Posted inRasifala

ରାଶିଫଳ: ସୋମବାର, ଫେବୃୟାରୀ ୬ ତାରିଖ – Daily Horoscope

ମେଷ
ଆଜି ରବିଙ୍କ ଦୃଷ୍ଟିରେ ସ୍ବଗୃହୀ ଚନ୍ଦ୍ର ଥିବାରୁ ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର ଉତମ ରହିବ। ଶନି କ୍ଷେତ୍ରସ୍ଥ ରବିଙ୍କ ଯୋଗୁଁ କୈାଣସି ସନ୍ତାନଙ୍କ ସ୍ବାସ୍ଥ୍ୟହାନୀ ଦୁଃଶ୍ଚିନ୍ତାକୁ ବଢାଇ ଦେଇପାରେ। ଅତି ନିକଟତର ବନ୍ଧୁଙ୍କ ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିବେ। ସହଧର୍ମିଣୀ ସୁପରାମର୍ଶଦାୟିନୀ ଭାବରେ ଆପଣଙ୍କର ଆଦରଣୀୟା ହେବେ।
ବୃଷ
ବୃଷ
ପଡୋଶୀ କିମ୍ବା ସହକର୍ମୀ ଅଥବା ଭାଇଭଉଣୀଙ୍କ ଶ୍ରଦ୍ଧାନରକ୍ତ ହୋଇପାରନ୍ତି। ନିକଟ ସମ୍ପର୍କୀୟ ମାନଙ୍କ ସାହାଯ୍ୟ ପ୍ରାପ୍ତିର ଆଶା ରଖିପାରନ୍ତି। କର୍ମକ୍ଷେତ୍ରରେ ମଧ୍ୟ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି।
ମିଥୁନ
ମିଥୁନ
ମୁଖଭାବରେ ଚନ୍ଦ୍ର ଆପଣଙ୍କୁ ଅର୍ଥନୈତିକ ଅଭିବୃଦ୍ଧି ସହ ଆନୁଷ୍ଠାନିକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ କରାଇବ। ନୀଚ୍ଚାଭିମୁଖୀ ବୁଧଜନିତ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ନିଜ ଲୋକ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ। ବୈବସାୟିକ ସ୍ଥିତି ଭଲ ରହିବା ସହ ପରିବହନରେ ଲାଭବାନ ହେବେ।
କର୍କଟ
କର୍କଟ
ଆଜି ଚନ୍ଦ୍ରଙ୍କ ସୁପ୍ରଭାବରୁ ଉନ୍ନତ ଚିନ୍ତା ଓ ଯୋଜନା ସହ ପ୍ରତ୍ୟେକ କାର୍ଯ୍ୟକୁ ସମ୍ମାନର ସହ କରିପାରିବେ। ସ୍ବାସ୍ଥ୍ୟରେ ଉନ୍ନତି, ଶତ୍ରୁମାନଙ୍କ ଅଧୋଗତି, ବିବାଦର ଅବସାନ, ଋଣ ପରିଶୋଧ ପ୍ରଭୃତିରୁ ଖୁସି ମିଳିବ। ବୁଧଙ୍କ ପ୍ରଭାବରୁ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ। ଯାନବାହାନରେ ସତର୍କତା ଅବଲମ୍ବନ କରିବା ଭଲ।
ସି˚ହ
ସି˚ହ
ଦ୍ୱାଦଶଚନ୍ଦ୍ର ମାନସିକ ସ୍ଥିତିକୁ ଅସ୍ଥିର କରାଇଲା ସମୟରେ ଆର୍ଥିକ ଦିଗରୁ ସମସ୍ୟାର ସମ୍ମୁଖୀନ ହେବେ। ଆଜିର ଯାତ୍ରା, ବିବାଦ, ଗୃହାରମ୍ଭ ସକାଶେ ବିଶଷେ ଅନୁକୂଳ ରହିବ ନାହିଁ। ପାରିବାରିକ ଜୀବନରେ ମଧ୍ୟ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ନିଜେ ଜଳି ଅନ୍ୟକୁ ଆଲୋକ ଦେଲାଭଳି ପରୋପକାରରୁ ପ୍ରଶଂସିତ ହେବେ।
କନ୍ୟା
କେତୁଙ୍କ କୁପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସମାଲୋଚିତ ହେବେ। ପର କଥାରେ ମନ ଦେଇ ନିଜ କାମକୁ ଅବହେଳା କରିପାରନ୍ତି ଏବଂ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡିବେ। ସ୍ବାର୍ଥସାଧନ ସକାଶେ ନିଜ ଲୋକମାନେ ବିଶ୍ୱାସଘାତକତା କରିବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ବ୍ୟସ୍ତ ହେବେ।
ତୁଳା
ତୁଳା
କୈାଣସି ନୂତନ କର୍ମାରମ୍ଭ ସକାଶେ ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ଆକସ୍ମିକ ଭାବରେ ଜଣେ ଯୁବକ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ। କିନ୍ତୁ ସକାଳ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହିବା ଭଲ ହେବ। ଅବଶ୍ୟ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
ବିଛା
ବିଛା
ପରିସ୍ଥିତି ସୁଧୁରିଯିବ ଏବଂ କର୍ମକ୍ଷେତ୍ରରେ ଉସତ୍ାହିତ ହେବେ ଓ ସାଫଲ୍ୟତା ହାସଲ କରିବେ। ଦ୍ୱିତୀୟସ୍ଥ ବୁଧ ହେତୁ ବିଭିନ୍ନ କ୍ଷେତ୍ରରେ ଆଜିର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ। ସାଧାରଣ ଘଟଣାକୁ ନେଇ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ଧନୁ
ଧନୁ
ପରିବାର ହେଉ କିମ୍ବା କର୍ମକ୍ଷେତ୍ର ସମସ୍ୟା ଲାଗି ରହିବ। ଦିନଟିରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ ଯାହାକି ପରିସ୍ଥିତିକୁ ସରଗରମ କରିବ। ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଅନୁଭବ କରିବେ କିନ୍ତୁ କିଛି ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସା ଓ ପ୍ରୋସତ୍ାହନ ପାଇ ମନୋବଳ ବୃଦ୍ଧି ପାଇବ।
ମକର
ମକର
ଅଷ୍ଟମାଧିପତି ରାଶିରେ ରହିଥିବାରୁ ବିବାଦୀୟ ଘଟଣା ମନରେ ସ୍ଥାନ ପାଇବା ହେତୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ଆବଶ୍ୟକତାକୁ ଉପଲବଧି କରି ନୂତନ ଗୃହପୋକରଣ କ୍ରୟ କରିପାରନ୍ତି।
କୁମ୍ଭ
କୁମ୍ଭ
ତୃତୀୟସ୍ଥ ବୃହସ୍ପତି ଯୋଗୁ ଆଜି ପ୍ରତ୍ୟେକ କାମକୁ ଆମତ୍ୀୟତାର ସହ କରି ପ୍ରଶଂସିତ ହେବେ। ଶିଳ୍ପ, ବାଣିଜ୍ୟ ଓ ପରିବହନରୁ ଲାଭବାନ୍‌ ହେବେ। ଯାତ୍ରା, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବ ଏବଂ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ଆନୁଷ୍ଠାନିକ କ୍ଷେତ୍ରରେ ବଦ୍‌ଖର୍ଚ୍ଚ ରୋକିବା ପାଇଁ ଚେଷ୍ଟିତ ହୋଇପାରନ୍ତି।
ମୀନମୀନ
ଦେବଗୁରୁଙ୍କ କୃପାରୁ ଆଜି ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭକରି ଖୁସୀ ହେବେ। ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ, ଯାହାକି ଅନର୍ଥ ସୃଷ୍ଟି କରିପାରେ। ଅତି ନିକଟରେ ରହୁଥିବା ବନ୍ଧୁଟିର କାଯର୍‌ୟକଳାପକୁ ନାପସନ୍ଦ କରିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri