Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୬ ତାରିଖ – Daily Horoscope

ମେଷ
ରବି ଓ ଶନି ଷଡ଼ାଷ୍ଟକ ହେତୁ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଗଠନ ମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ବାଟରେ ଯିବା ସମୟରେ ବନ୍ଧୁଙ୍କୁ ଭେଟିପାରନ୍ତି। ପାରିବାରିକ ଅସହଯୋଗରୁ କାର୍ଯ୍ୟ ହାସଲ ନ ହେବା ହେତୁ ଚିନ୍ତିତ ହେବେ। ଯାତ୍ରା ସମୟରେ ସତର୍କ ନ ରହିଲେ ଅସୁବିଧା ଭୋଗିବେ।
ବୃଷ
ବୃଷ
ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ହାସଲ କରିବେ। କାଶ ଓ କଫଜନିତ ପୀଡ଼ାରୁ କଷ୍ଟ ଅନୁଭବ କରିପାରନ୍ତି। ବ୍ୟବସାୟ, ବାଣିଜ୍ୟ ଓ ପରିବହନାଦି ବିଭିନ୍ନ ଦିଗରୁ ଲାଭବାନ୍‌ ହେବେ। ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି। ପିଲାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ମୋଟାମୋଟି ଦିନଟି ଭଲ।
ମିଥୁନ
ମିଥୁନ
କର୍ମାରମ୍ଭରେ ପ୍ରଥମେ ପ୍ରଥମେ ସଂକଟର ସମ୍ମୁଖୀନ ହେବେ। ଧାର କରଜ କରି ମଧ୍ୟ ଆବଶ୍ୟକତାକୁ ଚଳାଇ ପାରିବେ ନାହିଁ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ। ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ପୁରୁଣା ରୋଗ ପୁଣି ଯନ୍ତ୍ରଣା ଦେଇପାରେ। ହଠାତ୍‌ ଖୁସି ଖବର ପାଇବେ।
କର୍କଟ
କର୍କଟ
ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ ଏବଂ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି। ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡ଼ିପାରନ୍ତି। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।
ସି˚ହ
ସି˚ହ
କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବ୍ୟବସାୟୀମାନେ ଲାଭବାନ୍‌ ହେବେ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋଭାବ ପୋଷଣ କରିବେ। ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି। ଗାଡ଼ିମୋଟର ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି। ସନ୍ତାନହେତୁକ ଚିନ୍ତା ଟଳିବ।
ତୁଳା
ତୁଳା
ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମ ସବୁ ଠିକ୍‌ଠିକ୍‌ ହୋଇଯିବ। କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ। ଈର୍ଷା ପରାୟଣ ବ୍ୟକ୍ତି ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି କଟୁ ମନ୍ତବ୍ୟ ଦେଇପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନ ଓ ମର୍ଯ୍ୟାଦା ବଢ଼ିବ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରା ବିଳମ୍ବ ହେବ।
ବିଛା
ବିଛା
ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଲାଭବାନ୍‌ ହେବେ। ଶୀଘ୍ର ଶେଷ କରିବା ସକାଶେ ଭାବୁଥିବା କାମଟିକୁ ଧାର୍ଯ୍ୟ ସମୟରେ ଶେଷ କରିପାରିବେ ନାହିଁ। ପରିବହନ ଓ ନିର୍ମାଣ, ଆଲୋଚନା, ସଭା ସମିତି ଓ ଚୁକ୍ତିପତ୍ର ପାଇଁ ଦିନଟି ଭଲ।
ଧନୁ
ଧନୁ
ଆକସ୍ମିକ ଭାବରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ପ୍ରକାଶନ କିମ୍ବା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତା ଉଦ୍ରେକ ହୋଇପାରେ। ଦୂର ସମ୍ପର୍କୀୟ ବନ୍ଧୁଙ୍କ ହଠାତ୍‌ ଆଗମନ।
ମକର
ମକର
ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମାରମ୍ଭ, ଯାନବାହନ, ଲୋକ ସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ସମର୍ଥକମାନଙ୍କୁ ନିଜ ଆଡ଼କୁ ଆଣିପାରିବେ। ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିବାର ସମ୍ଭାବନା ରହିଛି।
କୁମ୍ଭ
କୁମ୍ଭ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଭାବୁଥିବା କଥାଟିକୁ ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ବାଦବିବାଦ କ୍ରମେ ଜଟିଳ ହେବ, କିନ୍ତୁ ଆପଣ ସଫଳତା ହାସଲ କରିବେ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ

ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ଅଫିସରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନିତ ଦୁଃଖ ଅନୁଭବ କରିବେ। ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ବନ୍ଧୁଙ୍କ ପରାମର୍ଶରେ କାର୍ଯ୍ୟ କଲେ ଅବଶ୍ୟ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri