Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ
ପାରିବାରିକ ଅଶାନ୍ତିଜନିତ ମନ ଅସ୍ଥିର ରହିଲେ ମଧ୍ୟ ସମସ୍ୟା ସମାଧାନ ହୋଇଯିବ। ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। ଘରର ସମସ୍ୟା କଥା କହି ବନ୍ଧୁଙ୍କ ସହାନୁଭୂତି ଲାଭ କରି ଆଶ୍ୱସ୍ତି ଲାଭ କରିବେ।
ବୃଷ
ବୃଷ
କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ। ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ନ ରହିଲେ ମନାନ୍ତର ଅବଶ୍ୟମ୍ଭାବୀ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ବନ୍ଧୁଙ୍କ ସମସ୍ୟା, ଆନୁଷ୍ଠାନିକ କାମ, ଶିଳ୍ପ, ବାଣିଜ୍ୟ ଓ ପରିବହନ କ୍ଷେତ୍ର ବିବାଦ ସମାଧାନ ହୋଇଯିବ।
ମିଥୁନ
ମିଥୁନ
ପରିବାରର ସହମତିରେ କୌଣସି ନୂତନ କାର୍ଯ୍ୟରେ ହାତ ଦେଲେ କୃତକାର୍ଯ୍ୟ ହେବେ। ସ୍ବାର୍ଥସାଧନ ମାନସରେ ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। କର୍ମକ୍ଷେତ୍ରରେ ଖଳପ୍ରକୃତି ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି।
କର୍କଟ
କର୍କଟ
ଶନିଙ୍କ କୁପ୍ରଭାବ ରାଶି ଉପରେ ପଡୁଥିବାରୁ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଅଧିକାଂଶ ସମୟ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ସାମାଜିକ ସ୍ତରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣ ସୂତ୍ରରେ ଅର୍ଥଲାଭ କରିବେ ଓ ଶିଳ୍ପ ବାଣିଜ୍ୟରେ ଉନ୍ନତି ଘଟିବାର ଆଶା କରାଯାଇପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବାରୁ ମାନସିକ ଭାରସାମ୍ୟ ହରାଇବେ। ଘର କଥା ମନକୁ ବେଶି ଆନ୍ଦୋଳିତ କରିବା ସାଙ୍ଗକୁ ନୂତନ ଦାୟିତ୍ୱ ହାତକୁ ନେଇ ବିବ୍ରତ ହୋଇପାରନ୍ତି। ପଡ଼ୋଶୀଙ୍କ ସହୃଦୟତାରୁ ଉପକୃତ ହେବେ।
କନ୍ୟା
ପାରିବାରିକ ସଦ୍ଭାବ ଅକ୍ଷୁର୍ଣ୍ଣ ରହିବା ହେତୁ ସାମାନ୍ୟ ମାନସିକ ଶାନ୍ତି ଲାଭ କରିବେ। ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିବା ଦ୍ୱାରା ବ୍ୟସ୍ତତା ଅନୁଭବ କରିବେ। କର୍ମାରମ୍ଭରେ ସଂକଟର ସମ୍ମୁଖୀନ ହେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍‌ ହୋଇଯିବ। ଆତ୍ମୀୟଙ୍କ ସାହାଯ୍ୟ ଓ ସହଯୋଗର ପ୍ରତିଶ୍ରୁତି ଲାଭ କରି ଆଶ୍ୱସ୍ତି ଲାଭ କରିବେ।
ତୁଳା
ତୁଳା
ନିଜର ଅବହେଳାଜନିତ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ବନ୍ଧୁଙ୍କ ସମ୍ପର୍କରେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ। କର୍ମଜଞ୍ଜାଳ ବୃଦ୍ଧି ହେତୁ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିପାରେ।
ବିଛା
ବିଛା
ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇ ମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି। କୌଣସି ଆନୁଷ୍ଠାନିକ ଅଥବା ସାମାଜିକ କାର୍ଯ୍ୟରେ ଯୋଗଦେବାକୁ ଆହ୍ବାନ ଆସିପାରେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ଓ ରାଜନୀତି, ପ୍ରଶାସନ ପାଇଁ ଦିନଟି ବହୁତ ଭଲ। ପରିଶ୍ରମ କରିବେ ସତ, କିନ୍ତୁ ଆଶାନୁଯାୟୀ ପ୍ରାପ୍ତି ସନ୍ତୋଷଜନକ ନ ହୋଇପାରେ।
ଧନୁ
ଧନୁ
ଆଜିର କର୍ମକ୍ଷେତ୍ରରେ ପ୍ରତ୍ୟେକ ପରିସ୍ଥିତିରେ କାର୍ଯ୍ୟ ସମ୍ପନ୍ନ କରିବାରେ ଅସୁବିଧା ହେବନାହିଁ। ମନ ଭିତରେ ଉଙ୍କି ମାରୁଥିବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିପାରନ୍ତି। ଉତ୍ତରାଷାଢ଼ା ନକ୍ଷତ୍ର ସକାଶେ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।
ମକର
ମକର
ପରିବାରର ସହମତିରେ ନୂତନ ଯୋଜନା ସକାଶେ ମନ ବଳାଇ କାର୍ଯ୍ୟାରମ୍ଭ କରିପାରନ୍ତି। କ୍ରୟ ବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିବାର ଆଶଙ୍କା ରହିଛି। ଆଜିର ଅପରାହ୍ନରେ ସତ୍‌ସଙ୍ଗ, ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟ ପ୍ରତି ରୁଚି ବଳିବ। ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କଥା କହି କାମ ହାସଲରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିବେ। ଦୈନନ୍ଦିନ ଜୀବନଯାତ୍ରାରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେବା ଭଲ ହେବନି। ଅତୀତ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ।
ମୀନମୀନ
ଆଜି ଆପଣ ନିଜ କାମ ପଛକୁ ପକାଇ ଅନ୍ୟମାନଙ୍କ ନିର୍ଦ୍ଦେଶରେ କାମ କରିପାରନ୍ତି। ପରିବାର ସକାଶେ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବା କଷ୍ଟକର ହୋଇପଡ଼ିବ। ସହକର୍ମୀ କିମ୍ବା ବନ୍ଧୁମାନଙ୍କ ସହାୟତାରୁ ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ। ଆକସ୍ମିକ ଦୂରଯାତ୍ରାର ସୁଯୋଗ ପାଇବେ, କିନ୍ତୁ ଯାଇପାରିବେ ନାହିଁ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri