Posted inRasifala

ରାଶିଫଳ: ସୋମବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ସହ ବୃହସ୍ପତିଙ୍କ ଷଡ଼ାଷ୍ଟକ ସ୍ଥିତି କାରଣରୁ କୌଣସି କାମ ସୁବିଧାରେ ସମ୍ପନ୍ନ ହେବ ନାହିଁ। ବ୍ୟବସାୟ ଓ ପରିବହନ ବାଧାପ୍ରାପ୍ତ ହେବ। ସୁବୁଝାମଣା ମାଧ୍ୟମରେ ପ୍ରତ୍ୟେକ କାମ ସମ୍ଭାଳି ନେବେ। ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ଉଚ୍ଚସ୍ଥ ଶୁକ୍ର ଯୋଗୁ ପ୍ରତ୍ୟେକ କାର୍ଯ୍ୟ ଶୃଙ୍ଖଳିତ ଭାବରେ ସମ୍ପନ୍ନ ହେବାରେ କୌଣସି ଅସୁବିଧା ରହିବନାହିଁ। କିନ୍ତୁ ସାମୂହିକ ଭାବରେ ପାରିବାରିକ ଅସ୍ଥିରତା ମାନସିକ ସ୍ଥିତିକୁ ବିଗାଡ଼ି ଦେଇପାରେ। ବନ୍ଧୁଙ୍କଠାରୁ ଉସତ୍ାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
ମିଥୁନ
ମିଥୁନ
ଶୁଭଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟ ହାସଲରେ ଅସୁବିଧା ହେବ ନାହିଁ। ପରିବାର ଭିତରୁ ସମାଲୋଚିତ ହେବାକୁ ପଡ଼ିବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ। ପୂର୍ବରାଗ ଶୁଝାଇବା ମାନସରେ ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି।
କର୍କଟ
କର୍କଟ
ଆଜି ରବିଙ୍କ ଦୃଷ୍ଟି ଯୋଗୁ କାର୍ଯ୍ୟହାସଲ ସହ ଅର୍ଥ ସମସ୍ୟାର ସମାଧାନ କରିବାରେ ସଫଳ ହେବେ। କର୍ମକ୍ଷେତ୍ରରେ ସଙ୍କଟଜନକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିିପାରେ। ବନ୍ଧୁ ଜରିଆରେ ଆକସ୍ମିକ ଭାବରେ ଆଶା କରୁଥିବା ଶୁଭଖବର ଶୁଣି ଖୁସି ହେବେ। ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି।
ସି˚ହ
ସି˚ହ
କର୍ମାଧିପ ଉଚ୍ଚସ୍ଥ ଯୋଗୁ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ। ବହୁତ ଅନୁସନ୍ଧାନ ପରେ ଅପରାହ୍ନରେ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନ ଭଲ ରହି ନ ପାରେ। ଅବଶ୍ୟ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ମଙ୍ଗଳଙ୍କ ଶୁଭ ସମ୍ପର୍କରୁ ବନ୍ଧୁମାନଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି ଉସତ୍ାହିତ ହେବେ। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ଘର ଲୋକମାନଙ୍କୁ ଉପେକ୍ଷା କରି ପରକଥାରେ ପଡି ଭୁଲ ମାର୍ଗର ଅନୁସରଣ କରି ପଶ୍ଚାତ୍ତାପ କରିବାକୁ ପଡ଼ିପାରେ। ଅର୍ଥାଭାବରୁ କୌଣସି କାମ କରିବାରେ ପଛେଇ ଯାଇ ପାରନ୍ତି।
ତୁଳା
ତୁଳା
ଏକାଦଶ ଚନ୍ଦ୍ର ଯୋଗୁ ପ୍ରତ୍ୟେକ କାମରେ ସଫଳତା ମାନସିକ ସ୍ଥିତିକୁ ଭଲ ରଖିବ। ବନ୍ଧୁଙ୍କୁ ମନକଥା କହିବାକୁ ପଛେଇଯିବେ। ଚିତ୍ରାର ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ପରିବାରର ବିଭିନ୍ନ ପ୍ରକାର ସମସ୍ୟା ଚିନ୍ତାକରି ମନ ଭାରାକାନ୍ତ ରହିବ। ରବି ଓ ଶନିଙ୍କ ସଂଯୋଗରୁ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ ହେବ। କଳା, ସଙ୍ଗୀତ, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ ଓ ସାମ୍ବାଦିକତା, ରାଜନୀତି, ସଂଗଠନ କ୍ଷେତ୍ରରେ ପ୍ରତିଷ୍ଠାବନ୍ତ ହେବେ।
ଧନୁ
ଧନୁ
ଆଜି କର୍ମସ୍ଥାନକୁ ଶୁଭଗ୍ରହର ଦୃଷ୍ଟି ଯୋଗୁ ଫଳପ୍ରଦ ଆଲୋଚନା କରି ଖୁସି ହେବେ। ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ପରିବାରରେ ନିଜ ନିଜ ମଧ୍ୟରେ ସାମୟିକ କଳହ ଦେଖାଦେଇପାରେ। ସମ୍ପର୍କୀୟଙ୍କ ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର
ମକର
ରାହୁ ପରିବାର ସ୍ଥାନରେ ରହିଥିବାରୁ ସାଧାରଣ କଥାକୁ କେନ୍ଦ୍ର କରି କଳହ ହୋଇପାରେ। ଇଚ୍ଛା ନ ଥିଲେ ମଧ୍ୟ ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଶନି ଓ ବୁଧଙ୍କ ସଂଯୋଗରୁ ଆଜିର କାମ ଝୁଲା ଅବସ୍ଥାରେ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପଡ଼ୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କିନ୍ତୁ ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି।
ମୀନମୀନ
ଦ୍ୱାଦଶ ରବିଙ୍କ ଯୋଗୁ ଈର୍ଷାପର ବନ୍ଧୁମାନେ ସମ୍ମୁଖରେ ନୀରବ ରହି ପଛରେ ବହୁତ କଥା କହିବେ। ବନ୍ଧୁଙ୍କ ସହାୟତାରେ ଅର୍ଥାଭାବ କେତେକାଂଶରେ ଦୂରୀଭୂତ ହୋଇଯିବ। ଆତ୍ମୀୟ ସ୍ବଜନ କିମ୍ବା ଗୁରୁଜନଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି। ଆନୁଷ୍ଠାନିକ କାମ ସକାଶେ ବନ୍ଧୁମାନଙ୍କ ଦ୍ୱାରା ଆମନ୍ତ୍ରିତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri