରିବା ଭଲ ହେବ। ଘର ଲୋକମାନଙ୍କୁ ଉପେକ୍ଷା କରି ପର କଥାରେ ପଡ଼ି ଭୁଲ ମାର୍ଗର ଅନୁସରଣ କରି ଅନୁତାପ କରିବାକୁ ପଡ଼ିପାରେ ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବା ହେତୁ ମାନସିକ ସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ଉପର ଅଧିକାରୀଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ । ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ, ନତୁବା ଅସୁବିଧାରେ ପଡ଼ିପାରନ୍ତି। ଅବସାଦ ଯୋଗୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ।
ବିଛା
ବିଛା
ସାମାଜିକ ସ୍ତରରେ ନୀଚ୍ଚ ସଂସର୍ଗରୁ ଦୂରେଇ ରହିବା ଭଲ। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି ଚଳାଇନେବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର,କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ରକରି କୌଣସି ସମସ୍ୟାର ସମ୍ମୁଖୀନ ହେବେ।
ଧନୁ
ଧନୁ
ଆଜି ଦୀର୍ଘଦିନରୁ ଅପେକ୍ଷିତ ଜିନିଷ ପାଇ ଖୁସି ହେବେ। ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ପରିବାରରେ ଭୁଲ୍‌ ବୁଝାମଣାବଶତଃ ନିଜ ନିଜ ମଧ୍ୟରେ କଳହ ଦେଖାଦେଇପାରେ। ବିବାଦୀୟ ପରିସ୍ଥିତି କିମ୍ବା ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବ।
ମକର
ମକର
କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖାଦେଇଥିବା କାରଣରୁ ମନ ବିଚଳିତ ରହିବ। ଆପଣ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ରାଜନୈତିକ ସ୍ତରରେ କିମ୍ବା ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ଆକସ୍ମିକ ଭାବରେ ଦୂର ଯାତ୍ରାର ସୁଯୋଗ ପାଇ ଖୁସି ହେବେ।
କୁମ୍ଭ
କୁମ୍ଭ
ଆଜିର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଦୀର୍ଘ ଦିନରୁ ପଡିରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି।
ମୀନମୀନ
ଯେତେ ସୁବିଧାରେ ରହିବା ପାଇଁ ଚେଷ୍ଟା କଲେ ମଧ୍ୟ ନିଜ ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ହାସଲ କରିବେ। କେତେକ କ୍ଷେତ୍ରରେ ଜିଦ୍‌ଖୋର କାରଣରୁ ହଇରାଣ ହୋଇପାରନ୍ତି। ଗୁରୁଜନଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri