Posted inRasifala

ରାଶିଫଳ: ସୋମବାର, ଜୁନ୍ ୬ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗଟି ସାମାନ୍ୟ ବ୍ୟତିକ୍ରମ ଭିତରେ ଗତିକରିବ। ସବୁ କିଛି ଭଲ ମଧ୍ୟରେ ଖର୍ଚ୍ଚ ପରିମାଣ ବୃଦ୍ଧି, ଦୂରଯାତ୍ରା ଓ ସ୍ଥାନାନ୍ତରର ସୂଚନା ରହିଛି। ଭୁଲ୍‌ ବୁଝାମଣା କାରଣରୁ ମାନସିକ ସ୍ଥିତି ହଠାତ୍‌ ବଦଳି ଯିବ ଏବଂ ଅପମାନିତ ହୋଇପାରନ୍ତି। ଅବଶ୍ୟ ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ।
ବୃଷ
ବୃଷ
ଆଜି ଯେତିକି ପାଇବେ ତାହାଠାରୁ ଅଧିକ ଦେବାକୁ ପଡ଼ିପାରେ। ସହକର୍ମୀଙ୍କ ସହ ମତାନ୍ତର ଘଟିବାର ସମ୍ୟକ ସୂଚନା ରହିଛି। ପରିବାର ସକାଶେ ଆକସ୍ମିକ ଆବଶ୍ୟକତା କାରଣରୁ ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇ ଚିନ୍ତାକୁ ବଢ଼ାଇ ଦେବ। କେତେକ କାରଣକୁ ନେଇ ଇଚ୍ଛା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
ମିଥୁନ
ମିଥୁନ
ପାରିବାରିକ ଅଶାନ୍ତି କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ଋଣ ପରିଶୋଧ କରିବା ସକାଶେ ବିଭିନ୍ନ ପ୍ରକାର ଧନ୍ଦା କରିବାକୁ ମନ ବଳାଇବେ। କର୍ମକ୍ଷେତ୍ରରେ ଜଣେ ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜିପାରନ୍ତି। ବ୍ୟବସାୟ,ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
କର୍କଟ
କର୍କଟ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିବ। ଆର୍ଥିକ ସମସ୍ୟା ନେଇ ବିଭିନ୍ନ ଦୁର୍ଭାବନା ଦୂରେଇବାରେ ସମର୍ଥ ହେବେ। ଅଧସ୍ତନ କର୍ମଚାରୀ ଜଣେ କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ କରି କଳହର ମାତ୍ରାକୁ ବଢାଇପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ ତଥା ଚଳଚ୍ଚିତ୍ର, ସାମ୍ବାଦିକତା କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।
ସି˚ହ
ସି˚ହ
ଆଜି କୈାଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ଅନ୍ୟମାନଙ୍କ ପରାମର୍ଶକୁ ଗ୍ରହଣ କରିବା ଭଲ। ପିଲାଙ୍କୁ କେନ୍ଦ୍ରକରି କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଆତ୍ମୀୟଙ୍କ ସକାଶେ ଯେତେପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ।
କନ୍ୟା
ସାମଗ୍ରିକ ଦିଗରୁ ଦିନଟି ଭଲ ମନେ ହେଲେ ମଧ୍ୟ ଆପଣଙ୍କ ଉପଭୋଗ୍ୟ ହୋଇପାରିବ ନାହିଁ। ଅବଦମିତ ଇଚ୍ଛା ମନରେ ଅନାଗତ ଭୟ ସୃଷ୍ଟି କରିପାରେ। ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି। କର୍ମକ୍ଷେତ୍ରରେ ଯେସାକୁତେସା ନୀତିରେ କାମ କରି ବନ୍ଧୁଙ୍କ ଅପ୍ରିୟଭାଜନ ହୋଇପାରନ୍ତି।
ତୁଳା
ତୁଳା
ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ ଦୃଷ୍ଟିକୋଣ ବଦଳିଯାଇପାରେ। ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ ଉଠିବା ପରି ଆଶଙ୍କା ଦେଖାଦେବ। କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ ନତୁବା ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି। ଅଫିସ୍‌ରୁ ଫେରିବା ସମୟରେ ମୂଲ୍ୟବାନ ଦ୍ରବ୍ୟ ଆଣିପାରନ୍ତି।
ବିଛା
ବିଛା
କୈାଣସି ଅଭାବ ଅସୁବିଧା ନ ଥିଲେ ମଧ୍ୟ ମନଟା ଗୋଳେଇଘାଣ୍ଟି ଲାଗିବ। ପୁନଶ୍ଚ ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ମଧ୍ୟ ବଳିପଡିବ। ଅନ୍ୟମାନଙ୍କ କଥାରେ ଭାସି ନ ଯାଇ ଲୋକକୁ ପରଖି ଯାହା କରିବା କଥା କରନ୍ତୁ। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିବନ୍ଧକ ଓ ସମସ୍ୟା ଦେଖାଦେବ।
ଧନୁ
ଧନୁ
ଆଜି ଅଭାବ ଅନୁଭବ କରିପାରିବେ ନାହିଁ। ଯାହା ଚାହିଁବେ ତାହା ପାଇବେ। ପ୍ରକାଶନ, ପ୍ରଶାସନ, ଗଣ ଯୋଗାଯୋଗ, ସାମ୍ବାଦିକତା କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଂଗଠନିକ କ୍ଷେତ୍ରରେ ବହୁତ ଜନ କଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର
ମକର
ବନ୍ଧୁଙ୍କ କଥାକୁ ସହଜରେ ଗ୍ରହଣ କଲେ କର୍ମକ୍ଷେତ୍ରରେ ସମସ୍ୟାରୁ ମୁକୁଳି ଯାଇ ପାରନ୍ତି। ସହକର୍ମୀ କିମ୍ବା ଆମତ୍ୀୟଙ୍କଠାରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଶିକ୍ଷା, ଗଠନମୂଳକ ଆଲୋଚନା, ଆନୁଷ୍ଠାନିକ କାମ, ଲେଖାପଢ଼ା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ। ଆର୍ଥିକ ଅଭିବୃଦ୍ଧି ପାଇଁ ବ୍ୟାଙ୍କ ଜମା କିମ୍ବା ପଲିସ୍‌ କରିପାରନ୍ତି।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ ଗତି କରିବାର ସମ୍ଭାବନା ରହିଛି। ବିନା ଖର୍ଚ୍ଚରେ କିମ୍ବା ସରଳ ଓ ସହଜରେ କୌଣସି କାମ ହାସଲ କରିବା ଦୁରୂହ ହୋଇପଡ଼ିବ। ପରିବାରରେ କାହାର ସ୍ବାସ୍ଥ୍ୟହାନି କାରଣରୁ ମନ ସ୍ଥିର ରହିପାରିବ ନାହିଁ। ବନ୍ଧୁମାନଙ୍କ ସହାୟତା ନେଇ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
ମୀନମୀନ
କର୍ମକ୍ଷେତ୍ର ସକାଶେ ଚିନ୍ତିତ ରହିବେ କିନ୍ତୁ ପରକ୍ଷଣରେ ସବୁ ଠିକ୍‌ ହୋଇଯିବ। ଶିକ୍ଷା, ସନ୍ତାନ, ଅଧ୍ୟୟନ, ଅଧ୍ୟାପନା, ଆଲୋଚନା ପାଇଁ ଦିନଟି ପ୍ରକୃଷ୍ଟ କହିଲେ ଅତ୍ୟୁକ୍ତି ହେବ ନାହିଁ। ଯାତ୍ରା, ବ୍ୟବସାୟ, ମକଦ୍ଦମା, ସଂଗଠନ, ଲେଖାପଢ଼ାରେ ସମସ୍ୟା ସମାଧାନ ହୋଇଯିବ। ସ୍ବାସ୍ଥ୍ୟ ଭଲ ରହିବ। କର୍ମାରମ୍ଭ ସକାଶେ ମନ ବଳାଇବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri