Posted inRasifala

ରାଶିଫଳ: ଗୁରୁବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ
କୌଶଳ ପ୍ରୟୋଗ କରି ମନବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଶିଳ୍ପ, ବାଣିଜ୍ୟରେ ମଧ୍ୟ ଶିଥିଳତା ଦେଖାଦେଇପାରେ।
ବୃଷ
ବୃଷ
ଦୀର୍ଘଦିନରୁ ପରିକଳ୍ପନା କରିଥିବା ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ବନ୍ଧୁଙ୍କୁ କର୍ମକ୍ଷେତ୍ରରେ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ।
ମିଥୁନ
ମିଥୁନ
ପାରିବାରିକ ସମସ୍ୟା କ୍ରମଶଃ ବଳିଯାଉଥିବାରୁ ମନର ଦୁଃଖକୁ ଲୁଚାଇ ରଖି ବନ୍ଧୁମାନଙ୍କ ସମ୍ମୁଖରେ ହସି ହସି କଥା କହିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ମଧ୍ୟସ୍ଥତା କରିବା କିମ୍ବା ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ସହକର୍ମୀଙ୍କ ମାଧ୍ୟମରେ ଆଶା କରିଥିବା ଜିନିଷଟି ପାଇ ଖୁସି ହେବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଜଣେ ବିଶ୍ୱସ୍ତ କର୍ମଚାରୀଙ୍କ ନିକଟରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ପ୍ରଶାସନିକ ସ୍ତରରେ ଏପରିକି ଶିଳ୍ପ, ବାଣିଜ୍ୟରେ ମଧ୍ୟ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଆକସ୍ମିକ ସ୍ଥାନାନ୍ତର ସୂଚନା ମନକୁ ଭାରାକ୍ରାନ୍ତ କରିପାରେ।
ସି˚ହ
ସି˚ହ
ପାରିବାରିକ ସ୍ତରରେ ବିଭିନ୍ନ ପ୍ରକାର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। କର୍ମକ୍ଷେତ୍ରରେ ବନ୍ଧୁମାନଙ୍କୁ ମଧୁର ବାକ୍ୟ କହି ନିିଜର କାର୍ଯ୍ୟ ହାସଲ କରିନେବେ। ନିଜର ଦକ୍ଷତା ବଳରେ ସାମାଜିକ ସ୍ତରରେ ସମ୍ମାନଲାଭ କରିିବେ। ପାରିବାରିକ କ୍ଷେତ୍ରରେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି।
କନ୍ୟା
କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ନିର୍ମାଣ, ଯୋଗାଯୋଗ, ସଂଗଠନ, ପ୍ରଶାସନ ସମସ୍ୟା ମୁକ୍ତ ରହିବ। ସମସ୍ୟା ସମାଧାନ ପରିପ୍ରେକ୍ଷୀରେ ଜଣେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ। ଜମିଜମା, କଚେରି ମାମଲା, ଧର୍ମକାର୍ଯ୍ୟ ସାମାନ୍ୟ ବିଳମ୍ବିତ ସମୟରେ ସମ୍ପନ୍ନ ହେବ।
ତୁଳା
ତୁଳା
ସଭାସମିତିରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ବନ୍ଧୁଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ। ପାରିବାରିକ ଅଶାନ୍ତି କାରଣରୁ ଅନ୍ୟମନସ୍କ ରହିପାରନ୍ତି।
ବିଛା
ବିଛା
ସାଧାରଣ ମତାନ୍ତରଜନିତ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମାଙ୍ଗଳିକ କାର୍ଯ୍ୟ ସକାଶେ ନିଜର ଆତ୍ମୀୟଙ୍କ ସହ ଆଲୋଚନା କରିପାରନ୍ତି। ପଡ଼ୋଶୀଙ୍କ ସହାୟତାରେ ଜମିଜମା ବିବାଦର ଆଶୁ ଅବସାନ ଘଟିବ। ଯାତ୍ରା କାଳରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି।
ଧନୁ
ଧନୁ
ଆପୋସ ଆଲୋଚନା ଦ୍ୱାରା ପାରିବାରିକ ସମସ୍ୟାର ସରଳ ସମାଧାନ ହୋଇଯିବ। ଉତ୍ତରାଷାଢ଼ା ନକ୍ଷତ୍ରର ମାନସିକ ଅବସାଦ ଲାଗି କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ କୌଣସି ଗୁରୁତ୍ୱପୂର୍ଣ୍ଣ କାମ ଅଟକିବାର ଆଶଙ୍କା ରହିଛି। ନିର୍ମାଣାଧୀନ କାମ ଅର୍ଥାଭାବ ଯୋଗୁ ଅଟକିବାରୁ ବିଚଳିତ ହେବେ।
ମକର
ମକର
ମତାନ୍ତର ହେତୁ ପରିବାରରେ ସାଧାରଣ ଘଟଣାକୁ କେନ୍ଦ୍ରକରି ଅଶାନ୍ତି ଉପୁଜିପାରେ। କଳା, ସାହିତ୍ୟ, ଆନୁଷ୍ଠାନିକ କାମ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟିହେବାର ଆଶଙ୍କା ରହିଛି। କର୍ମକ୍ଷେତ୍ର ପ୍ରତି ଉଦାସୀନ ରହି ସମାଲୋଚିତ ହେବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। କର୍ମକ୍ଷେତ୍ରରେ ନିଜ ଉପରେ ନ୍ୟସ୍ତ ଥିବା କାର୍ଯ୍ୟକୁ ଏକାଗ୍ରତା ସହ ତୁଲାଇ ପ୍ରଶଂସିତ ହେବେ। ଦୀର୍ଘଦିନରୁ ଚିନ୍ତାକରିଥିବା କାମଟି ହଠାତ୍‌ ହୋଇଯିବ। ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ଯୋଗୁ ମନ ଅଶାନ୍ତି ରହିପାରେ।
ମୀନମୀନ
ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ଟେନ୍ସନ ଜମା ଛାଡିବ ନାହିଁ। ବନ୍ଧୁମାନଙ୍କ ପରାମର୍ଶକୁ ଅନୁଧ୍ୟାନ କରି ସମସ୍ୟା ସମାଧାନ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। କିନ୍ତୁ ପାରିବାରିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ରାଜନୈତିକ ସ୍ଥିତି ପ୍ରତି କୌଣସି ସମସ୍ୟାର ସୁରାକ ପାଇ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

ରାଶିଫଳ: ଗୁରୁବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ ଆଜି ମୁଖଭାବସ୍ଥ ଚନ୍ଦ୍ରଙ୍କ ଯୋଗୁ କୋମଳ ବଚନ ମାଧ୍ୟମରେ ପାରିବାରିକ ଅଶାନ୍ତିକୁ ବଦଳାଇଦେଇ ପାରିବେ। ମଙ୍ଗଳଙ୍କ ଦୁର୍ବଳତା ଯୋଗୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ।…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ସଭାସମିତିରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ…

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?