Posted inRasifala

ରାଶିଫଳ: ମଙ୍ଗଳବାର, ଏପ୍ରିଲ୍‌ ୬ ତାରିଖ – Daily Horoscope

ମେଷ
ଆଜି ଶନି ସହ ଚନ୍ଦ୍ରଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ।
ବୃଷ
ବୃଷ
କର୍ମସ୍ଥ ବୃହସ୍ପତି ହେତୁ ପରିସ୍ଥିତି ତାଡନାରେ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବେ। ଦୀର୍ଘ ଦିନରୁ ପରିକଳ୍ପନା କରିଥିବା ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କୁ କର୍ମକ୍ଷେତ୍ରରେ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ।
ମିଥୁନ
ମିଥୁନ
ଧନାଧିପତି ଅଷ୍ଟମସ୍ଥ ଓ ପାପଗ୍ରହ ଯୁକ୍ତ କାରଣରୁ ଅଭାବ ଅନଟନ ମାନସିକ ଶାନ୍ତିକୁ ନଷ୍ଟକରିପାରେ। ପାରିବାରିକ ସମସ୍ୟା ଥିଲେ ମଧ୍ୟ ମନର ଦୁଃଖକୁ ଲୁଚାଇ ବନ୍ଧୁଙ୍କ ସମ୍ମୁଖରେ ହସି କଥା କହିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଅପରାହ୍ନେ ଆଶା କରିଥିବା ଜିନିଷଟି ପାଇ ଖୁସି ହେବେ।
କର୍କଟ
କର୍କଟ
ଦୀର୍ଘଦିନରୁ ଆଶା କରିଥିବା ଦିଗରୁ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ଏକାଦଶସ୍ଥ ମଙ୍ଗଳ ଯୋଗୁଁ କର୍ମକ୍ଷେତ୍ରରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ପ୍ରଶାସନିକ ସ୍ତରରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ଅବଶ୍ୟ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ।
ସି˚ହ
ସି˚ହ
କର୍ମ କ୍ଷେତ୍ରରେ ଆହ୍ବାନ ବ୍ୟତିରେକ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି। କେତୁଙ୍କ ପ୍ରଭାବରେ ପାରିବାରିକ ସ୍ତରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ନିଜର ଦକ୍ଷତା ବଳରେ ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ। କିନ୍ତୁ ପାରିବାରିକ କ୍ଷେତ୍ରରେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି।
କନ୍ୟା
ପାପଗ୍ରହ ପ୍ରଭାବରେ ସନ୍ଦେହ ଘନୀଭୂତ ହେବାରୁ ବନ୍ଧୁ ସହ ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିପାରନ୍ତି। ପୂର୍ବରାଗ ଶୁଝାଇବାକୁ ଯାଇ ମିତ୍ରମାନେ ଶତ୍ରୁତା ଆଚରଣ କରିବେ। ପୁରାତନ ରୋଗ ଯୋଗୁଁ ଅଧିକାଂଶ ସମୟ ବ୍ୟସ୍ତ ରହିବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ତୁଳା
ତୁଳା
ଚନ୍ଦ୍ରଙ୍କ ଅଶୁଭତ୍ୱ କାରଣରୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ବନ୍ଧୁଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ।
ବିଛା
ବିଛା
କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ନିଜର ଆତ୍ମୀୟ ମାନଙ୍କ ସହ ଆଲୋଚନା କରିପାରନ୍ତି। ଦୀର୍ଘଦିନରୁ ଲାଗି ରହିଥିବା ଜମିଜମା ବିବାଦର ଆଶୁ ଅବସାନ ଘଟିବ। କର୍ମକ୍ଷେତ୍ରରେ ଶତ୍ରୁତା ପଥରୋଧ କରୁଥିବାର ସନ୍ଦେହ କରି ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।
ଧନୁ
ଧନୁ
ଚତୁର୍ଥଭାବର ସୁପ୍ରଭାବରେ ପାରିବାରିକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ହୋଇଯିବ। ଉତ୍ତରାଷାଢା ନକ୍ଷତ୍ରର ମାନସିକ ଅବସାଦ ଯୋଗୁଁ କୌଣସି କାମ ଉତ୍ସାହପ୍ରଦ ହୋଇ ନ ପାରେ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁଁ କୌଣସି ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଯିବ। ତଥାପି ଧୈର୍ଯ୍ୟ ଧରି କର୍ମ କରିଚାଲିଲେ ସଫଳତା ଅବଶ୍ୟ ମିଳିପାରେ।
ମକର
ମକର
କର୍ମକ୍ଷେତ୍ରରେ ସବୁକଥାକୁ ବେପରୁଆ ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ପାପଗ୍ରହ ଯୁକ୍ତ ଚତୁର୍ଥାଧିପତି ହେତୁ ପରିବାରରେ ସାଧାରଣ ଘଟଣାକୁ କେନ୍ଦ୍ରକରି ଅଶାନ୍ତି ଉପୁଜିପାରେ। ବନ୍ଧୁ ମାନଙ୍କ ମଧ୍ୟରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଯାତ୍ରା ସମୟରେ ଅନ୍ୟମନସ୍କ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଆଜିର କାମ ସମୟରେ ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ଶତଭିଷା ନକ୍ଷତ୍ର କିନ୍ତୁ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ବନ୍ଧୁମାନଙ୍କ ସାହାଯ୍ୟରୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ଯୋଗୁଁ ମନ ଅଶାନ୍ତ ରହିବ।
ମୀନମୀନ
ଦ୍ୱାଦସ୍ଥ ବୃହସ୍ପତି ଓ ପାପଗ୍ରହ ଯୁକ୍ତ ଚନ୍ଦ୍ର ହେତୁ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ଚିନ୍ତା ହଟିବ ନାହିଁ। ବନ୍ଧୁଙ୍କ ପରାମର୍ଶକୁ ଅନୁଧ୍ୟାନ କରି ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବେ। ପାରିବାରିକ କ୍ଷେତ୍ରରେ ମନ ଅସ୍ଥିର ରହିବ। ରାଜନୈତିକ ଦୁଃସ୍ଥିତି କୂଟନୀତି ବଳରେ ସମାଧାନ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri