Posted inRasifala

ରାଶିଫଳ: ସୋମବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ
ଆଜି ସାହାଯ୍ୟ ମାଗୁଥିବା ଲୋକଟିର ଇଚ୍ଛା ପୂରଣ କରି ଆମତ୍ସନ୍ତୋଷ ଲାଭ କରିବେ। ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରିକୃତ ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାର ସୂଚନା ରହିଛି।
ବୃଷ
ବୃଷ
ଆତ୍ମୀୟଙ୍କ ସହଯୋଗ ଲାଭ କରି ଚେଷ୍ଟା କରୁଥିବା କାମଟିକୁ ପୂର୍ଣ୍ଣାଙ୍ଗ କରିପାରିବେ। କିନ୍ତୁ କର୍ମକ୍ଷେତ୍ରରେ ଶତ୍ରୁତା କରୁଥିବା ସହକର୍ମୀଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ। ପରିବହନ ସମସ୍ୟା ବହୁଳ ହୋଇପାରେ। ପାରିବାରିକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହେବ।
ମିଥୁନ
ମିଥୁନ
ନୂତନ ଭାବରେ ଆରମ୍ଭ କରିଥିବା କାର୍ଯ୍ୟ ହାସଲ ପାଇଁ ଚେଷ୍ଟିତ ହେବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବୃଦ୍ଧି ପାଇପାରେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି, ଯାହାକି ପରିସ୍ଥିତିକୁ ସାବଲୀଳ କରିବାରେ ସହାୟକ ହେବ। ବ୍ୟବସାୟୀମାନଙ୍କ ପାଇଁ ଦିନଟି ଭଲରେ କଟିବ ନାହିଁ।
କର୍କଟ
କର୍କଟ
ବ୍ୟବହାରରେ ପରିବର୍ତ୍ତନ ଆଣିବା ସହ ସତର୍କତା ଅବଲମ୍ବନ କରିବା ଭଲ ହେବ। ଅଜଣା ବ୍ୟକ୍ତିଙ୍କଠାରୁ ଭୁଲ୍‌ ଖବର ପାଇ ସାମୟିକ ବିବ୍ରତ ହୋଇପାରନ୍ତି। ଦୂରଯାତ୍ରାରେ କାର୍ଯ୍ୟସିଦ୍ଧି ଘଟିବ, ମାତ୍ର ହୁଏତ ସୁଯୋଗ ପାଇବା ସହଜ ହୋଇନପାରେ। ପାରିବାରିକ ଜୀବନରେ ଅସହିଷ୍ଣୁତା ଅଶାନ୍ତିର କାରଣ ସୃଷ୍ଟି ହେବା ସମ୍ଭାବନା ରହିଛି।
ସି˚ହ
ସି˚ହ
ପରିବାରରେ ଭୁଲ୍‌ ବୁଝାମଣାରୁ ଘରେ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଦେହ ଭଲ ରହିବ, ମାତ୍ର ଶ୍ରମଜନିତ କ୍ଳାନ୍ତିବୋଧ କରିବେ। ବନ୍ଧୁମାନଙ୍କୁ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଯେଉଁ ଜିନିଷଟିକୁ ପାଇବାକୁ ଆଶା କରିଛନ୍ତି, ତାହା ସାମାନ୍ୟ ବିଳମ୍ବରେ ପାଇପାରନ୍ତି।
କନ୍ୟା
ସଙ୍କଟଜନକ ପରିସ୍ଥିତିରେ ପଡ଼ି କ’ଣ କରିବେ ଠିକ୍‌ କରିପାରିବେ ନାହିଁ। ବନ୍ଧୁଙ୍କ ଛଳନାମତ୍କ କଥାକୁ ଠିକ୍‌ ଭାବେ ବୁଝି ପାରିବେନି; କିନ୍ତୁ ପଚାରି ମଧ୍ୟ ବୁଝିପାରିବେ ନାହିଁ। ସାହିତ୍ୟ, ଚିତ୍ରକଳା, ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଗୃହ, ଭୂମି, ଗାଡ଼ିମୋଟରଜନିତ ଚିନ୍ତା ଆସିବ। ସନ୍ତାନଙ୍କ ସୁଖବର ପାଇ ଖୁସି ହେବେ।
ତୁଳା
ତୁଳା
ଯାତ୍ରା ସମୟରେ ବିଭ୍ରାନ୍ତିକର ଖବର ପାଇ ସାମୟିକ ବିବ୍ରତ ହୋଇପାରନ୍ତି। ଅବଶ୍ୟ ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବ। ବିଶେଷ କିଛି ଅସୁବିଧା ରହିବ ନାହିଁ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ କ’ଣ ହେବ, ଟିକିଏ ଟିକିଏ କଥାରେ ଚିହ୍ନା ପଡି ସମାଲୋଚିତ ହେବାର ସମ୍ଭାବନା ଅଛି।
ବିଛା
ବିଛା
ସମସ୍ୟା ଓ ପ୍ରତିବନ୍ଧକ ହେତୁ ନୂଆ ଯୋଜନାଗୁଡ଼ିକ ଠିକ୍‌ ଭାବେ କାର୍ଯ୍ୟକାରୀ ନ ହୋଇପାରେ। ହାତେ ମାପି ଚାଖଣ୍ଡେ ଚାଲିଲେ ଚେଷ୍ଟା ସଫଳ ହେବାର ସମ୍ଭାବନା ମିଳିପାରେ। ଅର୍ଥ ସମ୍ପର୍କୀୟ କାମରେ ଜଣେ ବାଲ୍ୟବନ୍ଧୁ ସାହାଯ୍ୟ କରିବେ। କର୍ମକ୍ଷେତ୍ରର ଘଟଣାଗୁଡ଼ାକ ଅସାଧାରଣ ମନେ ହେବ। ବନ୍ଧୁ ସୁଖବର ଦେଇପାରନ୍ତି।
ଧନୁ
ଧନୁ
ଆଶାନୁରୂପକ ସଫଳତା ହାସଲରେ ଜଣେ ବିଜାତୀୟ ବନ୍ଧୁ ସାହାଯ୍ୟ କରିବେ। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ, ଅନ୍ୟଥା ଅନୁତାପ କରିବାକୁ ପଡିପାରେ। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ସବୁଠାରୁ ଶ୍ରେୟସ୍କର ହେବ।
ମକର
ମକର
ଫାଇଲ୍‌ କାମ ଅଟକି ରହିଥିବା ସକାଶେ ଅନୁତାପ କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଲେ ପ୍ରଶଂସିତ ହେବେ। ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ, ମାତ୍ର ଖର୍ଚ୍ଚ ପରିମାଣ ବୃଦ୍ଧିରୁ ଅଶାନ୍ତ ରହିପାରନ୍ତି। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ଆମତ୍ୀୟସ୍ବଜନ ଦୂରେଇ ଯାଇପାରନ୍ତି।
କୁମ୍ଭ
କୁମ୍ଭ
ଗତକାଲିର ଘଟଣା ମନକୁ ବିବ୍ରତ କରିପାରେ। ଅବଶ୍ୟ ବିଶେଷ କିଛି ଅସୁବିଧା ହେବନାହିଁ। କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କଲେ ଅସୁବିଧାରେ ପଡ଼ିବେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ମୀନମୀନ
ଆଶା କରୁଥିବା ବନ୍ଧୁଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆଜିର ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଘରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଆର୍ଥିକ ଅଭାବ ଓ ଅନଟନ କେତେକ କାମକୁ ସ୍ଥଗିତ ରଖିଦେଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅଗଷ୍ଟ ୩୦ ତାରିଖ – Daily Horoscope

ମେଷ ଶନିଚନ୍ଦ୍ରଙ୍କ ଯୋଗ ଗୁରୁଙ୍କ ଦୃଷ୍ଟିରୁ ଦୃଢ଼ ମନୋବଳ ନେଇ କର୍ମକ୍ଷେତ୍ରରେ ଅଗ୍ରସର ହେବେ। ଦୀର୍ଘ ଦିନରୁ ରହିଥିବା ମନୋମାଳିନ୍ୟକୁ ଦୂରେଇ ନେବା ପାଇଁ ପ୍ରଯନତ୍ କରିବେ।…

ରାଶିଫଳ: ଶନିବାର , ଅଗଷ୍ଟ ୨୯ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷ ଯାତ୍ରାକାଳରେ କୌଣସି ନୂତନ ବନ୍ଧୁଙ୍କ ସହ ବନ୍ଧୁତା ସୃଷ୍ଟିହେବ। ପରିବାରର ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ପାଉଥିବା ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଅସୁବିଧା ହେବନାହିଁ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ…

ରାଶିଫଳ: ଗୁରୁବାର, ଅଗଷ୍ଟ ୨୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନିଷ୍ଠା ନକ୍ଷତ୍ରରେ ରହି ନୂତନ କର୍ମାରମ୍ଭ ସକାଶେ ମନ ବଳାଇବେ। ସକାଳୁ ସକାଳୁ ପ୍ରୀତିପ୍ରଦ ଯାତ୍ରା କରିବାର ଅପୂର୍ବ ସୁଯୋଗ ଲାଭ କରିପାରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri