Posted inRasifala

ରାଶିଫଳ: ସୋମବାର, ନଭେମ୍ବର ୬ ତାରିଖ – Daily Horoscope

ମେଷ
ଆଜିର ଚତୁର୍ଥଚନ୍ଦ୍ର ପ୍ରଭାବରେ ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧରେ ଯାତ୍ରା କରିବାକୁ ବାଧ୍ୟ ହେବେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଲାଗି ରହୁଥିବାରୁ ଟେନସନ୍‌ କମିବା ସକାଶେ ଚେଷ୍ଟା କରିବେ।
ବୃଷ
ବୃଷ
କର୍ମସ୍ଥ ଶନି ହେତୁ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିଜାତୀୟ ବ୍ୟକ୍ତି ସାହାଯ୍ୟ କରିବେ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ହୋଇଯିବ।
ମିଥୁନ
ମିଥୁନ
ଧନାଧିପତି ସ୍ବଗୃହରେ ରହିଥିବାରୁ ଆର୍ଥିକ ଅନଟନ କ୍ରମଶଃ ଦୂରେଇଯିବ। ସାମାଜିକ ସ୍ତରରେ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କିନ୍ତୁ ଆରଦ୍ରା ନକ୍ଷତ୍ରର ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡ଼ା ହୋଇପାରେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କର ମନଗଢା କଥା ଶୁଣି ବ୍ୟସ୍ତତା ଅନୁଭବ କରିବେ।
କର୍କଟ
କର୍କଟ
ଚନ୍ଦ୍ର ପ୍ରଭାବରେ ମନ ଖୁସି ହେଲା ଭଳି କୌଣସି ଖବର ଅସମର୍ଥିତ ସୂତ୍ରରୁ ପାଇବେ। ରବିଙ୍କ ଦୁର୍ବଳତା କାରଣରୁ ଆର୍ଥିକ ସ୍ଥିତିରେ ଅବନତି ଘଟିପାରେ। କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଅବଶ୍ୟ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ସି˚ହ
ସି˚ହ
ତୃତୀୟସ୍ଥ ବୁଧ ହେତୁ ଆକସ୍ମିକ ଭାବରେ ଖୋଜୁଥିବା ଜିନିଷ କିମ୍ବା ଧନ ଓ ସମ୍ମାନ ପାଇବେ। କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ। ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବାକୁ ମନ ବଳାଇବେ। ମଘା ନକ୍ଷତ୍ର ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି।
କନ୍ୟା
ଚତୁଃଗ୍ରହ ଯୋଗରୁ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ନିଜ ପରିସରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। କଠୋର ପରିଶ୍ରମ କିମ୍ବା ଅନିଦ୍ରା ହେତୁକ ଜ୍ୱର ଓ ବମନ ଦେଖାଦେଇପାରେ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ।
ତୁଳା
ତୁଳା
କର୍ମାଧିପତି ସ୍ବଗୃହରେ ଥିବାରୁ ଦୀର୍ଘ ଦିନର ଆଶା ପୂରଣ ହେବା ଦିଗରେ ଅନୁକୂଳ ପରିସ୍ଥିତି ସୃଷ୍ଟି ହେବ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ। ସୁବିଧା ଥାଇ ମଧ୍ୟ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ।
ବିଛା
ବିଛା
ପାପଯୁକ୍ତ କର୍ମାଧିପତି ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡ଼ିବେ। ସଂଘର୍ଷମୟ ସ୍ଥିତିରେ ମଧ୍ୟ ଉପସ୍ଥିତ ବୁଦ୍ଧି ଯୋଗୁ ବିପଦ ମୁକ୍ତ ହେବେ। ଅନୁରାଧା ନକ୍ଷତ୍ର ଉଚ୍ଚବର୍ଗଙ୍କ ସହାୟତା ପ୍ରାପ୍ତିରୁ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ। ମିତ୍ର ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ।
ଧନୁ
ଧନୁ
ବୁଧ ପ୍ରଭାବରେ କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ପାରିବାରିକ କ୍ଷେତ୍ର ବୁଝାମଣା ମାଧ୍ୟମରେ ଶୃଙ୍ଖଳିତ ହେବ। ଅଭାବ ନ ଥିଲେ କ’ଣ ହେଲା ବନ୍ଧୁଙ୍କ ସଦ୍‌ଭାବ ସହକର୍ମୀମାନଙ୍କ ସହଯୋଗ ଲାଭ କରି କାମ ହାସଲ କରିବେ।
ମକର
ମକର
ରାଜଯୋଗ କାରଣରୁ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ ଉଚ୍ଚ ଆଶା ଫଳପ୍ରସୂ ହୋଇପାରେ। ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
କୁମ୍ଭ
କୁମ୍ଭ
ବୃହସ୍ପତିଙ୍କ ସୁପ୍ରଭାବରୁ ଯଥା ସମୟରେ ସବୁ କିଛି ଠିକ୍‌ ହୋଇଯିବ। ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ। ପିଲାଙ୍କ ପଢ଼ାକୁ ନେଇ ଚିନ୍ତା ବଢ଼ିବ।
ମୀନମୀନ

ଶନିଙ୍କ ଦୃଷ୍ଟିଜନିତ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳକୁ ଯିବାରେ ବିଳମ୍ବ ଘଟିବ। ଅବଶ୍ୟ ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ। ମାତ୍ର ରେବତୀ ନକ୍ଷତ୍ର ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ…

ରାଶିଫଳ: ବୁଧବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍‌ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୭ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କ ବୈଷୟିକ ଅଭିବୃଦ୍ଧି ସହିତ କୈାଣସି ପ୍ରତିରୋଧ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।…

ରାଶିଫଳ: ସୋମବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଦୈହିକ ଓ ମାନସିକ ସୁସ୍ଥତା ରକ୍ଷା କରିବାରେ ଅସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍‍ସନର କାରଣ ହେବ।…

ରାଶିଫଳ: ରବିବାର, ଜାନୁଆରୀ ୨୫ ତାରିଖ – Daily Horoscope

ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର…

ରାଶିଫଳ: ଶନିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ।…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri