Posted inRasifala

ରାଶିଫଳ: ଶନିବାର, ନଭେମ୍ବର ୬ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ଅନୁରୋଧରେ ଯାତ୍ରା କରିବାକୁ ବାଧ୍ୟ ହେବେ। ସହକର୍ମୀଙ୍କ ସହାୟତାରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବାରେ କୌଣସି ଅସୁବିଧା ରହିବନାହିଁ। ସାମାଜିକ ସ୍ତରରେ କାର୍ଯ୍ୟ ସମ୍ପନ୍ନ କରାଇ ଟେନ୍‌ସନ୍‌ କମେଇବା ସକାଶେ ଚେଷ୍ଟା କରିବେ।
ବୃଷ
ବୃଷ
ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିଜାତୀୟ ବ୍ୟକ୍ତି ସାହାଯ୍ୟ କରିବେ। ତରବରିଆ କାମଜନିତ ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ପରିବାରର ଆବଶ୍ୟକତାନୁସାରେ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ।
ମିଥୁନ
ମିଥୁନ
ପରିବାରର ଆବଶ୍ୟକତା ପୂରଣ କରିବାକୁ ଯାଇ ଆର୍ଥିକ ଅନଟନର ସମ୍ମୁଖୀନ ହେବେ। ପଦସ୍ଥବ୍ୟକ୍ତିଙ୍କ ସହାୟତାରେ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କିନ୍ତୁ ପୁନର୍ବସୁ ନକ୍ଷତ୍ରର ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡ଼ା ହୋଇପାରେ। କେତେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଥିବା ସମୟରେ ମନ ଖୁସୀ ହେଲା ଭଳି କୌଣସି ଖବର ଅସମର୍ଥିତ ସୂତ୍ରରୁ ପାଇବେ। ଆର୍ଥିକ ସ୍ଥିତିରେ କ୍ରମୋବନ୍ନତି ପରିସ୍ଥିତିକୁ ଅସ୍ଥିରତା କରିଦେବାର ଆଶଙ୍କା ରହିଛି। ସଭାସମିତିର ଆଲୋଚନା ଅବସରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ପାରିବାରିକ ପରିସ୍ଥିତି କେତେକାଂଶରେ ବଦଳିଯିବା ସମ୍ଭାବନା ରହିଛି।
ସି˚ହ
ସି˚ହ
ବାଧ୍ୟବାଧକତା ମଧ୍ୟରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ। ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି। ଶିକ୍ଷା କ୍ଷେତ୍ରରେ କିମ୍ବା ସାହିତ୍ୟ,ସଙ୍ଗୀତର ଅଧ୍ୟୟନ ଓ ଅଧ୍ୟାପନାରେ ଉନ୍ନତି କରିବେ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି।
କନ୍ୟା
ଅତୀତରେ ଘଟିଯାଇଥିବା ଘଟଣାରେ ସେମିତି କିଛି ଅସୁବିଧା ନ ହୋଇପାରେ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ନିଜ ପରିସରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। କଠୋର ପରିଶ୍ରମ କିମ୍ବା ଅନିଦ୍ରା ହେତୁକ ଜ୍ୱର ଓ ବମନ ଦେଖାଦେଇପାରେ।
ତୁଳା
ତୁଳା
ଦୀର୍ଘଦିନର ଆଶା ପୂରଣ ହେବା ଦିଗରେ ଅନୁକୂଳ ପରିସ୍ଥିତି ସୃଷ୍ଟି ହେବ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହେବେ। ବନ୍ଧୁମାନଙ୍କ ପରୋକ୍ଷଶତ୍ରୁତା କାରଣରୁ ସୁବିଧା ଥାଇ ମଧ୍ୟ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ। ସ୍ବାସ୍ଥ୍ୟର ଯନତ୍ ନ ନେବା ହେତୁ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ।ସଂଘର୍ଷମୟ ସ୍ଥିତିରେ ନିଜର ସ୍ଥିତିକୁ ସୁଦୃଢ଼ କରିବା ସଙ୍ଗକୁ ଧୈର୍ଯ୍ୟଶୀଳ ହୋଇପାରନ୍ତି। ପଡ଼ୋଶୀ ଈର୍ଷାନ୍ବିତ ହୋଇ ଭିନ୍ନ ପ୍ରକାରର ମନ୍ତବ୍ୟ ଦେଇପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ପାରିବାରିିକ କ୍ଷେତ୍ର ବୁଝାମଣା ମାଧ୍ୟମରେ ଶୃଙ୍ଖଳିତ ହେବ। ଅଭାବ ଥିଲେ କ’ଣ ହେଲା ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀମାନଙ୍କ ସହଯୋଗ ମାନସିକ ଚିନ୍ତାକୁ ଲାଘବ କରିବ। ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ମକର
ମକର
ଆକସ୍ମିକଭାବରେ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ପାଖ,ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ ଉଚ୍ଚ ଆଶା କରାଯାଇପାରେ। ଧନିଷ୍ଠାର ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
କୁମ୍ଭ
କୁମ୍ଭ
ଆଜିର କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ବିରକ୍ତିକର ଭାବରେ ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ମାନସିକ ଆଶ୍ୱସ୍ତି ଲାଭ କରିପାରନ୍ତି।
ମୀନମୀନ
ଯେତେ ସୁବିଧା ଥାଉନା କାହିଁକି କର୍ମକ୍ଷେତ୍ର ସକାଶେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳକୁ ଯିବାରେ ବିଳମ୍ବ ଘଟିବାର ଆଶଙ୍କା ଉପୁଜିପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ହାସଲ…

ରାଶିଫଳ: ରବିବାର, ଜୁଲାଇ ୧୨ ତାରିଖ – Daily Horoscope

ମେଷ ଆଜିର ନୂତନ କର୍ମାରମ୍ଭ, ଆନୁଷ୍ଠାନିକ କର୍ମ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ। ହିତୈଷୀମାନଙ୍କ ସହୃଦୟତାରୁ ଆପଣ ଯାହା ଚାହୁଁଛନ୍ତି, ତାହା ପାଇବାରେ କୌଣସି ଅସୁବିଧା…

ରାଶିଫଳ: ଶନିବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ଅନ୍ୟମାନେ ଭୁଲ୍‍ ବୁଝିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଦୀର୍ଘ ଦିନରୁ ରହିଯାଇଥିବା…

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri