Posted inRasifala

ରାଶିଫଳ: ସୋମବାର, ନଭେମ୍ବର ୬ ତାରିଖ – Daily Horoscope

ମେଷ
ଆଜିର ଚତୁର୍ଥଚନ୍ଦ୍ର ପ୍ରଭାବରେ ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧରେ ଯାତ୍ରା କରିବାକୁ ବାଧ୍ୟ ହେବେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଲାଗି ରହୁଥିବାରୁ ଟେନସନ୍‌ କମିବା ସକାଶେ ଚେଷ୍ଟା କରିବେ।
ବୃଷ
ବୃଷ
କର୍ମସ୍ଥ ଶନି ହେତୁ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିଜାତୀୟ ବ୍ୟକ୍ତି ସାହାଯ୍ୟ କରିବେ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ହୋଇଯିବ।
ମିଥୁନ
ମିଥୁନ
ଧନାଧିପତି ସ୍ବଗୃହରେ ରହିଥିବାରୁ ଆର୍ଥିକ ଅନଟନ କ୍ରମଶଃ ଦୂରେଇଯିବ। ସାମାଜିକ ସ୍ତରରେ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କିନ୍ତୁ ଆରଦ୍ରା ନକ୍ଷତ୍ରର ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡ଼ା ହୋଇପାରେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କର ମନଗଢା କଥା ଶୁଣି ବ୍ୟସ୍ତତା ଅନୁଭବ କରିବେ।
କର୍କଟ
କର୍କଟ
ଚନ୍ଦ୍ର ପ୍ରଭାବରେ ମନ ଖୁସି ହେଲା ଭଳି କୌଣସି ଖବର ଅସମର୍ଥିତ ସୂତ୍ରରୁ ପାଇବେ। ରବିଙ୍କ ଦୁର୍ବଳତା କାରଣରୁ ଆର୍ଥିକ ସ୍ଥିତିରେ ଅବନତି ଘଟିପାରେ। କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଅବଶ୍ୟ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ସି˚ହ
ସି˚ହ
ତୃତୀୟସ୍ଥ ବୁଧ ହେତୁ ଆକସ୍ମିକ ଭାବରେ ଖୋଜୁଥିବା ଜିନିଷ କିମ୍ବା ଧନ ଓ ସମ୍ମାନ ପାଇବେ। କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ। ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବାକୁ ମନ ବଳାଇବେ। ମଘା ନକ୍ଷତ୍ର ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି।
କନ୍ୟା
ଚତୁଃଗ୍ରହ ଯୋଗରୁ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ନିଜ ପରିସରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। କଠୋର ପରିଶ୍ରମ କିମ୍ବା ଅନିଦ୍ରା ହେତୁକ ଜ୍ୱର ଓ ବମନ ଦେଖାଦେଇପାରେ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ।
ତୁଳା
ତୁଳା
କର୍ମାଧିପତି ସ୍ବଗୃହରେ ଥିବାରୁ ଦୀର୍ଘ ଦିନର ଆଶା ପୂରଣ ହେବା ଦିଗରେ ଅନୁକୂଳ ପରିସ୍ଥିତି ସୃଷ୍ଟି ହେବ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ। ସୁବିଧା ଥାଇ ମଧ୍ୟ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ।
ବିଛା
ବିଛା
ପାପଯୁକ୍ତ କର୍ମାଧିପତି ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡ଼ିବେ। ସଂଘର୍ଷମୟ ସ୍ଥିତିରେ ମଧ୍ୟ ଉପସ୍ଥିତ ବୁଦ୍ଧି ଯୋଗୁ ବିପଦ ମୁକ୍ତ ହେବେ। ଅନୁରାଧା ନକ୍ଷତ୍ର ଉଚ୍ଚବର୍ଗଙ୍କ ସହାୟତା ପ୍ରାପ୍ତିରୁ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ। ମିତ୍ର ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ।
ଧନୁ
ଧନୁ
ବୁଧ ପ୍ରଭାବରେ କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ପାରିବାରିକ କ୍ଷେତ୍ର ବୁଝାମଣା ମାଧ୍ୟମରେ ଶୃଙ୍ଖଳିତ ହେବ। ଅଭାବ ନ ଥିଲେ କ’ଣ ହେଲା ବନ୍ଧୁଙ୍କ ସଦ୍‌ଭାବ ସହକର୍ମୀମାନଙ୍କ ସହଯୋଗ ଲାଭ କରି କାମ ହାସଲ କରିବେ।
ମକର
ମକର
ରାଜଯୋଗ କାରଣରୁ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ ଉଚ୍ଚ ଆଶା ଫଳପ୍ରସୂ ହୋଇପାରେ। ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
କୁମ୍ଭ
କୁମ୍ଭ
ବୃହସ୍ପତିଙ୍କ ସୁପ୍ରଭାବରୁ ଯଥା ସମୟରେ ସବୁ କିଛି ଠିକ୍‌ ହୋଇଯିବ। ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ। ପିଲାଙ୍କ ପଢ଼ାକୁ ନେଇ ଚିନ୍ତା ବଢ଼ିବ।
ମୀନମୀନ

ଶନିଙ୍କ ଦୃଷ୍ଟିଜନିତ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳକୁ ଯିବାରେ ବିଳମ୍ବ ଘଟିବ। ଅବଶ୍ୟ ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ। ମାତ୍ର ରେବତୀ ନକ୍ଷତ୍ର ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?