Posted inRasifala

ରାଶିଫଳ: ଶନିବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ
ଆଜି ବୁଧଙ୍କ ନକ୍ଷତ୍ରରେ ଚନ୍ଦ୍ର ଯୋଗୁ ଭାଇ, ବନ୍ଧୁ, ପଡ଼ୋଶୀଙ୍କ ସହ ବୁଝାମଣା ଠିକ୍‌ ରହି ନ ପାରେ। ଅବଶ୍ୟ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ଆଜିର ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ଉପକୃତ ହେବେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ରବି ଦେବଗୁରୁଙ୍କ ନକ୍ଷତ୍ରସ୍ଥ ଯୋଗୁ ପାରିବାରିକ ଅସ୍ଥିରତା ମାନସିକ ସ୍ଥିତିକୁ ବିଗାଡ଼ି ଦେଇପାରେ। ତଥାପି ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହିଁ ।
ମିଥୁନ
ମିଥୁନ
ଭାଗ୍ୟସ୍ଥାନରେ ଶୁକ୍ର ଓ ରବିଙ୍କ ଉପସ୍ଥିତି ହେତୁ ନୂତନ କର୍ମାରମ୍ଭ ଫଳପ୍ରଦ ହେବ। ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟ ହାସଲ କରିବାରେ କୌଣସି ଅସୁବିଧା ହେବ ନାହିଁ। କେତେକ କାମ ସକାଶେ ପରିବାର ଭିତରୁ ସମାଲୋଚିତ ହେବାକୁ ପଡ଼ିବ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି।
କର୍କଟ
କର୍କଟ
ଧନାଧିପଙ୍କ ଶୁଭ ସଂସ୍ଥାନ ହେତୁ ଆଜି ଆର୍ଥିକ ସ୍ଥିତି ଭଲ ରହିବ କିମ୍ବା ଅର୍ଥ ସମ୍ପର୍କୀୟ ସମସ୍ୟା ସୁଧୁରି ଯିବ। କର୍ମକ୍ଷେତ୍ରରେ ଏମିତି କେତେକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିବ, ଯାହାଦ୍ୱାରା ଠିକ୍‌ ନିଷ୍ପତ୍ତି ନେଇ ପାରିବେ ନାହିଁ। ଆକସ୍ମିକ ଭାବେ ଶୁଭ ଖବର ଶୁଣି ଖୁସି ହେବେ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ।
ସି˚ହ
ସି˚ହ
ବଳବାନ ରାହୁ ଓ ମଙ୍ଗଳ କର୍ମସ୍ଥ ହେତୁ ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ଯୋଗୁ କାର୍ଯ୍ୟ ସାଧନରେ ସମର୍ଥ ହେବେ। ବହୁତ ଅନୁସନ୍ଧାନ ପରେ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ମାଲିମକଦ୍ଦମାର ବିଚାର ବିଳମ୍ବିତ ହେବାରୁ ମନ ଭଲ ରହି ନ ପାରେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ନିଜ ଭାବକୁ ମଙ୍ଗଳଙ୍କ ଦୃଷ୍ଟିଥିବାରୁ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗରୁ ଉତ୍ସାହିତ ହେବେ। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ଘର ଲୋକଙ୍କୁ ଉପେକ୍ଷା କରି ପରକଥାରେ ପଡିଲେ ପଶ୍ଚାତ୍ତାପ କରିବେ। ଉତ୍ତରାଫାଲଗୁନୀ ନକ୍ଷତ୍ର ଅର୍ଥାଭାବରୁ କୌଣସି କାମ କରିବାରେ ପଛେଇ ଯାଇ ପାରନ୍ତି।
ତୁଳା
ତୁଳା
ମୁଖଭାବସ୍ଥ ଚନ୍ଦ୍ର ପ୍ରତ୍ୟେକ କାମରେ ସଫଳତା ପ୍ରଦାନ କରିବା କାରଣରୁ ମାନସିକ ସ୍ଥିତି ଭଲ ରହିବ। ସାମୟିକ ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ଚତୁର୍ଥାଧିପ ବୃହସ୍ପତିଙ୍କ ସଂଯୋଗ ଯୋଗୁ ପରିବାର ସମସ୍ୟା ଚିନ୍ତାକରି ଭାରାକ୍ରାନ୍ତ ହେବେ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। ଧାରକରଜ କରି ଆବଶ୍ୟକତା ଚଳାଇ ନେବେ। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା, କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ ଓ ସାମ୍ବାଦିକତା, ରାଜନୀତି, ସଂଗଠନ କ୍ଷେତ୍ରରେ ପ୍ରତିଷ୍ଠାବନ୍ତ ହେବେ।
ଧନୁ
ଧନୁ
ବୁଧ ନିଜ ସ୍ଥାନରୁ ଅଷ୍ଟମସ୍ଥ ଯୋଗୁ କର୍ମକ୍ଷେତ୍ରରେ ଆଲୋଚନା ଫଳପ୍ରଦ ନ ହୋଇପାରେ। ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ସାମୟିକ କଳହ ଦେଖାଦେଇପାରେ। ନିକଟ ସମ୍ପର୍କୀୟଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର
ମକର
ଆଜି ଏକାଧିକ ପାପଗ୍ରହ ରାଶିସ୍ଥ ହେତୁ ସାଧାରଣ କଥାକୁ କେନ୍ଦ୍ର କରି କଳହର ସମ୍ମୁଖୀନ ହୋଇପାରନ୍ତି। ଇଚ୍ଛା ନ ଥିଲେ ମଧ୍ୟ ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ହଠାତ୍‌ ସମସ୍ୟା ଦେଖାଦେବାରୁ ମନ ବିଚଳିତ ରହିବ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
କେନ୍ଦ୍ରକୋଣାଧିପ ରାଶିରେ ଥିବାରୁ ଆଜିର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ଶିଳ୍ପ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପଡୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କିନ୍ତୁ ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟିର ଆଶଙ୍କା ରହିଛି।
ମୀନମୀନ
ଦ୍ୱାଦଶରେ ଶୁକ୍ରଥିବାରୁ ଗତକାଲିଠାରୁ ନିଜ ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହେବେ। ପରିବାରରେ ଅଶାନ୍ତି ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ଈର୍ଷାପର ବନ୍ଧୁମାନେ ସମ୍ମୁଖରେ ନୀରବ ରହି ପଛରେ ବହୁତ କଥା କହିବେ। ଅର୍ଥାଭାବ କେତେକାଂଶରେ ଦୂରୀଭୂତ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri