Posted inRasifala

ରାଶିଫଳ: ଶନିବାର, ନଭେମ୍ବର ୬ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ଅନୁରୋଧରେ ଯାତ୍ରା କରିବାକୁ ବାଧ୍ୟ ହେବେ। ସହକର୍ମୀଙ୍କ ସହାୟତାରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବାରେ କୌଣସି ଅସୁବିଧା ରହିବନାହିଁ। ସାମାଜିକ ସ୍ତରରେ କାର୍ଯ୍ୟ ସମ୍ପନ୍ନ କରାଇ ଟେନ୍‌ସନ୍‌ କମେଇବା ସକାଶେ ଚେଷ୍ଟା କରିବେ।
ବୃଷ
ବୃଷ
ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିଜାତୀୟ ବ୍ୟକ୍ତି ସାହାଯ୍ୟ କରିବେ। ତରବରିଆ କାମଜନିତ ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ପରିବାରର ଆବଶ୍ୟକତାନୁସାରେ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ।
ମିଥୁନ
ମିଥୁନ
ପରିବାରର ଆବଶ୍ୟକତା ପୂରଣ କରିବାକୁ ଯାଇ ଆର୍ଥିକ ଅନଟନର ସମ୍ମୁଖୀନ ହେବେ। ପଦସ୍ଥବ୍ୟକ୍ତିଙ୍କ ସହାୟତାରେ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କିନ୍ତୁ ପୁନର୍ବସୁ ନକ୍ଷତ୍ରର ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡ଼ା ହୋଇପାରେ। କେତେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଥିବା ସମୟରେ ମନ ଖୁସୀ ହେଲା ଭଳି କୌଣସି ଖବର ଅସମର୍ଥିତ ସୂତ୍ରରୁ ପାଇବେ। ଆର୍ଥିକ ସ୍ଥିତିରେ କ୍ରମୋବନ୍ନତି ପରିସ୍ଥିତିକୁ ଅସ୍ଥିରତା କରିଦେବାର ଆଶଙ୍କା ରହିଛି। ସଭାସମିତିର ଆଲୋଚନା ଅବସରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ପାରିବାରିକ ପରିସ୍ଥିତି କେତେକାଂଶରେ ବଦଳିଯିବା ସମ୍ଭାବନା ରହିଛି।
ସି˚ହ
ସି˚ହ
ବାଧ୍ୟବାଧକତା ମଧ୍ୟରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ। ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି। ଶିକ୍ଷା କ୍ଷେତ୍ରରେ କିମ୍ବା ସାହିତ୍ୟ,ସଙ୍ଗୀତର ଅଧ୍ୟୟନ ଓ ଅଧ୍ୟାପନାରେ ଉନ୍ନତି କରିବେ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି।
କନ୍ୟା
ଅତୀତରେ ଘଟିଯାଇଥିବା ଘଟଣାରେ ସେମିତି କିଛି ଅସୁବିଧା ନ ହୋଇପାରେ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ନିଜ ପରିସରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। କଠୋର ପରିଶ୍ରମ କିମ୍ବା ଅନିଦ୍ରା ହେତୁକ ଜ୍ୱର ଓ ବମନ ଦେଖାଦେଇପାରେ।
ତୁଳା
ତୁଳା
ଦୀର୍ଘଦିନର ଆଶା ପୂରଣ ହେବା ଦିଗରେ ଅନୁକୂଳ ପରିସ୍ଥିତି ସୃଷ୍ଟି ହେବ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହେବେ। ବନ୍ଧୁମାନଙ୍କ ପରୋକ୍ଷଶତ୍ରୁତା କାରଣରୁ ସୁବିଧା ଥାଇ ମଧ୍ୟ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ। ସ୍ବାସ୍ଥ୍ୟର ଯନତ୍ ନ ନେବା ହେତୁ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ।ସଂଘର୍ଷମୟ ସ୍ଥିତିରେ ନିଜର ସ୍ଥିତିକୁ ସୁଦୃଢ଼ କରିବା ସଙ୍ଗକୁ ଧୈର୍ଯ୍ୟଶୀଳ ହୋଇପାରନ୍ତି। ପଡ଼ୋଶୀ ଈର୍ଷାନ୍ବିତ ହୋଇ ଭିନ୍ନ ପ୍ରକାରର ମନ୍ତବ୍ୟ ଦେଇପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ପାରିବାରିିକ କ୍ଷେତ୍ର ବୁଝାମଣା ମାଧ୍ୟମରେ ଶୃଙ୍ଖଳିତ ହେବ। ଅଭାବ ଥିଲେ କ’ଣ ହେଲା ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀମାନଙ୍କ ସହଯୋଗ ମାନସିକ ଚିନ୍ତାକୁ ଲାଘବ କରିବ। ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ମକର
ମକର
ଆକସ୍ମିକଭାବରେ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ପାଖ,ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ ଉଚ୍ଚ ଆଶା କରାଯାଇପାରେ। ଧନିଷ୍ଠାର ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
କୁମ୍ଭ
କୁମ୍ଭ
ଆଜିର କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ବିରକ୍ତିକର ଭାବରେ ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ମାନସିକ ଆଶ୍ୱସ୍ତି ଲାଭ କରିପାରନ୍ତି।
ମୀନମୀନ
ଯେତେ ସୁବିଧା ଥାଉନା କାହିଁକି କର୍ମକ୍ଷେତ୍ର ସକାଶେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳକୁ ଯିବାରେ ବିଳମ୍ବ ଘଟିବାର ଆଶଙ୍କା ଉପୁଜିପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri