Posted inRasifala

ରାଶିଫଳ: ମଙ୍ଗଳବାର, ଏପ୍ରିଲ୍‌ ୬ ତାରିଖ – Daily Horoscope

ମେଷ
ଆଜି ଶନି ସହ ଚନ୍ଦ୍ରଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ।
ବୃଷ
ବୃଷ
କର୍ମସ୍ଥ ବୃହସ୍ପତି ହେତୁ ପରିସ୍ଥିତି ତାଡନାରେ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବେ। ଦୀର୍ଘ ଦିନରୁ ପରିକଳ୍ପନା କରିଥିବା ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କୁ କର୍ମକ୍ଷେତ୍ରରେ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ।
ମିଥୁନ
ମିଥୁନ
ଧନାଧିପତି ଅଷ୍ଟମସ୍ଥ ଓ ପାପଗ୍ରହ ଯୁକ୍ତ କାରଣରୁ ଅଭାବ ଅନଟନ ମାନସିକ ଶାନ୍ତିକୁ ନଷ୍ଟକରିପାରେ। ପାରିବାରିକ ସମସ୍ୟା ଥିଲେ ମଧ୍ୟ ମନର ଦୁଃଖକୁ ଲୁଚାଇ ବନ୍ଧୁଙ୍କ ସମ୍ମୁଖରେ ହସି କଥା କହିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଅପରାହ୍ନେ ଆଶା କରିଥିବା ଜିନିଷଟି ପାଇ ଖୁସି ହେବେ।
କର୍କଟ
କର୍କଟ
ଦୀର୍ଘଦିନରୁ ଆଶା କରିଥିବା ଦିଗରୁ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ଏକାଦଶସ୍ଥ ମଙ୍ଗଳ ଯୋଗୁଁ କର୍ମକ୍ଷେତ୍ରରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ପ୍ରଶାସନିକ ସ୍ତରରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ଅବଶ୍ୟ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ।
ସି˚ହ
ସି˚ହ
କର୍ମ କ୍ଷେତ୍ରରେ ଆହ୍ବାନ ବ୍ୟତିରେକ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି। କେତୁଙ୍କ ପ୍ରଭାବରେ ପାରିବାରିକ ସ୍ତରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ନିଜର ଦକ୍ଷତା ବଳରେ ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ। କିନ୍ତୁ ପାରିବାରିକ କ୍ଷେତ୍ରରେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି।
କନ୍ୟା
ପାପଗ୍ରହ ପ୍ରଭାବରେ ସନ୍ଦେହ ଘନୀଭୂତ ହେବାରୁ ବନ୍ଧୁ ସହ ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିପାରନ୍ତି। ପୂର୍ବରାଗ ଶୁଝାଇବାକୁ ଯାଇ ମିତ୍ରମାନେ ଶତ୍ରୁତା ଆଚରଣ କରିବେ। ପୁରାତନ ରୋଗ ଯୋଗୁଁ ଅଧିକାଂଶ ସମୟ ବ୍ୟସ୍ତ ରହିବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ତୁଳା
ତୁଳା
ଚନ୍ଦ୍ରଙ୍କ ଅଶୁଭତ୍ୱ କାରଣରୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ବନ୍ଧୁଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ।
ବିଛା
ବିଛା
କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ନିଜର ଆତ୍ମୀୟ ମାନଙ୍କ ସହ ଆଲୋଚନା କରିପାରନ୍ତି। ଦୀର୍ଘଦିନରୁ ଲାଗି ରହିଥିବା ଜମିଜମା ବିବାଦର ଆଶୁ ଅବସାନ ଘଟିବ। କର୍ମକ୍ଷେତ୍ରରେ ଶତ୍ରୁତା ପଥରୋଧ କରୁଥିବାର ସନ୍ଦେହ କରି ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।
ଧନୁ
ଧନୁ
ଚତୁର୍ଥଭାବର ସୁପ୍ରଭାବରେ ପାରିବାରିକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ହୋଇଯିବ। ଉତ୍ତରାଷାଢା ନକ୍ଷତ୍ରର ମାନସିକ ଅବସାଦ ଯୋଗୁଁ କୌଣସି କାମ ଉତ୍ସାହପ୍ରଦ ହୋଇ ନ ପାରେ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁଁ କୌଣସି ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଯିବ। ତଥାପି ଧୈର୍ଯ୍ୟ ଧରି କର୍ମ କରିଚାଲିଲେ ସଫଳତା ଅବଶ୍ୟ ମିଳିପାରେ।
ମକର
ମକର
କର୍ମକ୍ଷେତ୍ରରେ ସବୁକଥାକୁ ବେପରୁଆ ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ପାପଗ୍ରହ ଯୁକ୍ତ ଚତୁର୍ଥାଧିପତି ହେତୁ ପରିବାରରେ ସାଧାରଣ ଘଟଣାକୁ କେନ୍ଦ୍ରକରି ଅଶାନ୍ତି ଉପୁଜିପାରେ। ବନ୍ଧୁ ମାନଙ୍କ ମଧ୍ୟରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଯାତ୍ରା ସମୟରେ ଅନ୍ୟମନସ୍କ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଆଜିର କାମ ସମୟରେ ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ଶତଭିଷା ନକ୍ଷତ୍ର କିନ୍ତୁ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ବନ୍ଧୁମାନଙ୍କ ସାହାଯ୍ୟରୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ଯୋଗୁଁ ମନ ଅଶାନ୍ତ ରହିବ।
ମୀନମୀନ
ଦ୍ୱାଦସ୍ଥ ବୃହସ୍ପତି ଓ ପାପଗ୍ରହ ଯୁକ୍ତ ଚନ୍ଦ୍ର ହେତୁ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ଚିନ୍ତା ହଟିବ ନାହିଁ। ବନ୍ଧୁଙ୍କ ପରାମର୍ଶକୁ ଅନୁଧ୍ୟାନ କରି ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବେ। ପାରିବାରିକ କ୍ଷେତ୍ରରେ ମନ ଅସ୍ଥିର ରହିବ। ରାଜନୈତିକ ଦୁଃସ୍ଥିତି କୂଟନୀତି ବଳରେ ସମାଧାନ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ସୌନ୍ଦର୍ଯ୍ୟ ବୋଧର ନୂତନ ଅନୁଭବକୁ ଉପଲବ୍ଧତ୍ କରିବେ। ଦୀର୍ଘଦିନ ହେଲା ଚେଷ୍ଟା କରୁଥିବା କାମରେ ଆକସ୍ମିକ ସଫଳତା ସଙ୍ଗକୁ ଆଶା କରୁଥିବା ଦିଗରୁ ଅଧିକ...

ରାଶିଫଳ: ଶନିବାର, ନଭେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି କୃତିକା ନକ୍ଷତ୍ର ସକାଶେ ଜଣେ ବାଲ୍ୟବନ୍ଧୁ ମିଶିବାକୁ ଆସିବାର ସୂଚନା ରହିଛି। ଯଦ୍ୱାରାକି ଆପଣଙ୍କ କାମ ତାହାଙ୍କ ଦ୍ୱାରା ହାଲୁକା ହୋଇଯିବାର ବହୁତ...

ରାଶିଫଳ: ଗୁରୁବାର, ଏପ୍ରିଲ୍‌ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହ ଚକ୍ରରୁ କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସହଯୋଗ କରିବାର ସୂଚନା ରହିଛି। ଯାନ୍ତ୍ରିକ ଶିଳ୍ପରେ ଉନ୍ନତି, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ...

ରାଶିଫଳ: ବୁଧବାର, ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁ ମିଳନ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସାହାଯ୍ୟ ଓ ସହଯୋଗ କରିବାର ପ୍ରତିଶ୍ରୁତି ଦେଇପାରନ୍ତି। ଯାନ୍ତ୍ରିକ ଶିଳ୍ପରେ ଉନ୍ନତି, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା...

ରାଶିଫଳ: ସୋମବାର, ଏପ୍ରିଲ୍‌ ୧୯ ତାରିଖ – Daily Horoscope

ମେଷ ନିଜ ରାଶିରେ ଗ୍ରହସନ୍ନିବେଶଜନିତ ଉଚ୍ଚ ସ୍ତରରେ ସମ୍ପର୍କ ସ୍ଥାପିତ ହେବ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ଶୁଭେଚ୍ଛା ଲାଭ କରିବେ। ଅର୍ଥନୈତିକ ସ୍ଥିତିର ଅଭିବୃଦ୍ଧି, କଳା,...

ରାଶିଫଳ: ଗୁରୁବାର, ଅକ୍ଟୋବର ୨୯ ତାରିଖ – Daily Horoscope

ମେଷ ଦ୍ୱିଜା ନକ୍ଷତ୍ରର ଦୀର୍ଘଦିନରୁ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ...

ରାଶିଫଳ: ବୁଧବାର, ମେ ୧୨ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ। ଆପଣଙ୍କ ଦୃଢ ଓ କଠୋରକ୍ତି ଫଳରେ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ...

Advertisement
Archives

Model This Week