Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୬ ତାରିଖ – Daily Horoscope

ମେଷ
ରାଶ୍ୟାଧିପ ଯୁକ୍ତ ରାହୁ ହେତୁ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ସହକର୍ମୀଙ୍କ ସହିତ କର୍ମକ୍ଷେତ୍ରରେ ଝଗଡ଼ା ଲାଗିପାରେ। ଗଠନମୂଳକ ପ୍ରେରଣା ଦେଇ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ପାରିବାରିକ ଅସହଯୋଗରୁ କାର୍ଯ୍ୟ ହାସଲ ନ ହେବା ହେତୁ ଚିନ୍ତିତ ହେବେ।
ବୃଷ
ବୃଷ
ତୃତୀୟସ୍ଥ ଶୁକ୍ର ପ୍ରଭାବରେ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ହାସଲ କରିବେ । କାଶ ଓ କଫଜନିତ ପୀଡାରୁ କଷ୍ଟ ଅନୁଭବ କରିପାରନ୍ତି । ଆତ୍ମୀୟଙ୍କ ପାଇଁ ଚିନ୍ତା ବଢିପାରେ। ଆନୁଷ୍ଠାନିକ କ୍ଷେତ୍ରରେ, ଲେଖାପଢାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରିବେ। ବାଣିଜ୍ୟ ଓ ପରିବହନାଦି ବିଭିନ୍ନ ଦିଗରୁ ଲାଭବାନ ହେବେ।
ମିଥୁନ
ମିଥୁନ
ଉଚ୍ଚାଭିମୁଖୀ ବୁଧ ଯୋଗୁ ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ ସୁଧୁରି ଯିବ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ। କର୍ମକ୍ଷେତ୍ରରେ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
କର୍କଟ
କର୍କଟ
ଶନି ଦୃଷ୍ଟ ରବି ହେତୁ ଖଳପ୍ରକୃତିର ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି। ତଥାପି ଆପଣଙ୍କର ଦକ୍ଷତା ହେତୁ ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡିପାରନ୍ତି। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।
ସି˚ହ
ସି˚ହ
ସ୍ବଗୃହାଭିମୁଖୀ ରବିଙ୍କ ଯୋଗୁ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
କନ୍ୟା
ଚନ୍ଦ୍ର ଓ କେତୁ ସଂଯୋଗରୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋଭାବ ପୋଷଣ କରିବେ। ସ୍ବାସ୍ଥ୍ୟ ସଚେତନତା ଅଭାବରୁ ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ। ହଠାତ୍‌ କେଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହବେ।
ତୁଳା
ତୁଳା
କର୍ମସ୍ଥାନରେ ରବି ଅବସ୍ଥାନ କରୁଥିବାରୁ ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମ ସବୁ ଠିକ୍‌ରେ ହୋଇଯିବ। କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ। ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି କଟୁ ମନ୍ତବ୍ୟ ଦେଇପାରନ୍ତି । ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ।
ବିଛା
ବିଛା
ବୁଧଙ୍କ ଶୁଭଦୃଷ୍ଟି ଯୋଗୁ ପାରିବାରିକ ସମସ୍ୟାର ସରଳ ସମାଧାନ କରିବେ। ଶୀଘ୍ର ଶେଷ କରିବା ସକାଶେ ଭାବୁଥିବା କାମଟିକୁ ଶେଷ କରିପାରିବେନି। ପରିବହନ ଓ ନିର୍ମାଣ, ଆଲୋଚନା, ସଭା ସମିତି ଓ ଚୁକ୍ତିପତ୍ର ପାଇଁ ଦିନଟି ଭଲ। କଳା ସାହିତ୍ୟ ଓ ସାମ୍ବାଦିକତାରେ ସମସ୍ୟା ସମାଧାନ ହୋଇଯିବ ।
ଧନୁ
ଧନୁ
କେନ୍ଦ୍ରସ୍ଥ ବୃହସ୍ପତି ହେତୁ ଆକସ୍ମିକ ଭାବରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ପରିବାରରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ଅପରାହ୍ନରେ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ।
ମକର
ମକର
ସ୍ବରାଶିସ୍ଥ ଶନି ହେତୁ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ସାଂଗଠନିକ ସ୍ଥିତିରେ ସମର୍ଥକମାନଙ୍କୁ ନିଜ ଆଡ଼କୁ ଆଣିପାରିବେ। ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ।
କୁମ୍ଭ
କୁମ୍ଭ
ଦ୍ୱିତୀୟସ୍ଥ ଗୁରୁ ପ୍ରଭାବରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଭାବୁଥିବା କଥାଟିକୁ ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ। ନିଜ ପରିସରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ
ଶୁକ୍ର ନକ୍ଷତ୍ରସ୍ଥ ରାହୁଙ୍କ ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ଅପୂରଣୀୟ ଅଭିଳାଶ ନେଇ ନୈରାଶ୍ୟଜନିତ ଦୁଃଖ ଅନୁଭବ କରିବେ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri