Posted inRasifala

ରାଶିଫଳ: ରବିବାର, ନଭେମ୍ବର ୬ ତାରିଖ – Daily Horoscope

ମେଷ
ସପ୍ତମ କେନ୍ଦ୍ରସ୍ଥ ଗ୍ରହ ପ୍ରଭାବରୁ ଆକସ୍ମିକ ଭାବରେ ଯାତ୍ରା କରିବାକୁ ବାଧ୍ୟ ହେବେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ସହକର୍ମୀଙ୍କ ସହିତ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହୋଇପାରନ୍ତି। ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବାରେ କୌଣସି ଅସୁବିଧା ହେବ ନାହିଁ।
ବୃଷ
ବୃଷ
ରବିଙ୍କ ଦୁର୍ବଳତାଜନିତ ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଆଶା ନିରର୍ଥକ ହୋଇପାରେ। ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବାଲ୍ୟବନ୍ଧୁ ସାହାଯ୍ୟ କରିବେ। ତରବରିଆ କାମ ଯୋଗୁ ଦ୍ରବ୍ୟ ନଷ୍ଟ ହୋଇପାରେ। ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ଅଳଙ୍କାର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
ମିଥୁନ
ମିଥୁନ
ଆକସ୍ମିକ ଆବଶ୍ୟକତା ପୂରଣ କରିବାକୁ ଯାଇ ଆର୍ଥିକ ଅନଟନର ସମ୍ମୁଖୀନ ହେବାକୁ ପଡ଼ିପାରେ। ପ୍ରିୟଜନଙ୍କ ସହାୟତାରେ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆଳସ୍ୟ ଓ ଅବହେଳା ଯୋଗୁ କୌଣସି ସୁଯୋଗ ହାତଛଡ଼ା ହୋଇପାରେ। ଅନ୍ୟର ବିସ୍ମୟଜନକ କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରନ୍ତି।
କର୍କଟ
କର୍କଟ
ମନ ଖୁସି ହେଲା ଭଳି କୌଣସି ଖବର ଅସମର୍ଥିତ ସୂତ୍ରରୁ ପାଇବେ। ଆର୍ଥିକ ସ୍ଥିତିରେ କ୍ରମ ଅବନତି ଯୋଗୁ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। କୌଣସି ବ୍ୟକ୍ତି ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଇଚ୍ଛାବିରୁଦ୍ଧ କାମ କରି ଅନୁତାପ କରିବାକୁ ପଡ଼ିପାରେ। ନିଜର ଫାଇଦା ହାସଲ ସକାଶେ ବନ୍ଧୁବର୍ଗ ବିଭିନ୍ନ ଫନ୍ଦିଫିକର କରିପାରନ୍ତି। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି। ମିଥ୍ୟା ଭାଷଣରୁ ପଦସ୍ଥ ବ୍ୟକ୍ତି ସାମୟିକ ବିରକ୍ତି ପ୍ରକାଶ କରି ଆପଣଙ୍କୁ ବିରୋଧ କରିପାରନ୍ତି।
କନ୍ୟା
ନିଜ ପରିସରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ଅସନ୍ତୋଷର ବାତାବରଣ ସୃଷ୍ଟି କରିପାରେ। କଠୋର ପରିଶ୍ରମ ଜନିତ ସନ୍ଧ୍ୟାରେ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଅନ୍ୟମାନଙ୍କ ସହଯୋଗରେ ଆଜିର ଅପରାହ୍ନରେ ଖୋଜୁଥିବା ଜିନିଷଟି ପାଇଯିବେ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ ନ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ତୁଳା
ତୁଳା
ଦୀର୍ଘଦିନର ଆଶା ପୂରଣ ହେବା ଦିଗରେ ଅନୁକୂଳ ପରିସ୍ଥିତି ସୃଷ୍ଟି ହେବ। ବ୍ୟବସାୟ ଓ ବାଣିଜ୍ୟ, ପରିବହନାଦିରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ। କାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ, ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ।
ବିଛା
ବିଛା
ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି। ହଠାତ୍‌ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ବିଶାଖା ନକ୍ଷତ୍ର ଉଚ୍ଚବର୍ଗଙ୍କ ସହାୟତା ପାଇବା ସକାଶେ ବହୁତ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ମିତ୍ର ବନ୍ଧୁମାନଙ୍କ ଆବଶ୍ୟକ ସହଯୋଗ ହାସଲ କ୍ଷେତ୍ରରେ ସହାୟକ ହେବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଫାଇଲ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ପାରିବାରିକ କ୍ଷେତ୍ର ବୁଝାମଣା ଭିତ୍ତିରେ ଶୃଙ୍ଖଳିତ ହେବ। ସହକର୍ମୀମାନଙ୍କ ସହଯୋଗ କାମ ହାସଲ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଆଲୋଚନା ପରିସରରେ ବନ୍ଧୁଙ୍କ ଔଚିତ୍ୟପୂର୍ଣ୍ଣ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ମକର
ମକର
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆନନ୍ଦ ଅନୁଭବ କରିପାରନ୍ତି। ବନ୍ଧୁଙ୍କ ସହାୟତାରେ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ସାଙ୍ଗଠନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ ଉଚ୍ଚ ଆଶା ସଫଳତା ଲାଭ କରିବ।
କୁମ୍ଭ
କୁମ୍ଭ
ବାସସ୍ଥାନର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। କଠୋର ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ସୃଷ୍ଟି କରିପାରେ। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ଆବଶ୍ୟକସ୍ଥଳେ ପଡ଼ୋଶୀଙ୍କ ପରାମର୍ଶକୁ ଗ୍ରହଣ କଲେ ମନ୍ଦ ହେବନି।
ମୀନମୀନ
ପାରିବାରିକ ପ୍ରତିରୋଧ ଯୋଜନାରମ୍ଭରେ ପ୍ରତିକୂଳ ପରିସ୍ଥିତି ସୃଷ୍ଟି କରିବ। ଯାନ୍ତ୍ରିକ ତ୍ରୁଟି ଶୀଘ୍ର ଲକ୍ଷ୍ୟସ୍ଥଳକୁ ଯିବାରେ ସମସ୍ୟାର କାରଣ ହୋଇପାରେ। ସାମାଜିକ ସ୍ତରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଆତ୍ମୀୟସ୍ବଜନଙ୍କ କୌଣସି ସମସ୍ୟା ଆପଣଙ୍କ ଶୁଭକାର୍ଯ୍ୟ ସମ୍ପନ୍ନ କ୍ଷେତ୍ରରେ ଆଶଙ୍କା ସୃଷ୍ଟି କରିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଜୁଲାଇ ୭ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସାଙ୍ଗକୁ ବନ୍ଧୁମାନଙ୍କ ସହ ଦୂରଯାତ୍ରା କରିବାର ମଉକା ପାଇବେ। ସହକର୍ମୀଙ୍କ ଆର୍ଥିକ ଅନୁଦାନ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ…

ରାଶିଫଳ: ସୋମବାର , ଜୁଲାଇ ୬ ତାରିଖ – Daily Horoscope

ମେଷ ଆଜି କେନ୍ଦ୍ରରେ ବୁଧ ଓ ବୃହସ୍ପତିଙ୍କ ଯୋଗୁ କାର୍ଯ୍ୟସିଦ୍ଧି ଓ ବନ୍ଧୁମିଳନ ଘଟିବ। ମନୋରଞ୍ଜନ ଉପକରଣ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ…

ରାଶିଫଳ: ରବିବାର, ଜୁଲାଇ ୫ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର ବନ୍ଧୁମାନଙ୍କ ପରାମର୍ଶକ୍ରମେ ଦୂରଯାତ୍ରା କରିବାକୁ ମନ ବଳାଇବେ। ଗୃହ ମରାମତି, ଭୂମିକ୍ରୟ, ଗାଡ଼ିମୋଟର, ଯାନ୍ତ୍ରିକ ଜିନିଷ କ୍ରୟ କରିପାରନ୍ତି। ଟଙ୍କା ପଇସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri