Posted inRasifala

ରାଶିଫଳ: ରବିବାର, ଜୁନ୍‌ ୬ ତାରିଖ – Daily Horoscope

ମେଷ
ଆଜି ଜନ୍ମ ଚନ୍ଦ୍ର ହେତୁ ଆର୍ଥିକ ଦିଗ ଅନୁକୂଳ ରହିଲେ ମଧ୍ୟ କିଛି ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସବୁ ଭଲ ମଧ୍ୟରେ ଖର୍ଚ୍ଚ ପରିମାଣ ବୃଦ୍ଧି, ଦୂରଯାତ୍ରା ଓ ସ୍ଥାନାନ୍ତରର ସୂଚନା ବିଦ୍ୟମାନ। ପାରିବାରିକ କ୍ଷେତ୍ରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତ ରହିପାରନ୍ତି। ଅବଶ୍ୟ ଦ୍ୱିଜା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ।
ବୃଷ
ବୃଷ
ଧନାଧିପ ଅସ୍ତଗତ ହେତୁ ଯେତିକି ପାଇବେ ତା’ଠାରୁ ଅଧିକ ଦେବାକୁ ପଡ଼ିପାରେ। ସହକର୍ମୀଙ୍କ ସହ ମତାନ୍ତର ଘଟିବାର ସମ୍ୟକ୍‌ ସୂଚନା ରହିଛି। ଆକସ୍ମିକ ଆବଶ୍ୟକତା କାରଣରୁ ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଚିନ୍ତା ବଢ଼ାଇ ଦେବ। କେତେକ କ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
ମିଥୁନ
ମିଥୁନ
ଆର୍ଥିକ ସ୍ଥିତି ଭଲଥିବା କାରଣରୁ ଋଣ ପରିଶୋଧ ସକାଶେ ମନ ବଳାଇପାରନ୍ତି। କର୍ମକ୍ଷେତ୍ରରେ ଜଣେ ବନ୍ଧୁ ମାର୍ଗଦର୍ଶକ ସାଜିବା ସାଙ୍ଗକୁ କିଛିଟା ସାହାଯ୍ୟ ମଧ୍ୟ ପାଇବେ। ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ଆର୍ଦ୍ରା ନକ୍ଷତ୍ର ସକାଶେ ପରୋକ୍ଷ ଶତ୍ରୁତା ସାମାନ୍ୟ ବ୍ୟତିକ୍ରମ ସୃଷ୍ଟ କରିପାରେ।
କର୍କଟ
କର୍କଟ
ଆଜି ଚନ୍ଦ୍ର ଓ ମଙ୍ଗଳଙ୍କ କ୍ଷେତ୍ର ବିନିମୟ ଯୋଗ ରହିଥିବାରୁ କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ବହୁତ ଭଲ ରହିବ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିବା ଯୋଗୁ ଆଶ୍ୱସ୍ତି ଲଭିବେ। ମନରେ ବିଭିନ୍ନ ଦୁର୍ଭାବନା ଦୂରେଇବାରେ ସମର୍ଥ ହେବେ। ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିନବାରେ ଅସୁବିଧା ରହିବ ନାହିଁ।
ସି˚ହ
ସି˚ହ
ଆଜି ଯାହା ଚାହୁଁଛନ୍ତି ତାହା ପାଇବା ସକାଶେ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ଗସ୍ତ କାର୍ଯ୍ୟକ୍ରମ ଆକସ୍ମିକ ବାତିଲ ହୋଇପାରେ। କର୍ମକ୍ଷେତ୍ରରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ, ନତୁବା କଳହର ସମ୍ମୁଖୀନ ହେବେ। ପୂର୍ବାଫାଲ୍‌ଗୁନୀ ନକ୍ଷତ୍ରର ପାରିବାରିିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ।
କନ୍ୟା
ସାମଗ୍ରିକ ଦିଗରୁ ଦିନଟି ଭଲ ମନେ ହେଲେ ମଧ୍ୟ ଆପଣଙ୍କ ଉପଭୋଗ୍ୟ ହୋଇପାରିବ ନାହିଁ। ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନରେ ଅନାଗତ ଭୟ ଓ ଆଶଙ୍କା ସୃଷ୍ଟି କରିପାରେ। ଚିତ୍ରା ନକ୍ଷତ୍ରର ପରିବହନ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି।
ତୁଳା
ତୁଳା
ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ ଦୃଷ୍ଟିକୋଣ ବଦଳି ଯାଇପାରେ। ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ। କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ ନତୁବା ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି । ସ୍ବାତୀ ନକ୍ଷତ୍ର ଅଫିସ୍‌ରୁ ଫେରିବା ସମୟରେ ଘରକୁ ମୂଲ୍ୟବାନ୍‌ ଦ୍ରବ୍ୟ ଆଣିପାରନ୍ତି।
ବିଛା
ବିଛା
ଅନୁରାଧା ନକ୍ଷତ୍ର କୌଣସି ଅଭାବ ଅସୁବିଧା ନ ଥିଲେ ମଧ୍ୟ ମନଟା ଗୋଳେଇଘାଣ୍ଟି ଲାଗିବ। ଅନ୍ୟମାନଙ୍କ କଥାରେ ଭାସି ନଯାଇ ଲୋକକୁ ପରଖି ଯାହା କରିବା କଥା କରନ୍ତୁ। ଆକସ୍ମିକ ଆବଶ୍ୟକତାକୁ ପୂରଣ କରିବାକୁ ଯାଇ ଧାର କରଜ କରି ବାକୁ ବାଧ୍ୟ ହେବେ। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ।
ଧନୁ
ଧନୁ
ମନ ଭିତରେ ଅସନ୍ତୋଷ ଚାପି ରଖି ଶ୍ରୁତିମଧୁର କଥା କହି ପରିସ୍ଥିତିକୁ ନିୟନ୍ତ୍ରଣ କରିବେ। ଗଣ ଯୋଗାଯୋଗ, ସାମ୍ବାଦିକତା, ଆମଦାନୀ କାରବାର, ପନିପରିବା ଦୋକାନୀ, ହୋଟେଲ ମାଲିକମାନେ ଖୁସି ରହିବେ। ମୂଳା ନକ୍ଷତ୍ର ରାଜନୀତିରେ ଓ ସାଙ୍ଗଠନିକ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର
ମକର
ଶ୍ରବଣା ନକ୍ଷତ୍ର କେତେକ କ୍ଷେତ୍ରରେ ବନ୍ଧୁଙ୍କ କଥା ମାନି ସମସ୍ୟାରୁ ମୁକୁଳି ଯାଇ ପାରନ୍ତି। ଆମତ୍ୀୟଙ୍କଠାରୁ ସାୟାହ୍ନରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଶିକ୍ଷା, ଗଠନମୂଳକ ଆଲୋଚନା, ଆନୁଷ୍ଠାନିକ କାମ, ଲେଖାପଢ଼ା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ। ଆର୍ଥିକ ଅଭିବୃଦ୍ଧି ବୃଦ୍ଧି ପାଇଁ ବ୍ୟାଙ୍କ ଜମା କିମ୍ବା ପଲିସ୍‌ କରିପାରନ୍ତି।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ ଗତି କରିବାର ସମ୍ଭାବନା ରହିଛି। ବିନା ଖର୍ଚ୍ଚରେ କିମ୍ବା ସହଜରେ କୌଣସି କାମ ହାସଲ ଦୁରୂହ ହୋଇପଡିବ। ଶତଭିଷା ନକ୍ଷତ୍ରର ପରିବାରରେ କାହାର ସ୍ବାସ୍ଥ୍ୟହାନି କାରଣରୁ ମନ ସ୍ଥିର ରହିପାରିବ ନାହିଁ। ବନ୍ଧୁମାନଙ୍କ ସହାୟତା ନେଇ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
ମୀନମୀନ
ଆଜି କର୍ମକ୍ଷେତ୍ର ସକାଶେ ସାମୟିକ ଚିନ୍ତିତ ରହିବେ କିନ୍ତୁ ପରକ୍ଷଣରେ ସବୁ କିଛି ଠିକ୍‌ ହୋଇଯିବ। ଶିକ୍ଷା, ସନ୍ତାନ, ଅଧ୍ୟାପନା, ଆଲୋଚନା ପାଇଁ ଦିନଟି ପ୍ରକୃଷ୍ଟ। ଯାତ୍ରା, ବାଣିଜ୍ୟ, ମାଲି ମକଦ୍ଦମା, ସଂଗଠନରେ ସମସ୍ୟା ସମାଧାନ ହୋଇଯିବ। ପୂର୍ବଭାଦ୍ରବ ନକ୍ଷତ୍ର ସ୍ବାସ୍ଥ୍ୟ ଭଲ ରହିବ ଓ କୌଣସି କାମ ଆରମ୍ଭ ସକାଶେ ମନ ବଳାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri