Posted inRasifala

ରାଶିଫଳ: ବୁଧବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ଏହାସଙ୍ଗକୁ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି । ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟ ଏବଂ ଯୋଗାଯୋଗ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେବ। ଆବଶ୍ୟକତା ଅନୁଭଭ କରି ନୂତନ ଗୃହୋପକରଣ କ୍ରୟ କରିପାରନ୍ତି।
ବୃଷ
ବୃଷ
ପରିସ୍ଥିତି ତାଡନାରେ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ପରିକଳ୍ପନା କରିଥିବା ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଆଲୋଚନା କାଳରେ ସହକର୍ମୀଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ।
ମିଥୁନ
ମିଥୁନ
ଅଭାବ ଅନଟନ ମାନସିକ ଶାନ୍ତିକୁ ନଷ୍ଟକରିପାରେ। ପାରିବାରିକ ସମସ୍ୟା କ୍ରମଶଃ ବଳିଯାଉଥିବାରୁ ମନର ଦୁଃଖକୁ ଲୁଚାଇ ରଖି ବନ୍ଧୁମାନଙ୍କ ସମ୍ମୁଖରେ ହସି ହସି କଥା କହିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ମଧ୍ୟମ ପ୍ରକାରର ଫଳ ମିଳିବ। ଆଜି କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
କର୍କଟ
କର୍କଟ
ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ । ଅସମର୍ଥିତସୂତ୍ରରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ପ୍ରଶାସନିକ ସ୍ତରରେ ଏପରି କି ଶିଳ୍ପ, ବାଣିଜ୍ୟରେ ମଧ୍ୟ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ଆକସ୍ମିକ ଭାବରେ ସ୍ଥାନାନ୍ତର ସୂଚନା ମନକୁ ଭାରାକ୍ରାନ୍ତ କରିପାରେ।
ସି˚ହ
ସି˚ହ
କର୍ମ କ୍ଷେତ୍ରରେ ବିବାଦର ସମାଧାନ କରିବାକୁ ଯାଇ ଅପମାନିତ ହୋଇପାରନ୍ତି। ପାରିବାରିକ ସ୍ତରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ପୂର୍ବାଫାଲ୍‌ଗୁନୀ ନିଜର ଦକ୍ଷତା ବଳରେ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ଧାର୍ମିକ କାର୍ଯ୍ୟାରମ୍ଭ କ୍ଷେତ୍ରରେ ଆତ୍ମୀୟଙ୍କଠାରୁ ପ୍ରେରଣା ପାଇ ଖୁସି ହେବେ।
କନ୍ୟା
ନିକଟତର ବନ୍ଧୁଙ୍କ ସହ ଆପଣଙ୍କ ସମ୍ପର୍କକୁ ଅନ୍ୟମାନେ ଖରାପ ଭାବିପାରନ୍ତି । ପୂର୍ବ ରାଗ ଶୁଝାଇବାକୁ ଯାଇ ମିତ୍ରମାନେ ଶତ୍ରୁତା ଆଚରଣ କରିବେ। ପୁରାତନ ରୋଗ, ଋଣ ଯୋଗୁ ଅଧିକାଂଶ ସମୟ ବ୍ୟସ୍ତ ରହିବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ତୁଳା
ତୁଳା
ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ ସ୍ଥିତି ବିଶେଷ ଭଲ ରହିବନାହିଁ। କର୍ମକ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ବନ୍ଧୁଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଆବଶ୍ୟକତା ପୂରଣ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ବିଛା
ବିଛା
ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ନିଜର ଆତ୍ମୀୟଙ୍କ ସହ ଆଲୋଚନା କରିପାରନ୍ତି। ଦୀର୍ଘଦିନରୁ ଲାଗି ରହିଥିବା ଜମିଜମା ବିବାଦର ଆଶୁ ଅବସାନ ଘଟିବ। କର୍ମକ୍ଷେତ୍ରରେ ଶତ୍ରୁତା ପଥରୋଧ କରୁଥିବାର ସନ୍ଦେହ କରି ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଉତ୍ତରାଷାଢ଼ା ନକ୍ଷତ୍ରର ମାନସିକ ଅବସାଦ ଯୋଗୁ କୌଣସି କାମ ଉସତ୍ାହପ୍ରଦ ହୋଇ ନ ପାରେ। ସ୍ବାସ୍ଥ୍ୟ ସମସ୍ୟା ଯୋଗଁୁ କୌଣସି ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଯିବାର ଆଶଙ୍କା ମଧ୍ୟ ରହିଛି। ଧୈର୍ଯ୍ୟ ଧରି କର୍ମ କରିଚାଲିଲେ ଆଂଶିକ ସଫଳତା ମିଳିପାରେ।
ମକର
ମକର
କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ପରିବାରରେ ସାଧାରଣ ଘଟଣାକୁ କେନ୍ଦ୍ରକରି ଅଶାନ୍ତି ଉପୁଜିପାରେ । ଶ୍ରବଣା ନକ୍ଷତ୍ରର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ସୂଚନା ରହିଛି।
କୁମ୍ଭ
କୁମ୍ଭ
ଆଜିର କାମ ସମୟରେ ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ଶତଭିଷା ନକ୍ଷତ୍ର କିନ୍ତୁ ସହମତିରେ କାମ କଲେ ସଫଳତା ପାଇପାରନ୍ତି। ବିଜାତୀୟବ୍ୟକ୍ତିଙ୍କ ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ପାରିବାରିକ ସ୍ଥିତି, ବ୍ୟବସାୟିକ ପରିସ୍ଥିତି ଏବଂ ଯାତ୍ରା, ବାଣିଜ୍ୟ କ୍ଷେତ୍ରରେ ଆଶା ପୂରଣ ହୋଇପାରିବ।
ମୀନମୀନ
ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ଟେନ୍ସନ ଛାଡିବ ନାହିଁ। ବନ୍ଧୁମାନଙ୍କ ପରାମର୍ଶକୁ ଅନୁଧ୍ୟାନ କରି ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। କିନ୍ତୁ ପାରିବାରିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ରାଜନୈତିକ ସମସ୍ୟାର ସମାଧାନ କୂଟନୀତି ମାଧ୍ୟମରେ କରିପାରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁନ୍ ୧୮ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହାୟତାରେ କର୍ମକ୍ଷେତ୍ରର ପ୍ରତ୍ୟେକ ପରିସ୍ଥିତିକୁ କୌଶଳରେ ସଜାଡ଼ି ନେବେ। କିନ୍ତୁ କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‌ ସମ୍ଭାବନାକୁ…

ରାଶିଫଳ: ବୁଧବାର, ଜୁନ୍ ୧୭ ତାରିଖ – Daily Horoscope

ମେଷ କେନ୍ଦ୍ରକୋଣାଧିପଙ୍କ ଅଷ୍ଟମଭାବ ସଂସ୍ଥିତି ବନ୍ଧୁମିଳନ ସଙ୍ଗକୁ ଆର୍ଥିକ ଅଭିବୃଦ୍ଧି କରାଇବ। ପାରିବାରିକ ସ୍ତରରେ ସାମୟିକ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ପ୍ରାୟତଃ ଭଲରେ ବିତିବ।…

ରାଶିଫଳ: ମଙ୍ଗଳବାର, ଜୁନ୍ ୧୬ ତାରିଖ – Daily Horoscope

ମେଷ ସ୍ବଗୃହୀ ମଙ୍ଗଳଙ୍କ ପ୍ରଭାବରେ ଦୈହିକ ସୁସ୍ଥତା ସହ କର୍ମକ୍ଷେତ୍ର ଏବଂ ବ୍ୟବସାୟିକ ସ୍ଥିତି ବହୁତ ଭଲ ରହିବ। ବନ୍ଧୁମାନଙ୍କ ପ୍ରେରଣାରେ ଉଦ୍‍ବୁଦ୍ଧ ହୋଇ ନୂତନ ଉତ୍ସାହର…

ରାଶିଫଳ: ସୋମବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ଶୁକ୍ର ମୁଖଭାବରେ ରହି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ବନ୍ଧୁଙ୍କ ଆତିଥ୍ୟଯୋଗ ଲାଭ କରି ଖୁସୀ ହେବେ ା ଅଫିସରେ ସହକର୍ମୀଙ୍କ ସୈାହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା…

ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହଯୋଗରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ ଭାବ ପ୍ରବଣତା…

ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ…

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri