Posted inRasifala

ରାଶିଫଳ: ରବିବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ କ୍ଷେତ୍ରରେ ସଫଳତାର ସହ କାର୍ଯ୍ୟ ହାସଲ କରିବେ। ଘରର କେତେକ ସ୍ଥଗିତ କାମ ସମ୍ପନ୍ନ କରିବା ସକାଶେ ତତ୍ପର ରହିପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ସତ, ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ଅଧ୍ୟାପନା, ପ୍ରଶାସନିକ ସେବା, କ୍ରୀଡ଼ା ଓ ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତା, ବକ୍ତୃତା, ସଙ୍ଗୀତ କ୍ଷେତ୍ର ଭଲ ରହିବ।
ବୃଷ
ବୃଷ
କର୍ମକ୍ଷେତ୍ରରେ କାର୍ଯ୍ୟ ପରିସର ବୃଦ୍ଧି ପାଇବ। ଫଳରେ ବହୁତ କାମ ହାତକୁ ନେଇ ଟେନ୍‌ସନ୍‌ ମଧ୍ୟରେ ରହିବେ। କଳା, ସଙ୍ଗୀତ, ସାହିତ୍ୟ କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ। ସାମାଜିକ ସ୍ତରରେ ଆଶା ଓ ଆଶଙ୍କା ମଧ୍ୟରେ ଗତି କରିବାକୁ ପଡ଼ିପାରେ। ପାରିବାରିକ ସ୍ଥିତି ମନ୍ଦ ହେବନି, କିନ୍ତୁ ସାମୟିକ ମତାନ୍ତର ଘଟିବ।
ମିଥୁନ
ମିଥୁନ
ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଜାଗ୍ରତ ହୋଇପାରେ। ଆଲୋଚନାକାଳରେ ବନ୍ଧୁଙ୍କ ନିକଟରେ ମନକଥାକୁ ଲୁଚାଇ ରଖିପାରିବେ ନାହିଁ। ସାଙ୍ଗଠନିକ, ରାଜନୈତିକ, ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ସରକାରୀ କ୍ଷେତ୍ରରୁ ଲାଭର ଆଶା ମନକୁ ଉଲ୍ଲସିତ କରିବ।
କର୍କଟ
କର୍କଟ
ସ୍ଥଗିତ କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବାରେ କୌଣସି ପ୍ରତିବନ୍ଧକ ରହିବ ନାହିଁ। ସଭାସମିତିରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୁଯୋଗ ପାଇବେ। ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। ଘରର ବରାଦ ଅନୁଯାୟୀ ବିଳାସ ଉପକରଣ କିଣି ପାରନ୍ତି।
ସି˚ହ
ସି˚ହ
ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ଦୂରଯାତ୍ରା କରିବାର ସୂଚନା ରହିଛି। ଘରୋଇ ସମସ୍ୟା ହେତୁ ମାନସିକ ଶାନ୍ତି ବ୍ୟାହତ ହେବାର ଆଶଙ୍କାକୁ ଏଡ଼ି ହେବ ନାହିଁ। ଦୀର୍ଘ ଦିନରୁ ଚାହୁଁଥିବା ସୁଯୋଗ ହାତଛଡ଼ା ହୋଇପାରେ। ପ୍ରଶାସନ, ବ୍ୟବସାୟ, ବନ୍ଧୁମିଳନ, ଅର୍ଥପ୍ରାପ୍ତି, ସଭା ସମିତିରେ ଯୋଗଦାନ ପ୍ରଭୃତି ସୁଯୋଗ ଜୁଟିପାରେ।
କନ୍ୟା
ସକାଳୁ ସକାଳୁ ବନ୍ଧୁଙ୍କ ଆହ୍ବାନ ଆପଣଙ୍କୁ ଯାତ୍ରାର ପ୍ରସ୍ତୁତିକୁ ତ୍ୱରାନ୍ବିତ କରାଇବ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ନିଜର କୌଣସି କାର୍ଯ୍ୟ ସକାଶେ ଅନୁରୋଧ କରିପାରନ୍ତି। ପରିବାରର ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ। ବିଶେଷତଃ ଅଭାବନୀୟ ପରିସ୍ଥିତି ମଧ୍ୟରେ କାମ କରିବାକୁ ବାଧ୍ୟ ହୋଇପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ଜଟିଳତା କ୍ରମଶଃ ଦୂରେଇ ଯିବାର ଆଶା କରାଯାଇପାରେ। କ୍ରୀଡ଼ା, ସଙ୍ଗୀତ, ପ୍ରତିଯୋଗିତା କ୍ଷେତ୍ରରେ ଶୀର୍ଷ ସ୍ଥାନରେ ରହି ବୁଦ୍ଧିଜୀବୀମାନଙ୍କ ପ୍ରଶଂସାଭାଜନ ହେବେ। ଶାରୀରିକ ଅସୁସ୍ଥତା ଲାଗି ରହିପାରେ। ବ୍ୟବସାୟରେ ବିଭିନ୍ନ ପ୍ରକାରର ମଧ୍ୟ ସମସ୍ୟା ଦେଖାଦେବାର ସୂଚନା ରହିଛି।
ବିଛା
ବିଛା
କିଛି ମନ୍ତବ୍ୟକୁ କେନ୍ଦ୍ର କରି ବୟସ୍କ ବ୍ୟକ୍ତି ଜଣେ ଅସନ୍ତୋଷ ପ୍ରକାଶ କରିପାରନ୍ତି। ମାନସିକ ଦ୍ୱନ୍ଦ୍ୱ ଦୂରେଇଯିବ ଓ ଭାଙ୍ଗି ପଡ଼ିଥିବା ସମ୍ପର୍କର ପୁନରୁଦ୍ଧାର କରିପାରିବେ। କିଣାବିକା କ୍ଷେତ୍ରରେ କିମ୍ବା ଜମିଜମା କାରବାରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ଧନୁ
ଧନୁ
ଅନ୍ୟମନସ୍କ ହେତୁ ଧନହାନି, କଳହ, ପ୍ରତାରଣା ଓ ଶାରୀରିକ ଆଘାତ ପାଇବାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇପାରନ୍ତି। ସାଙ୍ଗମାନଙ୍କ ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ହାସଲ କରିପାରନ୍ତି।
ମକର
ମକର
ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବା ସହ ଲୋକ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ। କର୍ମକ୍ଷେତ୍ରରେ ଉଚ୍ଚ ଚିନ୍ତା କରିବେ ଏବଂ ସହଯୋଗର ଅଭାବ ରହିବ ନାହିଁ। ଭୁଲ୍‌ ବୁଝାମଣାରୁ ଆତ୍ମୀୟଙ୍କ ସହ ସମ୍ପର୍କ ହାନି ହେବ। ବନ୍ଧୁଙ୍କ ନିକଟରେ ବାକି ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
କୁମ୍ଭ
କୁମ୍ଭ
ସମସ୍ତ ସୁବିଧା ଥିଲେ ମଧ୍ୟ ହାତକୁ ନେଇଥିବା କାମଟି ବିଳମ୍ବରେ ଓ ବହୁ କଷ୍ଟରେ ସମ୍ପନ୍ନ ହେବ। ପୂର୍ବର କେତେକ ବିବାଦୀୟ କଥାକୁ ମନେ ପକାଇ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି। ଅର୍ଥ ସମ୍ପର୍କୀୟ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି।
ମୀନମୀନ
ଆଜିର ପ୍ରତ୍ୟୁଷ ଯାତ୍ରା ସମୟରେ ଜଣେ ଅଜଣା ବନ୍ଧୁଙ୍କ ସାହାଯ୍ୟ ସବୁ ଦିନ ସକାଶେ ମନେରହିବ। ସ୍ବକର୍ମ କ୍ଷେତ୍ରରେ ମଧ୍ୟ ଅପ୍ରିୟ ସତ୍ୟଭାଷଣରୁ ଦୂରେଇ ରହିବା ଭଲ । ଅଭାବ ରହିବ ନାହିଁ। ଭୂସମ୍ପତ୍ତି ପ୍ରାପ୍ତିର ମାର୍ଗଦର୍ଶନ ପାଇବେ । ତରବର ହୋଇ କୌଣସି କାମ ନ କରି ଦେଖିଚାହିଁ ପଦକ୍ଷେପ ନିଅନ୍ତୁ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୯ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ର ଭଲ ରହିବ। ପରିବାରର ଆବଶ୍ୟକତାକୁ ଅନୁଭବକରି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...

ରାଶିଫଳ: ବୁଧବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ମାନସିକ ସୁସ୍ଥତାକୁ ପରିପୁଷ୍ଟ କରିବ। ଥଣ୍ଡାଜନିତ ପୀଡ଼ାନୁଭବ ସାଙ୍ଗକୁ ଧୈର୍ଯ୍ୟହରା, ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର...

ରାଶିଫଳ: ସୋମବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ଆଜି ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ର ପାରିବାରିକ ସମସ୍ୟାର ଅନ୍ତ ଘଟାଇବ। ବିବାଦର ସମାଧାନ ସଙ୍ଗକୁ ଋଣ ପରିଶୋଧ କରି ଆମତ୍ତୃପ୍ତି ଲାଭ କରିପାରନ୍ତି। ପରିବହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri