Posted inRasifala

ରାଶିଫଳ: ଗୁରୁବାର, ମେ ୦୬ ତାରିଖ – Daily Horoscope

ମେଷ
ଆଜି ଆପଣ କଥା କହିବାରେ କଠୋରତା କାରଣରୁ କଳହର ସମ୍ମୁଖୀନ ହୋଇପାରନ୍ତି। ପାରିବାରିକ, ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ଲାଭ କରିବାରେ ଅସୁବିଧା ହେବନାହିଁ। ଆତ୍ମୀୟଙ୍କ ଆରୋଗ୍ୟ ପାଇଁ ଚିନ୍ତା ବଢ଼ିପାରେ। ଇଚ୍ଛା ବିରୁଦ୍ଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ।
ବୃଷ
ବୃଷ
ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଅଳ୍ପ ସମୟ ମଧ୍ୟରେ ସବୁ ଠିକ୍‌ ହୋଇଯିବ। ବାହାର ଲୋକଙ୍କଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସାଙ୍ଗସାଥୀମାନଙ୍କ ସହ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପଡ଼ୋଶୀଙ୍କଠାରୁ ଅର୍ଥ ସାହାଯ୍ୟଲାଭ କରି କାମ ହାସଲ କରିବେ।
ମିଥୁନ
ମିଥୁନ
ମନରେ ବିଭିନ୍ନ ପ୍ରକାର କଳ୍ପନାର ରଙ୍ଗିନ୍‌ ପ୍ରତିଛବି ଉଙ୍କି ମାରିପାରେ। ବ୍ୟବସାୟକୁ ନୂତନ ରୂପ ଦେବାର ପରିକଳ୍ପନା କରି ତଦନୁଯାୟୀ ବନ୍ଧୁଙ୍କ ସହ ଯୋଗାଯୋଗ କରିପାରନ୍ତି। ଜଣେ ବନ୍ଧୁ ଆର୍ଥିକ ଓ ବାଚନିକ ସାହାଯ୍ୟ କରିବେ। କଳା, ସାହିତ୍ୟରେ ଉନ୍ନତି କରିବେ ଓ ସମସ୍ୟାର ସମାଧାନ ଦିଗରେ ଚେଷ୍ଟିତ ମଧ୍ୟ ହେବେ।
କର୍କଟ
କର୍କଟ
ଦୀର୍ଘଦିନର ପ୍ରତୀକ୍ଷା ପରେ କୌଣସି ସୂଚନା ଲାଭ କରି ଅପୂର୍ବ ଆନନ୍ଦ ଅନୁଭବ କରିବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ଭୁଲ୍‌ ବୁଝାମଣା ହେତୁ ପରିବାରରେ ଟଣାଓଟରା ଦେଖାଦେଇପାରେ। ପ୍ରକାଶନ, ପ୍ରଶାସନ, ରାଜନୀତି, ଆଇନ, ଅଦାଲତ ତଥା ଆନୁଷ୍ଠାନିକ କ୍ଷେତ୍ରରୁ ସଫଳତା ପାଇବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତି ବିଶେଷଙ୍କର ସହଯୋଗ ପାଇ ସମସ୍ୟା ସମାଧାନ କରିବାରେ ସଫଳ ହେବେ। ପରିବାରରେ ସ୍ଥଗିତ କାମ ପାଇଁ କୈଫିୟତ୍‌ ଦେବାକୁ ପଡ଼ିପାରେ। ଅଫିସ୍‌ରେ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ। ଜମିଜମା, ମାଲିମକଦ୍ଦମା, ମାଙ୍ଗଳିକ କାର୍ଯ୍ୟ ସମ୍ପର୍କୀୟ ଆଲୋଚନାରେ ଅଗ୍ରଗତି ପରିଲକ୍ଷିତ ହୋଇପାରେ।
କନ୍ୟା
ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିବା ସହ ପରିସ୍ଥିତିକୁ ସରଗରମ କରି ରଖିବ। ସ୍ତ୍ରୀଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଭାବରେ ଉପକୃତ ହେବେ। ବନ୍ଧୁଙ୍କ ସହ ପୂର୍ବ ଆଲୋଚନା ପ୍ରକାରେ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ। ଲେଖାପଢ଼ା ତଥା ପ୍ରକାଶନ,ରଚନାମତ୍କ କାର୍ଯ୍ୟ, ସାହିତ୍ୟ, ସଙ୍ଗୀତ ଓ ସତ୍‌ସଙ୍ଗ କ୍ଷେତ୍ରରେ ଆତ୍ମତୃପ୍ତି ପାଇବେ।
ତୁଳା
ତୁଳା
ସ୍ଥିରୀକୃତ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ହଠାତ୍‌ ଘରେ ବନ୍ଧୁ ମିଳନ ସହିତ ଖୁସିର ଆସର ଜମିପାରେ। ଆତ୍ମୀୟଙ୍କଠାରୁ ସାହାଯ୍ୟ, ସହଯୋଗ ଲାଭ କରିବେ। ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଧର୍ମକାର୍ଯ୍ୟ ପାଇଁ ନିକଟ ସମ୍ପର୍କୀୟଙ୍କଠାରୁ ପ୍ରେରଣା ମିଳିପାରେ।
ବିଛା
ବିଛା
ବନ୍ଧୁଟି ସ୍ବାର୍ଥବାଦୀ ହୋଇପଡ଼ିବା ଫଳରେ କେତେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି। ସାହିତ୍ୟ, କଳା, କ୍ରୀଡ଼ା, କୀର୍ତ୍ତନ ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ। ପରିସ୍ଥିତିବଶତଃ ହଠାତ୍‌ ବହୁତ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ।
ଧନୁ
ଧନୁ
ନୂତନ ଭାବେ କରିବାକୁ ଯାଉଥିବା କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇପାରିବ ନାହିଁ। କେତେକ କ୍ଷେତ୍ରରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଅସଫଳତାକୁ କେନ୍ଦ୍ରକରି ନିଜ ଲୋକଙ୍କୁ ସନ୍ଦେହ କରିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ଅବଶ୍ୟ ଘଟିବ।
ମକର
ମକର
ପରିବାର ଭିତରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସରକାରୀ କ୍ଷେତ୍ରରୁ ଲାଭର ଆଶା ନେଇ ଉତ୍‌ଫୁଲ୍ଲିତ ହେବେ। ସାମାଜିକ ସ୍ତରରେ କେତେକ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେବେ।
କୁମ୍ଭ
କୁମ୍ଭ
ସାମାଜିକ ସ୍ତରରେ ଯାହା କହିବେ ଅଳ୍ପ କହିବେ କିନ୍ତୁ ମରମ କଥାଟି କହି ପରୋକ୍ଷ ଶତ୍ରୁତାକୁ ଡାକି ଆଣିବେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ବୃଦ୍ଧି ଘଟିବ। ଆଶା ଓ ବିଶ୍ୱାସ ନେଇ ଆଗକୁ ମାଡ଼ି ଚାଲନ୍ତୁ ନିଶ୍ଚିତ ସଫଳତା ପାଇବେ। କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ନାସ୍ତିବାଣୀ ଶୁଣାଇ ପାରନ୍ତି।
ମୀନମୀନ
ମନ କଥାକୁ ମନ ଭିତରେ ସାଇତି ରଖି କାମ କରିବାକୁ ବାଧ୍ୟ ହୋଇପାରନ୍ତି। ସାମୟିକ ଅସୁସ୍ଥତା କାରଣରୁ ସ୍ନାୟବିକ ଦୁର୍ବଳତା ଅନୁଭବ କରିପାରନ୍ତି। ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ସମସ୍ୟାର ସମାଧାନ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri