Posted inRasifala

ରାଶିଫଳ: ରବିବାର, ଫେବୃୟାରୀ ୬ ତାରିଖ – Daily Horoscope

ମେଷ
ଆଜି ଦୁଃସ୍ଥାନରେ ଚନ୍ଦ୍ର ହେତୁ ପାରିବାରିକ ଶାନ୍ତି ଭଗ୍ନ ହେବ। ଆତ୍ମୀୟଙ୍କ କାର୍ଯ୍ୟକଳାପରୁ ଦୂରଯାତ୍ରା ପାଇଁ ପ୍ରତିବନ୍ଧକ ସୃଷ୍ଟି ସୂଚନା ରହିଛି। ଯାତ୍ରା ସମୟରେ ଅସାବଧାନତା କାରଣରୁ ଜିନିଷପତ୍ର ହରାଇବାକୁ ପଡ଼ିପାରେ। ରଚନାମତ୍କ କାମ, ଆନୁଷ୍ଠାନିକ କାମ, ବନ୍ଧୁମାନଙ୍କ ସହ ଆଲୋଚନାରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ।
ବୃଷ
ବୃଷ
ଚନ୍ଦ୍ରର ତୃତୀୟସ୍ଥ ରାହୁ ହେତୁ ଅଭାବନୀୟ ପରିସ୍ଥିତିକୁ ସାମ୍‌ନା କରିବାକୁ ପଡ଼ିପାରେ। ବନ୍ଧୁମାନେ ସାମୟିକ ସୁଯୋଗକୁ ନିଜ ସ୍ବାର୍ଥରେ ଲଗାଇପାରନ୍ତି। ଭୁଲ୍‌ ବୁଝାମଣାରୁ ଭାଇ କିମ୍ବା ଭଉଣୀଙ୍କ ସହ ତିକ୍ତତା ସୃଷ୍ଟି ହେବାର ସମ୍ଭାବନା ରହିଛି। ଜମିଜମା, ଯାନ୍ତ୍ରିକ ଜିନିଷ, ଯାନବାହନ କିମ୍ବା ଗୃହୋପକରଣ କ୍ରୟ କରିପାରନ୍ତି।
ମିଥୁନ
ମିଥୁନ
ଆଜି ଦ୍ୱାଦଶସ୍ଥ ରାହୁଙ୍କ ଯୋଗୁ ଭାବିଚିନ୍ତି କାମ କରିବା ଭଲ। କର୍ମକ୍ଷେତ୍ରରେ ଜିଦ୍‌ରେ ଅଟଳ ରହିବା କାରଣରୁ କଳହ ଲାଗିପାରେ। ଜମିଜମା, ଆନୁଷ୍ଠାନିକ କାମରେ କେତେକ ବ୍ୟତିକ୍ରମକୁ ଦେଖି ମାନସିକ ଆଘାତ ପାଇପାରନ୍ତି। ଅବଶ୍ୟ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ଭଲ ସମ୍ପର୍କ ରହିଥିବା ସହକର୍ମୀମାନେ ସାହାଯ୍ୟ କରିବେ।
କର୍କଟ
କର୍କଟ
ଏକାଦଶସ୍ଥ ଚନ୍ଦ୍ର ପ୍ରଭାବରୁ ଶାରୀରିକ ସୁସ୍ଥତା ମନୋବଳ ବୃଦ୍ଧିରେ ସହାୟକ ହେବ। ଅର୍ଥଲାଭର ସୁବିଧା କରାଇଲେ ମଧ୍ୟ ପାରିବାରିକ କ୍ଷେତ୍ରକୁ ବିପଦସଙ୍କୁଳ କରିପାରନ୍ତି। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପ୍ରକାଶନ, ପ୍ରଶାସନ, ନିର୍ମାଣ କ୍ଷେତ୍ରରେ ସହଯୋଗ, ସମ୍ମାନ ପାଇ ଖୁସି ହେବେ।
ସି˚ହ
ସି˚ହ
ପାରିବାରିକ କଳହ ସାଙ୍ଗକୁ କର୍ମକ୍ଷେତ୍ରରେ ମଧ୍ୟ ଟେନ୍‌ସନ ଲାଗିରହିବ। ପଡ଼ୋଶୀ କିମ୍ବା ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାଯ୍ୟ କରିବ। ପ୍ରଶାସନିକ ସ୍ତରରେ ପରିସ୍ଥିତି ସେତେଟା ଭଲ ରହି ନ ପାରେ । ଆକସ୍ମିକ ଭାବରେ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ।
କନ୍ୟା
ଆଜି ଭାଗ୍ୟସ୍ଥ ଚନ୍ଦ୍ର ସାମଗ୍ରିକ ସୁଖ, ସୌଭାଗ୍ୟ ପ୍ରଦାନରେ ସହାୟକ ହେବେ। ସମସ୍ୟା ସମାଧାନ ପରିପ୍ରେକ୍ଷୀରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରିବେ। ଗଠନମୂଳକ କିମ୍ବା ସାମୂହିକ କାମରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିପାରେ। କାର୍ଯ୍ୟଦକ୍ଷତା ଓ କଥନଶୈଳୀରୁ ପ୍ରଶଂସିତ ହେବେ।
ତୁଳା
ତୁଳା
ନୂତନ ଯୋଜନା ସକାଶେ ବନ୍ଧୁମାନଙ୍କ ସହ ଆଲୋଚନା କରି ମଧ୍ୟ ନିର୍ଯାସରେ ଉପନୀତ ହୋଇ ପାରିବେ ନାହିଁ। ଆତ୍ମୀୟମାନଙ୍କ ସହଯୋଗରୁ ସମାଧାନର ସରଳସୂତ୍ର ବାହାର କରିବାରେ ସମର୍ଥ ହେବେ। ଆବଶ୍ୟକ ଅର୍ଥ ସଂଗ୍ରହରେ ତପତ୍ରତା ପ୍ରକାଶ କରିବେ। ଆଜି ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
ବିଛା
ବିଛା
ରାହୁଙ୍କ ପ୍ରଭାବରେ ଆଜିର ଦିନଟିରେ କାର୍ଯ୍ୟବ୍ୟସ୍ତ ରହିବେ, ମାତ୍ର ବନ୍ଧୁମିଳନରୁ ଆନନ୍ଦ ଅନୁଭବ କରିବେ। କର୍ମ କ୍ଷେତ୍ରରେ ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଅଫିସରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ଆଜି କର୍ମାରମ୍ଭରେ କେତେକ ସମସ୍ୟା ଆସିପାରେ। ପ୍ରତ୍ୟେକ ସ୍ତରରେ ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ବୈବାହିକ କର୍ମ ସମ୍ପାଦନ ପାଇଁ ନୂତନ ବନ୍ଧୁ ପ୍ରସ୍ତାବ ସମ୍ପର୍କୀୟ ଆଲୋଚନା କରିପାରନ୍ତି। ବିଭିନ୍ନ ପ୍ରତିବନ୍ଧକ ହେତୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ।
ମକର
ମକର
ବିଭିନ୍ନ ଦିଗରୁ ପ୍ରତିବନ୍ଧକର ସାମ୍ନା କରି କାମ ହାସଲ କରିବେ। ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ। ବ୍ୟବସାୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟ ମଧ୍ୟରେ ଦୂରେଇଯିବ। ଦୀର୍ଘ ସମୟ ପ୍ରତୀକ୍ଷା କରି ମଧ୍ୟ ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡ଼ିବେ।
କୁମ୍ଭ
କୁମ୍ଭ
କର୍ମଜଞ୍ଜାଳ ବୃଦ୍ଧି କାରଣରୁ ଶାରୀରିକ ସୁସ୍ଥତା ରହିଥିଲେ ମଧ୍ୟ ମାନସିକ ସ୍ଥିରତା ରହି ନ ପାରେ। ଅଭିମାନ କରି ରହିଥିବା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ସ୍ଥିତି ସମ୍ଭାଳି ନେବେ। ସରକାରୀ କ୍ଷେତ୍ରରୁ ଆଶା କରିଥିବା କୌଣସି କାଗଜପତ୍ର ସମ୍ପର୍କୀୟ ଶୁଭ ସୂଚନା ପାଇ ଖୁସି ହେବେ। ବାକି ପଡ଼ିଥିବା ଟଙ୍କା ଆଜି ଚେଷ୍ଟା କଲେ ଫେରିପାରିବେ।
ମୀନମୀନ
ଅଟକି ରହିଥିବା କାମଟିକୁ ଆଜି ଆରମ୍ଭ କଲେ ସଫଳତା ମିଳିବ। ବନ୍ଧୁଙ୍କ ସହ ବାକ୍‌ବିତଣ୍ଡା ସୃଷ୍ଟି ହେବା କାରଣରୁ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସଙ୍ଗକୁ ପ୍ରଶଂସିତ ମଧ୍ୟ ହେବେ। ସହକର୍ମୀମାନଙ୍କ ଅନୁରୋଧକୁ ଉପେକ୍ଷା ନକରି ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

ରାଶିଫଳ:ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ସନ୍ତାନ ହେତୁକ ଦୁଃଶ୍ଚିନ୍ତା ଲାଗିରହିବ।ରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିନପାରେ। ସ୍ବଗୃହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?