Posted inRasifala

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ
ଆଜି ରାହୁ ଓ ଚନ୍ଦ୍ରଙ୍କ ସଂଯୋଗରେ ସାହାଯ୍ୟ ମାଗୁଥିବା ଲୋକଟିର ଇଚ୍ଛା ପୂରଣ କରି ଆମତ୍ସନ୍ତୋଷ ଲାଭ କରିବେ। ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ସଫଳତା ହାସଲ କରିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି ।
ବୃଷ
ବୃଷ
ବକ୍ରୀ ମଙ୍ଗଳ ସ୍ବରାଶିସ୍ଥ ଯୋଗୁ ଆମତ୍ୀୟଙ୍କ ସାହାଯ୍ୟ ସହଯୋଗ ଲାଭକରିବେ। ସହକର୍ମୀଙ୍କ ଅସହଯୋଗରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ କିନ୍ତୁ ପରିବହନ ସମସ୍ୟା ବହୁଳ ହୋଇପାରେ। ପାରିବାରିକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହେବା ସୂଚନା ରହିଛି ।
ମିଥୁନ
ମିଥୁନ
ବୁଧ ନିଜ ରାଶିକୁ ଦେଖୁଥିବାରୁ ଆରମ୍ଭ କରିଥିବା କାର୍ଯ୍ୟ ହାସଲ ପାଇଁ ଚେଷ୍ଟିତ ହେବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବୃଦ୍ଧି ପାଇପାରେ । ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି ଯାହାକି ପରିସ୍ଥିତିକୁ ସଜାଡ଼ିବାରେ ସାହାଯ୍ୟ କରିବ । ବ୍ୟବସାୟୀଙ୍କ ପାଇଁ ଦିନଟି ଭଲରେ କଟିବ ନାହିଁ।
କର୍କଟ
କର୍କଟ
ଶନିଙ୍କ ପ୍ରତ୍ୟକ୍ଷ ଦୃଷ୍ଟି ଓ ପାପଯୁକ୍ତ ଚନ୍ଦ୍ର କାରଣରୁ ବ୍ୟବହାରରେ ପରିବର୍ତ୍ତନ ଆଣିବା ନିତାନ୍ତ ଦରକାରୀ ମନେହେବ। ଅଜଣା ବ୍ୟକ୍ତିଙ୍କଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ଦୂରଯାତ୍ରାରେ କାର୍ଯ୍ୟସିଦ୍ଧି ଘଟିବ ମାତ୍ର ହୁଏତ ସୁଯୋଗ ପାଇବା ସହଜ ହୋଇ ନ ପାରେ। ପାରିବାରିକ ଜୀବନରେ ଅସହିଷ୍ଣୁତା ଅଶାନ୍ତିର କାରଣ ହୋଇପାରେ ।
ସି˚ହ
ସି˚ହ
ରାଶି ସହ ତିନୋଟି ପାପଗ୍ରହର ସମ୍ବନ୍ଧ ହେତୁ ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଦେହ ଭଲ ରହିବ, କିନ୍ତୁ ମାନସିକ ସୁସ୍ଥତା ରହି ନ ପାରେ । ବନ୍ଧୁମାନଙ୍କୁ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଯେଉଁ ଜିନିଷଟିକୁ ପାଇବାକୁ ଆଶା କରିଛନ୍ତି ତାହା ସାମାନ୍ୟ ବିଳମ୍ବରେ ପାଇବେ।
କନ୍ୟା
ଦ୍ୱିତୀୟସ୍ଥ କେତୁ ପ୍ରଭାବରୁ ସଙ୍କଟଜନକ ପରିସ୍ଥିତିରେ ପଡ଼ି କ’ଣ କରିବେ ଠିକ୍‌ କରି ନ ପାରିବେ ନାହିଁ। ବନ୍ଧୁଙ୍କ ଛଳନାମତ୍କ କଥାକୁ ଠିକ୍‌ ଭାବେ ବୁଝିପାରିବେନି। ସାହିତ୍ୟ, ଚିତ୍ର୍ରକଳା, ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ସାମୟିକ ଭାବରେ ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିବ।
ତୁଳା
ତୁଳା
ପାପଗ୍ରହଯୁକ୍ତ ସପ୍ତମଭାବ କାରଣରୁ ଯାତ୍ରା ସମୟରେ ବିଭ୍ରାନ୍ତିକର ଖବର ପାଇ ବିବ୍ରତ ହୋଇପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବ। କଠିନଶ୍ରମଜନିତ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ । କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ କ’ଣ ହେବ ପ୍ରଶଂସା ପାଇବା କାଠିକର ପାଠହେବ।
ବିଛା
ବିଛା
ଗୁରୁଜନିତ ପ୍ରତିବନ୍ଧକ ଲାଗିରହିବା ହେତୁ ନୂଆ ଯୋଜନାଗୁଡ଼ିକ ଠିକ୍‌ ଭାବେ କାର୍ଯ୍ୟକାରୀ ନ ହୋଇପାରେ। ଏହି ସମୟର ପରିସ୍ଥିତିରେ ହାତେ ମାପି ଚାଖଣ୍ଡେ ଚାଲିବା ଭଲ ହେବ। ଅର୍ଥ ସମ୍ବନ୍ଧିତ କାମରେ ଜଣେ ଜଣେ ବାଲ୍ୟବନ୍ଧୁ ସାହାଯ୍ୟ କରିବେ।
ଧନୁ
ଧନୁ
ଆଶାନୁରୂପକ ସଫଳତା ହାସଲରେ ଜଣେ ରାଜନେତା ସାହାଯ୍ୟ କରିପାରନ୍ତି। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କଷ୍ଟକର ହେବ । ସ୍ବାସ୍ଥ୍ୟ ପ୍ରତି ସାବଧାନତା ନ ରଖିଲେ ଅନୁତାପ କରିବାକୁ ପଡ଼ିପାରେ। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ଭଲ ହେବ।
ମକର
ମକର
ଗ୍ରହମାନଙ୍କ ପ୍ରତିକୂଳତା କାରଣରୁ ମାନସିକ ସୁସ୍ଥତା ହରାଇପାରନ୍ତି। ଫାଇଲ୍‌ କାମ ଅଟକି ରହିଥିବା ସକାଶେ ଅନୁତାପ କରିବାକୁ ପଡ଼ିପାରେ। ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ ମାତ୍ର ଖର୍ଚ୍ଚ ପରିମାଣ ବୃଦ୍ଧିରୁ ଅଶାନ୍ତ ରହିପାରନ୍ତି। ଈର୍ଷା ଓ ଅସୂୟା ମନୋଭାବ ପୋଷଣକରି ଆମତ୍ୀୟସ୍ବଜନ ଦୂରେଇଯାଇପାରନ୍ତି।
କୁମ୍ଭ
କୁମ୍ଭ
ପୂର୍ବଭାଦ୍ରପବ ନକ୍ଷତ୍ରର ଗତକାଲିର ଘଟଣାରେ ବିଶେଷ କିଛି ଅସୁବିଧା ହେବନାହିଁ। କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତିପୋଷଣ କଲେ ଅସୁବିଧାରେ ପଡ଼ିବେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିପାରନ୍ତି । ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନାହିଁ।
ମୀନମୀନ
ଆଶା କରୁଥିବା ବନ୍ଧୁଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବା ଆଶା ରହିଛି। ଆଜିର ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଘରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବା ସୂଚନା ରହିଛି । ଆର୍ଥିକ ଅଭାବ ଓ ଅନଟନ କେତେକ କାମକୁ ସ୍ଥଗିତ ରଖିଦେଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri