Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ
ଆଜି କୃତ୍ତିକା ନକ୍ଷତ୍ର ସକାଶେ ସମସ୍ୟାବହୁଳ ସାମାଜିକ ସ୍ଥିତି ଦେଖାଦେଇପାରେ। କିନ୍ତୁ ବନ୍ଧୁଙ୍କ ମନ ବୁଝିଲା ଭଳି କଥା କହି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ। ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, ସାମ୍ବାଦିକତା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ଆଜିର କାମଗୁଡ଼ିକ ରୋହିଣୀ ନକ୍ଷତ୍ର ସକାଶେ ବନ୍ଧୁଙ୍କ ସାହାଯ୍ୟ, ସହଯୋଗରୁ ସହଜରେ ସମ୍ପନ୍ନ ହେବ। ଆନୁଷ୍ଠାନିକ କାମରେ ବନ୍ଧୁଙ୍କଠାରୁ ଉସତ୍ାହ ଓ ପ୍ରେରଣା ପାଇ କାର୍ଯ୍ୟାରମ୍ଭ କରିପାରନ୍ତି। ସଭାସମିତି, ରାଜନୀତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। ଭୁଲ୍‌ ବୁଝାମଣାରୁ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ।
ମିଥୁନ
ମିଥୁନ
ଆଜିର କର୍ମକ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ରହିବାରୁ ମାନସିକ ଅସ୍ଥିରତା ସୃଷ୍ଟି ହେବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ ନ କଲେ ସମସ୍ୟା ଭୋଗିବେ। ସହକର୍ମୀ ସ୍ବାର୍ଥସାଧନ ପାଇଁ ଆପଣଙ୍କ କାର୍ଯ୍ୟରେ ସାହାଯ୍ୟ କରିବେ ନାହିଁ। ପୁନର୍ବସୁ ନକ୍ଷତ୍ର ପରିବାର ପାଇଁ ନିଜ ମନପସନ୍ଦର ଜିନିଷ କିଣିବା ସକାଶେ ମନ ବଳାଇବେ।
କର୍କଟ
କର୍କଟ
ପୁଷ୍ୟା ନକ୍ଷତ୍ର କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବା କାରଣରୁ ଚିନ୍ତିତ ରହିପାରନ୍ତି। ଶିକ୍ଷା, ପରୀକ୍ଷା, ଲେଖାପଢା, ଆଲୋଚନା ତଥା ଚୁକ୍ତିପତ୍ର ସମ୍ପାଦନାରେ ସଫଳତା ହାସଲ କରିବେ। ଆଜି ଯାତ୍ରା ସମୟରେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ସୃଷ୍ଟି ହୋଇପାରେ।
ସି˚ହ
ସି˚ହ
ମଘା ନକ୍ଷତ୍ର କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିଙ୍କ ଦ୍ୱାରା ସହଯୋଗ ପାଇବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନସ୍ତାପ ବଢିଯାଇପାରେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ। ବ୍ୟବସାୟ ଓ ପରିବହନରେ ହଠାତ୍‌ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କନ୍ୟା
ପୂର୍ବାଫାଲଗୁନୀ ନକ୍ଷତ୍ର ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଦେଖାଦେବ। ବନ୍ଧୁ ଓ ସହକର୍ମୀଙ୍କ ସାହାଯ୍ୟ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ସାମାଜିକ କ୍ଷେତ୍ରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରିବା ଭଲ। ଘର ଲୋକଙ୍କୁ ଉପେକ୍ଷା କରି ପରକଥାରେ ଭୁଲ ମାର୍ଗର ଅନୁସରଣ କରି ଅନୁତାପ କରିବାକୁ ପଡିପାରେ।
ତୁଳା
ତୁଳା
ବିଶାଖା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ ହେତୁ ମାନସିକ ସ୍ଥିତି ଭଲ ରହିବ। ଉପର ଅଧିକାରୀଙ୍କୁ ମନକଥା କହିବାରେ ପଛେଇ ଯିବେ। ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ଭୁଲ୍‌ ବୁଝାମଣା ହେତୁ ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ପରିଲକ୍ଷିତ ହେବ। ସାମାଜିକ ସ୍ତରରେ ନୀଚ୍ଚ ସଂସର୍ଗରୁ ଦୂରେଇ ରହିବା ଭଲ। ଜ୍ୟେଷ୍ଠା ନକ୍ଷତ୍ର ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି ଚଳାଇ ନେବେ। କଳା,ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ଆଜି ପୂର୍ବାଷାଢା ନକ୍ଷତ୍ର ଦୀର୍ଘଦିନରୁ ଆଶା କରିଥିବା ଜିନିଷଟି ପାଇ ଖୁସି ହେବେ। ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇପାରନ୍ତି। ପରିବାରରେ ଭୁଲ୍‌ ବୁଝାମଣାବଶତଃ ନିଜ ନିଜ ମଧ୍ୟରେ କଳହ ଦେଖାଦେବ। ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବାର ଆଶା ରହିଛି।
ମକର
ମକର
କାର୍ଯ୍ୟହାନି କାରଣରୁ ଶ୍ରବଣା ନକ୍ଷତ୍ରର ମାନସିକ ସ୍ବାସ୍ଥ୍ୟ ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ରାଜନୈତିକ ସ୍ତରରେ କିମ୍ବା ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। କେତେକ କ୍ଷେତ୍ରରେ ବୁଝାମଣା ଅଭାବରୁ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଧନିଷ୍ଠା ନକ୍ଷତ୍ର ସକାଶେ ଆଜିର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ରପତ୍ାନି ବାଣିଜ୍ୟ, ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଦୀର୍ଘ ଦିନରୁ ପଡି ରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପାରିବାରିକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ।
ମୀନମୀନ

ସୁବିଧାରେ ରହିବା ପାଇଁ ଯେତେ ଚେଷ୍ଟା କଲେ ମଧ୍ୟ ନିଜ ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ପରିବାରରେ ମତାନୈକ୍ୟ ଘଟିପାରେ। କେତେକ କ୍ଷେତ୍ରରେ ଜିଦ୍‌ଖୋର କାରଣରୁ ହଇରାଣ ହୋଇପାରନ୍ତି। ଉତ୍ତରଭାଦ୍ର ନକ୍ଷତ୍ର ଗୁରୁଜନଙ୍କ ସ୍ବାସ୍ଥ୍ୟହାନି କାରଣରୁ ଚିନ୍ତିତ ରହିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri