Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୬ ତାରିଖ – Daily Horoscope

ମେଷ
କୌଣସି ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ। କୃତ୍ତିକା ନକ୍ଷତ୍ର ମନ ବୁଝିଲା ଭଳି କଥା କହି ପରିବାରର ଅବୁଝା ବ୍ୟକ୍ତିଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ ବହୁ ଲୋକଙ୍କ ମେଳରେ ସମୟ କଟିବ। ବ୍ୟବସାୟିକ ସ୍ଥିତି ଓ ରାଜନୈତିକ ପରିସ୍ଥିତିି ଉନ୍ନତମାନର ହେବ।
ବୃଷ
ବୃଷ
ଫୁଲାଫୁଙ୍କିଆ ମିଜାଜରେ ସମୟର ଅପଚୟ କରି ପରିବାରରେ ରୋଷର କାରଣ ହେବେ । ସ୍ତ୍ରୀଙ୍କ ସମ୍ପର୍କରେ, ବାଣିଜ୍ୟ କ୍ଷେତ୍ରରେ, ପ୍ରତିଦ୍ୱନ୍ଦ୍ୱିତା କାରଣରୁ କିମ୍ବା ଜମିଜମା ସମ୍ବନ୍ଧୀୟ ମାନସିକ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବାକୁ ପଡ଼ିପାରେ । ରୋହିଣୀ ନକ୍ଷତ୍ର ଶିଥିଳ ମନ ନେଇ ଆଳସ୍ୟଜନିତ କାମଗୁଡ଼ିକ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ।
ମିଥୁନ
ମିଥୁନ
କେତେକ କ୍ଷେତ୍ରରେ କିମ୍ବା ବନ୍ଧୁଗହଣରେ ଆମତ୍ ବଡ଼ିମା ଦେଖାଇ ଉପହସିତ ହେବାକୁ ପଡ଼ିବ । ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହେବା ସୂଚନା ରହିଛି। ପୁନର୍ବସୁ ନକ୍ଷତ୍ର ସାହିତ୍ୟ ଓ ସଙ୍ଗୀତ ତଥା ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା ସୂଚନା ରହିଛି ।
କର୍କଟ
କର୍କଟ
ମନରେ ଆବେଗ ଭରି ରହିବ ଏବଂ କୌଣସି ସ୍ଥିର ନିଷ୍ପତ୍ତି ନେଇପାରିବେ ନାହିଁ । ଅଶ୍ଳେଷା ନକ୍ଷତ୍ର ପାରିବାରିକ ଜୀବନରେ ସୁଖଦ ଅନୁଭୂତିର ସୌଭାଗ୍ୟ ଅର୍ଜନ କରିବେ। ଯାନବାହନ, କଳା, ସାହିତ୍ୟ, ରଚନାମତ୍କ କାର୍ଯ୍ୟରେ ପ୍ରଶଂସିତ ହେବେ। ବନ୍ଧୁଙ୍କ ମଧ୍ୟରେ ପ୍ରିୟବ୍ୟକ୍ତିଟି ଆପଣଙ୍କ ଉପରେ ଖପ୍ପା ହୋଇପାରନ୍ତି।
ସି˚ହ
ସି˚ହ
ବିଭିନ୍ନ ଅସ୍ବାଭାବିକ ପରିସ୍ଥିତିକୁ ସାମ୍‌ନା କରି ମନ ଚିନ୍ତା ସାଗରରେ ଭାସି ବୁଲିବ। ଅଫିସରେ କୌଣସି ଫାଇଲ କାମ ସମ୍ପର୍କରେ ଉପରିସ୍ଥଙ୍କୁ କୈଫୟତ୍‌ ଦେବାକୁ ପଡ଼ିପାରେ। ଭଲ ସମ୍ପର୍କ ନ ଥିବା ବିଜାତୀୟ ବ୍ୟକ୍ତି ଜଣେ ନିନ୍ଦାଗାନ ପୂର୍ବକ ଅପପ୍ରଚାର କରିପାରନ୍ତି। ମଘା ନକ୍ଷତ୍ର ପୁରୁଣା କଥାକୁ ବାରମ୍ବାର ଦୋହରାଇ ଅଶାନ୍ତ ରହିବେ।
କନ୍ୟା
ଭଲ କିମ୍ବା ମନ୍ଦର ଆଲୋଚନା ନ କରି ପୂର୍ବ ଯୋଜନାନୁଯାୟୀ କାମକୁ ବଢ଼ାଇ ନିଅନ୍ତୁ, ସବୁ ଠିକ୍‌ ଠାକ୍‌ ଚାଲିବ। ପ୍ରଶାସନ କିମ୍ବା ରାଜନୀତିରେ ସମସ୍ୟା ସମାଧାନରେ ସମର୍ଥ ହେବେ। ହସ୍ତା ନକ୍ଷତ୍ର ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ଉନ୍ନତି ଘଟିବ। କୌଣସି ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣରେ ରଖିବାରେ ସମର୍ଥ ହେବେ।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ର ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ସାମାଜିକ ସ୍ତରରେ ନିଜକୁ ଆଗରେ ରଖି ପାରିବେ ନାହିଁ, ଫଳରେ ପଶ୍ଚାତାପ କରିପାରନ୍ତି। ଆଗାମୀ ଆନୁଷ୍ଠାନିକ ଉସତ୍ବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ। ଘର ସାଜସଜ୍ଜା,ଗାଡ଼ିମୋଟରାଦି ଯାନ୍ତ୍ରିକ ଜିନିଷର ମରାମତିରେ ଅଧିକ ସମୟ ନେଇପାରନ୍ତି ।
ବିଛା
ବିଛା
ପାଖ ଲୋକଟି ଆପଣା ସ୍ବାର୍ଥ ରକ୍ଷା କରିବାକୁ ମିଛ କଥା କହିପାରେ। ଅନୁରାଧା ନକ୍ଷତ୍ର ପାରିବାରିକ ସ୍ଥିତି କେତେକାଂଶରେ ଭଲ ଦିଗକୁ ଗତି କରିବ। ଅଫିସ କାମରେ ସହକର୍ମୀଙ୍କ ସହ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ବ୍ୟବସାୟ, ସଂଗଠନ, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର ପ୍ରଭୃତିରେ ବ୍ୟସ୍ତ ରହିବେ।
ଧନୁ
ଧନୁ
ପାରିବାରିକ ଶାନ୍ତି ଭାରାକ୍ରାନ୍ତ ମନକୁ ସାମୟିକ ଲାଘବ କରିବାର ସୂଚନା ରହିଛି। ବ୍ୟକ୍ତି କୈନ୍ଦ୍ରିକ ଚିନ୍ତାଧାରା ସାମାଜିକ ଜୀବନରେ ଅଶାନ୍ତିର କାରଣ ବନିପାରେ। ସନ୍ତାନ ,ଶିକ୍ଷା ଓ ମାଲି ମକଦ୍ଦମା କ୍ଷେତ୍ରରେ ସଫଳତା ପାଇବେ। ଉତ୍ତରାଷାଢ଼ା ନକ୍ଷତ୍ର ଅଫିସ କାମରେ ସହମତିିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି।
ମକର
ମକର
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିବ ଏବଂ ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ହଟିଯିବ। ଶ୍ରବଣା ନକ୍ଷତ୍ରର ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ। ଭଲ ସମ୍ପର୍କ ଥିବା ଲୋକ ପାଖରେ ଭୁଲ୍‌ କାମ କରି ସମ୍ପର୍କ ହାନି ହୋଇପାରେ। ଭୁଲ୍‌ବଶତଃ ଅନ୍ୟ ଦ୍ୱାରା ପ୍ରଭାବିିତ ହୋଇ ସଙ୍ଗଦୋଷ ପାଇଁ ସମାଲୋଚିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଶତ୍ରୁତା କାରଣରୁ ଅଶାନ୍ତ ବାତାବରଣ ସୃଷ୍ଟି ଆଶଙ୍କା ରହିଛି। ଅନ୍ୟର ପ୍ରରୋଚନାରେ ଆମତ୍ୀୟ ଜଣେ ସମସ୍ୟା ସୃଷ୍ଟି କରିପାରନ୍ତି। ପିଲାମାନଙ୍କ ସମସ୍ୟା ନେଇ କିମ୍ବା ପାଖରେ ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ। ଶତଭିଷା ନକ୍ଷତ୍ରର ଅନଟନ ଦୂରେଇବା ସକାଶେ ଧାରକରଜ କରିବାକୁ ବାଧ୍ୟହେବାକୁ ପଡ଼ିବ ।
ମୀନମୀନ
ନୂତନ ଗାଡ଼ିମୋଟର, ଯାନ୍ତ୍ରିକ ଜିନିଷ କିଣିବା ସୂଚନା ରହିଛି। ରେବତୀ ନକ୍ଷତ୍ର କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡ଼ିପାରେ । ସମୟାନୁବର୍ତ୍ତିତା ଓ ଶୃଙ୍ଖଳା ରକ୍ଷା ଦିଗରେ ପ୍ରଶାସନିକ ସ୍ତରରେ ଉଦ୍ୟମ କରି ପ୍ରଶଂସିତ ହୋଇପାରନ୍ତି । ସଭାସମିତି, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ସୁନାମ ଅର୍ଜନ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri