Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୬ ତାରିଖ – Daily Horoscope

ମେଷ
ରବି ଓ ଶନି ଷଡ଼ାଷ୍ଟକ ହେତୁ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଗଠନ ମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ବାଟରେ ଯିବା ସମୟରେ ବନ୍ଧୁଙ୍କୁ ଭେଟିପାରନ୍ତି। ପାରିବାରିକ ଅସହଯୋଗରୁ କାର୍ଯ୍ୟ ହାସଲ ନ ହେବା ହେତୁ ଚିନ୍ତିତ ହେବେ। ଯାତ୍ରା ସମୟରେ ସତର୍କ ନ ରହିଲେ ଅସୁବିଧା ଭୋଗିବେ।
ବୃଷ
ବୃଷ
ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ହାସଲ କରିବେ। କାଶ ଓ କଫଜନିତ ପୀଡ଼ାରୁ କଷ୍ଟ ଅନୁଭବ କରିପାରନ୍ତି। ବ୍ୟବସାୟ, ବାଣିଜ୍ୟ ଓ ପରିବହନାଦି ବିଭିନ୍ନ ଦିଗରୁ ଲାଭବାନ୍‌ ହେବେ। ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି। ପିଲାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ମୋଟାମୋଟି ଦିନଟି ଭଲ।
ମିଥୁନ
ମିଥୁନ
କର୍ମାରମ୍ଭରେ ପ୍ରଥମେ ପ୍ରଥମେ ସଂକଟର ସମ୍ମୁଖୀନ ହେବେ। ଧାର କରଜ କରି ମଧ୍ୟ ଆବଶ୍ୟକତାକୁ ଚଳାଇ ପାରିବେ ନାହିଁ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ। ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ପୁରୁଣା ରୋଗ ପୁଣି ଯନ୍ତ୍ରଣା ଦେଇପାରେ। ହଠାତ୍‌ ଖୁସି ଖବର ପାଇବେ।
କର୍କଟ
କର୍କଟ
ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ ଏବଂ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି। ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡ଼ିପାରନ୍ତି। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।
ସି˚ହ
ସି˚ହ
କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବ୍ୟବସାୟୀମାନେ ଲାଭବାନ୍‌ ହେବେ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋଭାବ ପୋଷଣ କରିବେ। ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି। ଗାଡ଼ିମୋଟର ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି। ସନ୍ତାନହେତୁକ ଚିନ୍ତା ଟଳିବ।
ତୁଳା
ତୁଳା
ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମ ସବୁ ଠିକ୍‌ଠିକ୍‌ ହୋଇଯିବ। କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ। ଈର୍ଷା ପରାୟଣ ବ୍ୟକ୍ତି ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି କଟୁ ମନ୍ତବ୍ୟ ଦେଇପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନ ଓ ମର୍ଯ୍ୟାଦା ବଢ଼ିବ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରା ବିଳମ୍ବ ହେବ।
ବିଛା
ବିଛା
ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଲାଭବାନ୍‌ ହେବେ। ଶୀଘ୍ର ଶେଷ କରିବା ସକାଶେ ଭାବୁଥିବା କାମଟିକୁ ଧାର୍ଯ୍ୟ ସମୟରେ ଶେଷ କରିପାରିବେ ନାହିଁ। ପରିବହନ ଓ ନିର୍ମାଣ, ଆଲୋଚନା, ସଭା ସମିତି ଓ ଚୁକ୍ତିପତ୍ର ପାଇଁ ଦିନଟି ଭଲ।
ଧନୁ
ଧନୁ
ଆକସ୍ମିକ ଭାବରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ପ୍ରକାଶନ କିମ୍ବା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତା ଉଦ୍ରେକ ହୋଇପାରେ। ଦୂର ସମ୍ପର୍କୀୟ ବନ୍ଧୁଙ୍କ ହଠାତ୍‌ ଆଗମନ।
ମକର
ମକର
ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମାରମ୍ଭ, ଯାନବାହନ, ଲୋକ ସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ସମର୍ଥକମାନଙ୍କୁ ନିଜ ଆଡ଼କୁ ଆଣିପାରିବେ। ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିବାର ସମ୍ଭାବନା ରହିଛି।
କୁମ୍ଭ
କୁମ୍ଭ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଭାବୁଥିବା କଥାଟିକୁ ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ବାଦବିବାଦ କ୍ରମେ ଜଟିଳ ହେବ, କିନ୍ତୁ ଆପଣ ସଫଳତା ହାସଲ କରିବେ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ

ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ଅଫିସରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନିତ ଦୁଃଖ ଅନୁଭବ କରିବେ। ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ବନ୍ଧୁଙ୍କ ପରାମର୍ଶରେ କାର୍ଯ୍ୟ କଲେ ଅବଶ୍ୟ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri