Posted inRasifala

ରାଶିଫଳ: ଗୁରୁବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ
କୌଶଳ ପ୍ରୟୋଗ କରି ମନବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଶିଳ୍ପ, ବାଣିଜ୍ୟରେ ମଧ୍ୟ ଶିଥିଳତା ଦେଖାଦେଇପାରେ।
ବୃଷ
ବୃଷ
ଦୀର୍ଘଦିନରୁ ପରିକଳ୍ପନା କରିଥିବା ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ବନ୍ଧୁଙ୍କୁ କର୍ମକ୍ଷେତ୍ରରେ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ।
ମିଥୁନ
ମିଥୁନ
ପାରିବାରିକ ସମସ୍ୟା କ୍ରମଶଃ ବଳିଯାଉଥିବାରୁ ମନର ଦୁଃଖକୁ ଲୁଚାଇ ରଖି ବନ୍ଧୁମାନଙ୍କ ସମ୍ମୁଖରେ ହସି ହସି କଥା କହିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ମଧ୍ୟସ୍ଥତା କରିବା କିମ୍ବା ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ସହକର୍ମୀଙ୍କ ମାଧ୍ୟମରେ ଆଶା କରିଥିବା ଜିନିଷଟି ପାଇ ଖୁସି ହେବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଜଣେ ବିଶ୍ୱସ୍ତ କର୍ମଚାରୀଙ୍କ ନିକଟରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ପ୍ରଶାସନିକ ସ୍ତରରେ ଏପରିକି ଶିଳ୍ପ, ବାଣିଜ୍ୟରେ ମଧ୍ୟ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଆକସ୍ମିକ ସ୍ଥାନାନ୍ତର ସୂଚନା ମନକୁ ଭାରାକ୍ରାନ୍ତ କରିପାରେ।
ସି˚ହ
ସି˚ହ
ପାରିବାରିକ ସ୍ତରରେ ବିଭିନ୍ନ ପ୍ରକାର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। କର୍ମକ୍ଷେତ୍ରରେ ବନ୍ଧୁମାନଙ୍କୁ ମଧୁର ବାକ୍ୟ କହି ନିିଜର କାର୍ଯ୍ୟ ହାସଲ କରିନେବେ। ନିଜର ଦକ୍ଷତା ବଳରେ ସାମାଜିକ ସ୍ତରରେ ସମ୍ମାନଲାଭ କରିିବେ। ପାରିବାରିକ କ୍ଷେତ୍ରରେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି।
କନ୍ୟା
କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ନିର୍ମାଣ, ଯୋଗାଯୋଗ, ସଂଗଠନ, ପ୍ରଶାସନ ସମସ୍ୟା ମୁକ୍ତ ରହିବ। ସମସ୍ୟା ସମାଧାନ ପରିପ୍ରେକ୍ଷୀରେ ଜଣେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ। ଜମିଜମା, କଚେରି ମାମଲା, ଧର୍ମକାର୍ଯ୍ୟ ସାମାନ୍ୟ ବିଳମ୍ବିତ ସମୟରେ ସମ୍ପନ୍ନ ହେବ।
ତୁଳା
ତୁଳା
ସଭାସମିତିରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ବନ୍ଧୁଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ। ପାରିବାରିକ ଅଶାନ୍ତି କାରଣରୁ ଅନ୍ୟମନସ୍କ ରହିପାରନ୍ତି।
ବିଛା
ବିଛା
ସାଧାରଣ ମତାନ୍ତରଜନିତ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମାଙ୍ଗଳିକ କାର୍ଯ୍ୟ ସକାଶେ ନିଜର ଆତ୍ମୀୟଙ୍କ ସହ ଆଲୋଚନା କରିପାରନ୍ତି। ପଡ଼ୋଶୀଙ୍କ ସହାୟତାରେ ଜମିଜମା ବିବାଦର ଆଶୁ ଅବସାନ ଘଟିବ। ଯାତ୍ରା କାଳରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି।
ଧନୁ
ଧନୁ
ଆପୋସ ଆଲୋଚନା ଦ୍ୱାରା ପାରିବାରିକ ସମସ୍ୟାର ସରଳ ସମାଧାନ ହୋଇଯିବ। ଉତ୍ତରାଷାଢ଼ା ନକ୍ଷତ୍ରର ମାନସିକ ଅବସାଦ ଲାଗି କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ କୌଣସି ଗୁରୁତ୍ୱପୂର୍ଣ୍ଣ କାମ ଅଟକିବାର ଆଶଙ୍କା ରହିଛି। ନିର୍ମାଣାଧୀନ କାମ ଅର୍ଥାଭାବ ଯୋଗୁ ଅଟକିବାରୁ ବିଚଳିତ ହେବେ।
ମକର
ମକର
ମତାନ୍ତର ହେତୁ ପରିବାରରେ ସାଧାରଣ ଘଟଣାକୁ କେନ୍ଦ୍ରକରି ଅଶାନ୍ତି ଉପୁଜିପାରେ। କଳା, ସାହିତ୍ୟ, ଆନୁଷ୍ଠାନିକ କାମ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟିହେବାର ଆଶଙ୍କା ରହିଛି। କର୍ମକ୍ଷେତ୍ର ପ୍ରତି ଉଦାସୀନ ରହି ସମାଲୋଚିତ ହେବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। କର୍ମକ୍ଷେତ୍ରରେ ନିଜ ଉପରେ ନ୍ୟସ୍ତ ଥିବା କାର୍ଯ୍ୟକୁ ଏକାଗ୍ରତା ସହ ତୁଲାଇ ପ୍ରଶଂସିତ ହେବେ। ଦୀର୍ଘଦିନରୁ ଚିନ୍ତାକରିଥିବା କାମଟି ହଠାତ୍‌ ହୋଇଯିବ। ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ଯୋଗୁ ମନ ଅଶାନ୍ତି ରହିପାରେ।
ମୀନମୀନ
ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ଟେନ୍ସନ ଜମା ଛାଡିବ ନାହିଁ। ବନ୍ଧୁମାନଙ୍କ ପରାମର୍ଶକୁ ଅନୁଧ୍ୟାନ କରି ସମସ୍ୟା ସମାଧାନ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। କିନ୍ତୁ ପାରିବାରିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ରାଜନୈତିକ ସ୍ଥିତି ପ୍ରତି କୌଣସି ସମସ୍ୟାର ସୁରାକ ପାଇ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri