Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ
ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସମସ୍ୟାବହୁଳ ସାମାଜିକ ସ୍ଥିତି ଦେଖାଦେଇପାରେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ରୁହନ୍ତୁ । ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, ସାମ୍ବାଦିକତା, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ରୋହିଣୀ ନକ୍ଷତ୍ରର କାମଗୁଡ଼ିକ ବନ୍ଧୁଙ୍କ ସାହାଯ୍ୟ, ସହଯୋଗରୁ ସମ୍ପନ୍ନ ହେବ। ଆନୁଷ୍ଠାନିକ କାମରେ ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ କାର୍ଯ୍ୟାରମ୍ଭ କରିପାରନ୍ତି। ସଭାସମିତି, ରାଜନୀତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ। ଭୁଲ୍‌ ବୁଝାମଣାବଶତଃ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ।
ମିଥୁନ
ମିଥୁନ
ମୃଗଶିରା ନକ୍ଷତ୍ର ବିଭିନ୍ନ କାମରେ ବ୍ୟସ୍ତ ରହିବା କାରଣରୁ ମାନସିକ ଅସ୍ଥିରତା ସୃଷ୍ଟି ହେବ। ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ କ୍ଷେତ୍ରରେ ସଫଳତା ବିଳମ୍ବରେ ପାଇବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ପରିବାର ପାଇଁ ନିଜ ମନ ପସନ୍ଦର ଜିନିଷ କିଣିବାକୁ ମନ ବଳାଇବେ।
କର୍କଟ
କର୍କଟ
ପୁଷ୍ୟାନକ୍ଷତ୍ର କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟରୁ ଉତ୍ସାହିତ ହେବେ। ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି କାରଣରୁ ଚିନ୍ତିତ ରହିପାରନ୍ତି। ବକ୍ତୃତା ପ୍ରଦାନରେ, ଲେଖାପଢ଼ାରେ, ଆଲୋଚନା ତଥା ଚୁକ୍ତିପତ୍ର ସମ୍ପାଦନାରେ ସଫଳତା ହାସଲ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା ଓ ମାଙ୍ଗଳିକ କାମରେ ସହଯୋଗ କରି ଖୁସି ରହିବେ।
ସି˚ହ
ସି˚ହ
ଉତ୍ତରାଫାଲଗୁନୀ ନକ୍ଷତ୍ର କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିଙ୍କ ଦ୍ୱାରା ସହଯୋଗ ପାଇବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେତୁ ମନସ୍ତାପ ବଢ଼ିଯିବ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ। ବ୍ୟବସାୟ ଓ ପରିବହନରେ ହଠାତ୍‌ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କନ୍ୟା
ହସ୍ତାନକ୍ଷତ୍ର ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ। ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହୋଇପାରେ। ପ୍ରତିଯୋଗିତାରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରିବା ଭଲ। ଘର ଲୋକଙ୍କୁ ଉପେକ୍ଷା କରି ପରକଥାରେ ପଡି ଭୁଲ୍‌ ମାର୍ଗ ଅନୁସରଣ କରି ଅନୁତାପ କରିବାକୁ ପଡ଼ିପାରେ।
ତୁଳା
ତୁଳା
ଚିତ୍ରା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ ହେତୁ ମାନସିକ ସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ଉପର ଅଧିକାରୀଙ୍କ ସମ୍ମୁଖରେ ମନର ଭାବ ପ୍ରକାଶ କରିବାରେ ପଛେଇ ଯିବେ। କଳହ ଲାଗିଥିବା ବନ୍ଧୁ ପ୍ରତି ସତର୍କ ନ ରହିଲେ ଅସୁବିଧାରେ ପଡ଼ିବେ। ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କାମ ଉତ୍ସାହପ୍ରଦ ହେବ ନାହିଁ।
ବିଛା
ବିଛା
ଜ୍ୟେଷ୍ଠା ନକ୍ଷତ୍ରର ଭୁଲ୍‌ ବୁଝାମଣା ହେତୁ ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ପରିଲକ୍ଷିତ ହେବ। ସାମାଜିକ ସ୍ତରରେ ନୀଚ୍ଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି। ଆବଶ୍ୟକତା ପୂରଣ ସକାଶେ କରଜ କରିବାକୁ ପଡ଼ିପାରେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ଆଜି ମୁଳା ନକ୍ଷତ୍ର ଦୀର୍ଘଦିନରୁ ଆଶା କରୁଥିବା ଜିନିଷ ପାଇ ଖୁସି ହେବେ। ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ପରିବାରରେ ଭୁଲ୍‌ ବୁଝାମଣା ବଶତଃ ସାମୟିକ କଳହ ଦେଖାଦେଇପାରେ। ବିବାଦୀୟ ପରିସ୍ଥିତି କିମ୍ବା ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବ।
ମକର
ମକର
କାର୍ଯ୍ୟହାନି କାରଣରୁ ଶ୍ରବଣା ନକ୍ଷତ୍ରର ମାନସିକ ସ୍ବାସ୍ଥ୍ୟ ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ରହିବ। ରାଜନୈତିକ ସ୍ତରରେ କିମ୍ବା ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। କେତେକ କ୍ଷେତ୍ରରେ ବୁଝାମଣା ଅଭାବରୁ କାରଣ ନ ଥାଇ ମଧ୍ୟ ଦୋଷୀସାବସ୍ତ୍ୟ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଉତ୍ତରଭାଦ୍ରପଦ ନକ୍ଷତ୍ର ସକାଶେ ଆଜିର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ବ୍ୟବସାୟ ଓ ପରିବହନ ପାଇଁ ଅସୁବିଧା ହେବ ନାହିଁ। ଦୀର୍ଘଦିନରୁ ପଡ଼ିରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପାରିବାରିକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ।
ମୀନମୀନ

ରେବତୀ ନକ୍ଷତ୍ର ଯେତେ ସୁବିଧାରେ ରହିବା ପାଇଁ ଚେଷ୍ଟା କଲେ ମଧ୍ୟ ନିଜର ଲୋକମାନଙ୍କ ଦ୍ୱାରା ଅସନ୍ତୁଷ୍ଟ ରହିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। ସଭାସମିତିରେ ବନ୍ଧୁମାନଙ୍କ ସହ ମତଭେଦ ଘଟିପାରେ। କେତେକ କ୍ଷେତ୍ରରେ ଜିଦ୍‌ଖୋର କାରଣରୁ ହଇରାଣ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?