Posted inRasifala

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ
ଆଜି ରାହୁ ଓ ଚନ୍ଦ୍ରଙ୍କ ସଂଯୋଗରେ ସାହାଯ୍ୟ ମାଗୁଥିବା ଲୋକଟିର ଇଚ୍ଛା ପୂରଣ କରି ଆମତ୍ସନ୍ତୋଷ ଲାଭ କରିବେ। ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ସଫଳତା ହାସଲ କରିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି ।
ବୃଷ
ବୃଷ
ବକ୍ରୀ ମଙ୍ଗଳ ସ୍ବରାଶିସ୍ଥ ଯୋଗୁ ଆମତ୍ୀୟଙ୍କ ସାହାଯ୍ୟ ସହଯୋଗ ଲାଭକରିବେ। ସହକର୍ମୀଙ୍କ ଅସହଯୋଗରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ କିନ୍ତୁ ପରିବହନ ସମସ୍ୟା ବହୁଳ ହୋଇପାରେ। ପାରିବାରିକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହେବା ସୂଚନା ରହିଛି ।
ମିଥୁନ
ମିଥୁନ
ବୁଧ ନିଜ ରାଶିକୁ ଦେଖୁଥିବାରୁ ଆରମ୍ଭ କରିଥିବା କାର୍ଯ୍ୟ ହାସଲ ପାଇଁ ଚେଷ୍ଟିତ ହେବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବୃଦ୍ଧି ପାଇପାରେ । ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି ଯାହାକି ପରିସ୍ଥିତିକୁ ସଜାଡ଼ିବାରେ ସାହାଯ୍ୟ କରିବ । ବ୍ୟବସାୟୀଙ୍କ ପାଇଁ ଦିନଟି ଭଲରେ କଟିବ ନାହିଁ।
କର୍କଟ
କର୍କଟ
ଶନିଙ୍କ ପ୍ରତ୍ୟକ୍ଷ ଦୃଷ୍ଟି ଓ ପାପଯୁକ୍ତ ଚନ୍ଦ୍ର କାରଣରୁ ବ୍ୟବହାରରେ ପରିବର୍ତ୍ତନ ଆଣିବା ନିତାନ୍ତ ଦରକାରୀ ମନେହେବ। ଅଜଣା ବ୍ୟକ୍ତିଙ୍କଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ଦୂରଯାତ୍ରାରେ କାର୍ଯ୍ୟସିଦ୍ଧି ଘଟିବ ମାତ୍ର ହୁଏତ ସୁଯୋଗ ପାଇବା ସହଜ ହୋଇ ନ ପାରେ। ପାରିବାରିକ ଜୀବନରେ ଅସହିଷ୍ଣୁତା ଅଶାନ୍ତିର କାରଣ ହୋଇପାରେ ।
ସି˚ହ
ସି˚ହ
ରାଶି ସହ ତିନୋଟି ପାପଗ୍ରହର ସମ୍ବନ୍ଧ ହେତୁ ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଦେହ ଭଲ ରହିବ, କିନ୍ତୁ ମାନସିକ ସୁସ୍ଥତା ରହି ନ ପାରେ । ବନ୍ଧୁମାନଙ୍କୁ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଯେଉଁ ଜିନିଷଟିକୁ ପାଇବାକୁ ଆଶା କରିଛନ୍ତି ତାହା ସାମାନ୍ୟ ବିଳମ୍ବରେ ପାଇବେ।
କନ୍ୟା
ଦ୍ୱିତୀୟସ୍ଥ କେତୁ ପ୍ରଭାବରୁ ସଙ୍କଟଜନକ ପରିସ୍ଥିତିରେ ପଡ଼ି କ’ଣ କରିବେ ଠିକ୍‌ କରି ନ ପାରିବେ ନାହିଁ। ବନ୍ଧୁଙ୍କ ଛଳନାମତ୍କ କଥାକୁ ଠିକ୍‌ ଭାବେ ବୁଝିପାରିବେନି। ସାହିତ୍ୟ, ଚିତ୍ର୍ରକଳା, ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ସାମୟିକ ଭାବରେ ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିବ।
ତୁଳା
ତୁଳା
ପାପଗ୍ରହଯୁକ୍ତ ସପ୍ତମଭାବ କାରଣରୁ ଯାତ୍ରା ସମୟରେ ବିଭ୍ରାନ୍ତିକର ଖବର ପାଇ ବିବ୍ରତ ହୋଇପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବ। କଠିନଶ୍ରମଜନିତ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ । କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ କ’ଣ ହେବ ପ୍ରଶଂସା ପାଇବା କାଠିକର ପାଠହେବ।
ବିଛା
ବିଛା
ଗୁରୁଜନିତ ପ୍ରତିବନ୍ଧକ ଲାଗିରହିବା ହେତୁ ନୂଆ ଯୋଜନାଗୁଡ଼ିକ ଠିକ୍‌ ଭାବେ କାର୍ଯ୍ୟକାରୀ ନ ହୋଇପାରେ। ଏହି ସମୟର ପରିସ୍ଥିତିରେ ହାତେ ମାପି ଚାଖଣ୍ଡେ ଚାଲିବା ଭଲ ହେବ। ଅର୍ଥ ସମ୍ବନ୍ଧିତ କାମରେ ଜଣେ ଜଣେ ବାଲ୍ୟବନ୍ଧୁ ସାହାଯ୍ୟ କରିବେ।
ଧନୁ
ଧନୁ
ଆଶାନୁରୂପକ ସଫଳତା ହାସଲରେ ଜଣେ ରାଜନେତା ସାହାଯ୍ୟ କରିପାରନ୍ତି। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କଷ୍ଟକର ହେବ । ସ୍ବାସ୍ଥ୍ୟ ପ୍ରତି ସାବଧାନତା ନ ରଖିଲେ ଅନୁତାପ କରିବାକୁ ପଡ଼ିପାରେ। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ଭଲ ହେବ।
ମକର
ମକର
ଗ୍ରହମାନଙ୍କ ପ୍ରତିକୂଳତା କାରଣରୁ ମାନସିକ ସୁସ୍ଥତା ହରାଇପାରନ୍ତି। ଫାଇଲ୍‌ କାମ ଅଟକି ରହିଥିବା ସକାଶେ ଅନୁତାପ କରିବାକୁ ପଡ଼ିପାରେ। ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ ମାତ୍ର ଖର୍ଚ୍ଚ ପରିମାଣ ବୃଦ୍ଧିରୁ ଅଶାନ୍ତ ରହିପାରନ୍ତି। ଈର୍ଷା ଓ ଅସୂୟା ମନୋଭାବ ପୋଷଣକରି ଆମତ୍ୀୟସ୍ବଜନ ଦୂରେଇଯାଇପାରନ୍ତି।
କୁମ୍ଭ
କୁମ୍ଭ
ପୂର୍ବଭାଦ୍ରପବ ନକ୍ଷତ୍ରର ଗତକାଲିର ଘଟଣାରେ ବିଶେଷ କିଛି ଅସୁବିଧା ହେବନାହିଁ। କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତିପୋଷଣ କଲେ ଅସୁବିଧାରେ ପଡ଼ିବେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିପାରନ୍ତି । ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନାହିଁ।
ମୀନମୀନ
ଆଶା କରୁଥିବା ବନ୍ଧୁଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବା ଆଶା ରହିଛି। ଆଜିର ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଘରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବା ସୂଚନା ରହିଛି । ଆର୍ଥିକ ଅଭାବ ଓ ଅନଟନ କେତେକ କାମକୁ ସ୍ଥଗିତ ରଖିଦେଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri