Posted inRasifala

ରାଶିଫଳ: ଗୁରୁବାର, ମେ ୦୬ ତାରିଖ – Daily Horoscope

ମେଷ
ଆଜି ଆପଣ କଥା କହିବାରେ କଠୋରତା କାରଣରୁ କଳହର ସମ୍ମୁଖୀନ ହୋଇପାରନ୍ତି। ପାରିବାରିକ, ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ଲାଭ କରିବାରେ ଅସୁବିଧା ହେବନାହିଁ। ଆତ୍ମୀୟଙ୍କ ଆରୋଗ୍ୟ ପାଇଁ ଚିନ୍ତା ବଢ଼ିପାରେ। ଇଚ୍ଛା ବିରୁଦ୍ଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ।
ବୃଷ
ବୃଷ
ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଅଳ୍ପ ସମୟ ମଧ୍ୟରେ ସବୁ ଠିକ୍‌ ହୋଇଯିବ। ବାହାର ଲୋକଙ୍କଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସାଙ୍ଗସାଥୀମାନଙ୍କ ସହ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପଡ଼ୋଶୀଙ୍କଠାରୁ ଅର୍ଥ ସାହାଯ୍ୟଲାଭ କରି କାମ ହାସଲ କରିବେ।
ମିଥୁନ
ମିଥୁନ
ମନରେ ବିଭିନ୍ନ ପ୍ରକାର କଳ୍ପନାର ରଙ୍ଗିନ୍‌ ପ୍ରତିଛବି ଉଙ୍କି ମାରିପାରେ। ବ୍ୟବସାୟକୁ ନୂତନ ରୂପ ଦେବାର ପରିକଳ୍ପନା କରି ତଦନୁଯାୟୀ ବନ୍ଧୁଙ୍କ ସହ ଯୋଗାଯୋଗ କରିପାରନ୍ତି। ଜଣେ ବନ୍ଧୁ ଆର୍ଥିକ ଓ ବାଚନିକ ସାହାଯ୍ୟ କରିବେ। କଳା, ସାହିତ୍ୟରେ ଉନ୍ନତି କରିବେ ଓ ସମସ୍ୟାର ସମାଧାନ ଦିଗରେ ଚେଷ୍ଟିତ ମଧ୍ୟ ହେବେ।
କର୍କଟ
କର୍କଟ
ଦୀର୍ଘଦିନର ପ୍ରତୀକ୍ଷା ପରେ କୌଣସି ସୂଚନା ଲାଭ କରି ଅପୂର୍ବ ଆନନ୍ଦ ଅନୁଭବ କରିବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ଭୁଲ୍‌ ବୁଝାମଣା ହେତୁ ପରିବାରରେ ଟଣାଓଟରା ଦେଖାଦେଇପାରେ। ପ୍ରକାଶନ, ପ୍ରଶାସନ, ରାଜନୀତି, ଆଇନ, ଅଦାଲତ ତଥା ଆନୁଷ୍ଠାନିକ କ୍ଷେତ୍ରରୁ ସଫଳତା ପାଇବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତି ବିଶେଷଙ୍କର ସହଯୋଗ ପାଇ ସମସ୍ୟା ସମାଧାନ କରିବାରେ ସଫଳ ହେବେ। ପରିବାରରେ ସ୍ଥଗିତ କାମ ପାଇଁ କୈଫିୟତ୍‌ ଦେବାକୁ ପଡ଼ିପାରେ। ଅଫିସ୍‌ରେ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ। ଜମିଜମା, ମାଲିମକଦ୍ଦମା, ମାଙ୍ଗଳିକ କାର୍ଯ୍ୟ ସମ୍ପର୍କୀୟ ଆଲୋଚନାରେ ଅଗ୍ରଗତି ପରିଲକ୍ଷିତ ହୋଇପାରେ।
କନ୍ୟା
ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିବା ସହ ପରିସ୍ଥିତିକୁ ସରଗରମ କରି ରଖିବ। ସ୍ତ୍ରୀଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଭାବରେ ଉପକୃତ ହେବେ। ବନ୍ଧୁଙ୍କ ସହ ପୂର୍ବ ଆଲୋଚନା ପ୍ରକାରେ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ। ଲେଖାପଢ଼ା ତଥା ପ୍ରକାଶନ,ରଚନାମତ୍କ କାର୍ଯ୍ୟ, ସାହିତ୍ୟ, ସଙ୍ଗୀତ ଓ ସତ୍‌ସଙ୍ଗ କ୍ଷେତ୍ରରେ ଆତ୍ମତୃପ୍ତି ପାଇବେ।
ତୁଳା
ତୁଳା
ସ୍ଥିରୀକୃତ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ହଠାତ୍‌ ଘରେ ବନ୍ଧୁ ମିଳନ ସହିତ ଖୁସିର ଆସର ଜମିପାରେ। ଆତ୍ମୀୟଙ୍କଠାରୁ ସାହାଯ୍ୟ, ସହଯୋଗ ଲାଭ କରିବେ। ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଧର୍ମକାର୍ଯ୍ୟ ପାଇଁ ନିକଟ ସମ୍ପର୍କୀୟଙ୍କଠାରୁ ପ୍ରେରଣା ମିଳିପାରେ।
ବିଛା
ବିଛା
ବନ୍ଧୁଟି ସ୍ବାର୍ଥବାଦୀ ହୋଇପଡ଼ିବା ଫଳରେ କେତେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି। ସାହିତ୍ୟ, କଳା, କ୍ରୀଡ଼ା, କୀର୍ତ୍ତନ ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ। ପରିସ୍ଥିତିବଶତଃ ହଠାତ୍‌ ବହୁତ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ।
ଧନୁ
ଧନୁ
ନୂତନ ଭାବେ କରିବାକୁ ଯାଉଥିବା କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇପାରିବ ନାହିଁ। କେତେକ କ୍ଷେତ୍ରରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଅସଫଳତାକୁ କେନ୍ଦ୍ରକରି ନିଜ ଲୋକଙ୍କୁ ସନ୍ଦେହ କରିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ଅବଶ୍ୟ ଘଟିବ।
ମକର
ମକର
ପରିବାର ଭିତରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସରକାରୀ କ୍ଷେତ୍ରରୁ ଲାଭର ଆଶା ନେଇ ଉତ୍‌ଫୁଲ୍ଲିତ ହେବେ। ସାମାଜିକ ସ୍ତରରେ କେତେକ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେବେ।
କୁମ୍ଭ
କୁମ୍ଭ
ସାମାଜିକ ସ୍ତରରେ ଯାହା କହିବେ ଅଳ୍ପ କହିବେ କିନ୍ତୁ ମରମ କଥାଟି କହି ପରୋକ୍ଷ ଶତ୍ରୁତାକୁ ଡାକି ଆଣିବେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ବୃଦ୍ଧି ଘଟିବ। ଆଶା ଓ ବିଶ୍ୱାସ ନେଇ ଆଗକୁ ମାଡ଼ି ଚାଲନ୍ତୁ ନିଶ୍ଚିତ ସଫଳତା ପାଇବେ। କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ନାସ୍ତିବାଣୀ ଶୁଣାଇ ପାରନ୍ତି।
ମୀନମୀନ
ମନ କଥାକୁ ମନ ଭିତରେ ସାଇତି ରଖି କାମ କରିବାକୁ ବାଧ୍ୟ ହୋଇପାରନ୍ତି। ସାମୟିକ ଅସୁସ୍ଥତା କାରଣରୁ ସ୍ନାୟବିକ ଦୁର୍ବଳତା ଅନୁଭବ କରିପାରନ୍ତି। ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ସମସ୍ୟାର ସମାଧାନ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri