Posted inRasifala

ରାଶିଫଳ: ବୁଧବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ
ଆଜି ନିଜର ଉଦାରତା ଗୁଣରୁ ସାହାଯ୍ୟ ମାଗୁଥିବା ଲୋକଟିକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। କଳା, ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ସୁପ୍ରତିଷ୍ଠିତ ହେବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାର ସୂଚନା ରହିଛି।
ବୃଷ
ବୃଷ
କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସହଯୋଗ ଲାଭକରି ଚେଷ୍ଟା କରୁଥିବା କାମଟିକୁ ପୂର୍ଣ୍ଣାଙ୍ଗ କରିବେ। ସମ୍ପର୍କୀୟଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ଦୁଃଖ ଦେଇପାରେ। ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ କିନ୍ତୁ ପରିବହନ ସମସ୍ୟା ବହୁଳ ହୋଇପାରେ। ପାରିବାରିକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ସହ ଭ୍ରାତୃ ସମ୍ପର୍କରେ ଅବନତି ଘଟିବ।
ମିଥୁନ
ମିଥୁନ
ନୂତନ ଭାବରେ ଆରମ୍ଭ କରିଥିବା କାର୍ଯ୍ୟ ହାସଲ ପାଇଁ ଚେଷ୍ଟିତ ହେବେ। କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବୃଦ୍ଧି ପାଇପାରେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି, ଯାହାକି ପରିସ୍ଥିତିକୁ ସାବଲୀଳ କରିବାରେ ସହାୟକ ହେବ। ବ୍ୟବସାୟୀମାନଙ୍କ ପାଇଁ ଦିନଟି ଭଲରେ କଟିବ ନାହିଁ।
କର୍କଟ
କର୍କଟ
ନିଜର ବ୍ୟବହାରରେ ପରିବର୍ତ୍ତନ ଆଣିବା ସହ ସତର୍କତା ଅବଲମ୍ବନ କରିବା ଭଲ ହେବ। ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଦୂରଯାତ୍ରାରେ କାର୍ଯ୍ୟସିଦ୍ଧି ଘଟିବ, ମାତ୍ର ହୁଏତ ସୁଯୋଗ ପାଇବା ସହଜ ହୋଇ ନ ପାରେ। ପାରିବାରିକ ଜୀବନରେ ଅସହିଷ୍ଣୁତା ଅଶାନ୍ତିର କାରଣ ହେବ।
ସି˚ହ
ସି˚ହ
ନିକଟରେ ଆଲୋଚନା କରିଥିବା ନୂଆ ଯୋଜନାଟି ଉପରେ ଗୁରୁତ୍ୱ ଦେବେ। ପରିବାରରେ ଭୁଲ୍‌ ବୁଝାମଣାରୁ ଘରେ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଦେହ ଭଲ ରହିବ ମାତ୍ର ଶ୍ରମଜନିତ କ୍ଳାନ୍ତିବୋଧ କରିବେ। ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
କନ୍ୟା
ବନ୍ଧୁଙ୍କ ଛଳନାତ୍ମକ କଥାକୁ ଠିକ୍‌ ଭାବେ ବୁଝି ପାରିବେନି କିନ୍ତୁ ପଚାରି ମଧ୍ୟ ବୁଝିପାରିବେ ନାହିଁ। ସାହିତ୍ୟ,ଚିତ୍ର୍ରକଳା, ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିବ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ପରିବାରରେ ଝଗଡ଼ା ଲାଗିପାରେ।
ତୁଳା
ତୁଳା
ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଅବଶ୍ୟ ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବ ବିଶେଷ କିଛି ଅସୁବିଧା ରହିବ ନାହିଁ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ମନକୁ ନ ପାଇବା ହେତୁ କିଣି ଆଣିଥିବା ଜିନିଷ ବଦଳାଇବା ପାଇଁ କଷ୍ଟକର ହେବାର ସୂଚନା ରହିଛି।
ବିଛା
ବିଛା
ନୂଆ ଯୋଜନାଗୁଡ଼ିକ ମଧ୍ୟ ଠିକ୍‌ ଭାବେ କାର୍ଯ୍ୟକାରୀ ନ ହୋଇପାରେ। ହାତେ ମାପି ଚାଖଣ୍ଡେ ଚାଲିଲେ ଚେଷ୍ଟା ସଫଳ ହେବାର ସମ୍ଭାବନା ମିଳିପାରେ। ଅର୍ଥ ସମ୍ପର୍କୀୟ କାମରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ। କର୍ମକ୍ଷେତ୍ରର ଘଟଣାଗୁଡ଼ାକ ଅସାଧାରଣ ମନେ ହେବ।
ଧନୁ
ଧନୁ
ଆଶାନୁରୂପକ ସଫଳତା ହାସଲରେ ଜଣେ ବିଜାତୀୟ ବନ୍ଧୁ ସାହାଯ୍ୟ କରିବେ। ପରିବାରରେ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ ଅନ୍ୟଥା ପଶ୍ଚାନ୍ତେ ଅନୁତାପ କରିବାକୁ ପଡ଼ିପାରେ।
ମକର
ମକର
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଲେ ପ୍ରଶଂସିତ ହେବେ। ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ ମାତ୍ର ଖର୍ଚ୍ଚ ପରିମାଣ ବୃଦ୍ଧିରୁ ଅଶାନ୍ତ ରହିପାରନ୍ତି। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି। ବିବାଦର ଆଶଙ୍କା କରୁଥିବା ଘଟଣାରେ ସେମିତି କିଛି ହେବ ନାହିଁ।
କୁମ୍ଭ
କୁମ୍ଭ
ଗତକାଲିର ଘଟଣା ମନକୁ ବିବ୍ରତ କରିପାରେ ଅବଶ୍ୟ ମଧ୍ୟାହ୍ନ ପରେ ମନ ଶାନ୍ତ ରହିବ। କାୈଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କଲେ ଅସୁବିଧାରେ ପଡ଼ିବେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ ଏଣୁ ସାବଧାନତା ନିତାନ୍ତ ଦରକାର। ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ମୀନମୀନ

ଆଶା କରୁଥିବା ବନ୍ଧୁଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆଜିର ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଘରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଆର୍ଥିକ ଅଭାବ ଓ ଅନଟନ କେତେକ କାମକୁ ସ୍ଥଗିତ ରଖିଦେଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ଅନ୍ୟମାନେ ଭୁଲ୍‍ ବୁଝିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଦୀର୍ଘ ଦିନରୁ ରହିଯାଇଥିବା…

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri