Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ
ଆଜି ଧନୁ ରାଶିସ୍ଥ ଚନ୍ଦ୍ର ହେତୁ କର୍ମକ୍ଷେତ୍ର ସମ୍ପର୍କୀୟ କୌଣସି ସମସ୍ୟାକୁ କେନ୍ଦ୍ରକରି କଳହ ହୋଇପାରେ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ସ୍ବାର୍ଥହାନି ଆଶଙ୍କାରେ ନିଜ ଲୋକମାନେ କାନକୁହା କଥା ଶୁଣି ଦୂରେଇ ଯାଇପାରନ୍ତି। ଘରର ଅସଜଡ଼ା କାମକୁ ସଜାଡ଼ି ନେବାର ପ୍ରଚେଷ୍ଟା କରିବେ।
ବୃଷ
ବୃଷ
ମୂଲ୍ୟବାନ୍‌ ଦ୍ରବ୍ୟ ନଷ୍ଟ ହେବା କାରଣରୁ କ୍ରୋଧାନ୍ବିତ ହୋଇପାରନ୍ତି। ଦୂରାଗତ ବନ୍ଧୁଙ୍କ ସହ ଦେଖା ହୋଇ କିଛି ସମୟ ଅଟକି ରହିଯାଇପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା, ସଭାସମିତି ଓ ଆନୁଷ୍ଠାନିକ କାମରୁ ସଫଳତା ହାସଲ କରିବେ। ମାଲିମକଦ୍ଦମା ତ୍ୱରାନ୍ବିତ ହେବା ସକାଶେ ଅନୁକୂଳ ବାତାବରଣ ସୃଷ୍ଟି ହେବ।
ମିଥୁନ
ମିଥୁନ
ଧନହାନି ସାଙ୍ଗକୁ ସାଧାରଣ କଥାରୁ ବିତର୍କ ଲାଗିପାରେ। ଆଜି ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ଅଯଥା ଆଶଙ୍କା କରି ମନ ଅସ୍ଥିର ରହିବ। ଆଲୋଚନା କ୍ଷେତ୍ରରେ କିମ୍ବା ରାଜନୈତିକ କ୍ଷେତ୍ରରେ ଅନ୍ୟର ମନଗଢ଼ା କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରନ୍ତି।
କର୍କଟ
କର୍କଟ
ଜମିଜମା କିମ୍ବା ଯାନ୍ତ୍ରିକ ଉପକରଣ, ମୂଲ୍ୟବାନ୍‌ ଦ୍ରବ୍ୟ କ୍ରୟ ସକାଶେ ମନ ବଳାଇବେ। କରଜ, ଭଡ଼ାସୂତ୍ରରୁ କିମ୍ବା ବକେୟା ପାଇବା ସକାଶେ ଯୁକ୍ତିତର୍କ ଭିତରକୁ ଯିବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ମିଳିବ। ନିର୍ମାଣ, ପ୍ରକାଶନ, ପ୍ରଶାସନ ସ୍ତରରେ ସମସ୍ୟା ସମାଧାନ ହୋଇଯିବ।
ସି˚ହ
ସି˚ହ
ଦ୍ୱାଦଶଯାଧିପ ଚନ୍ଦ୍ର ପ୍ରଭାବରୁ ଆଜି ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡ଼ିପାରେ। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ଆମତ୍ୀୟ ସମାଲୋଚନା କରିପାରନ୍ତି। କୌଣସି କାମ ସ୍ଥିରୀକୃତ ନ ହେବା କାରଣରୁ ମାନସିକ ଅସ୍ଥିରତା ଲାଗି ରହିବ। ଅନୁସନ୍ଧାନ, ଅଧ୍ୟାପନା, ପ୍ରତିଯୋଗିତା କ୍ଷେତ୍ରରେ ଉନ୍ନତି କରିବେ।
କନ୍ୟା
ଆଜିର ଆର୍ଥିକ ସ୍ଥିତି ଏକପ୍ରକାର ଭଲ ରହିବ। ଅନ୍ୟମାନଙ୍କ କଥାକୁ ସହଜ ଓ ସରଳ ଭାବରେ ଗ୍ରହଣ କରିପାରିବେ ନାହିଁ। ପିଲାଙ୍କ ଅସନ୍ତୋଷଜନକ କାର୍ଯ୍ୟକଳାପ ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଉପସ୍ଥିତ ବୁଦ୍ଧି ଖଟାଇ ସମସ୍ୟା ସୁଧାରି ନେବେ। ମହିଳାମାନେ ସମସ୍ୟାରେ ଅତିଷ୍ଠା ହେବେ।
ତୁଳା
ତୁଳା
ପାରିବାରିକ କ୍ଷେତ୍ରରେ ସୃଷ୍ଟି ହୋଇଥିବା ସମସ୍ୟାର ସମାଧାନ ପାଇଁ ବନ୍ଧୁ ସାହାଯ୍ୟ କରିବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଲାଭବାନ୍‌ ହେବେ। କଚେରି ମାମଲା, ଅସମ୍ପୂର୍ଣ୍ଣ କାମ, ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା ଯୋଗୁ ଅଶାନ୍ତ ପରିବେଶ ସକାଶେ ଚିନ୍ତା ବଢ଼ିପାରେ। ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ। ମନ ଅଶାନ୍ତ ରହିବ।
ବିଛା
ବିଛା
ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନଙ୍କ ଦୋଷଦର୍ଶିତା, କଟୂକ୍ତି ହିଁ ମାନସିକ ଅଶାନ୍ତିର କାରଣ ହେବ। ପ୍ରକାଶନ, ପରିବହନ, ବ୍ୟବସାୟ, ବାଣିଜ୍ୟ ଓ ନିର୍ମାଣ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଦୀର୍ଘ ଦିନରୁ ରହି ଆସିଥିବା ଋଣ ପରିଶୋଧ କରିବା ସକାଶେ ଚିନ୍ତିତ ରହିପାରନ୍ତି।
ଧନୁ
ଧନୁ
ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବାକୁ ଥିବା ବିଷୟ ଆପଣଙ୍କ ସକାଶେ ଚିନ୍ତାର କାରଣ ହେବ। ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବା ସାଙ୍ଗକୁ ମନକୁ ସାମୟିକ ହାଲୁକା କରିବାରେ ସହାୟ ହେବ। ଆଜିର ଯାତ୍ରା, ବାଣିଜ୍ୟ, କଚେରି ମାମଲା ବିଷୟରେ ବନ୍ଧୁମାନଙ୍କ ସହ ଆଲୋଚନା କରିପାରନ୍ତି। ସନ୍ତାନହେତୁକ ଚିନ୍ତା ବଢ଼ିପାରେ।
ମକର
ମକର
ବିଭିନ୍ନ କାରଣକୁ ନେଇ ମାନସିକ ଅସୁସ୍ଥତାରୁ ନିରୁତ୍ସାହିତ ହେବେ। ଶିକ୍ଷା, ପରୀକ୍ଷା, ଶିଳ୍ପ, ବ୍ୟବସାୟ ଓ ବାଣିଜ୍ୟ, ଗବେଷଣା, ପ୍ରଶାସନିକ ସ୍ତରରେ ଉନ୍ନତି ଘଟିବ। ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତପତ୍ରତା ବୃଦ୍ଧି ପାଇବ। ନିର୍ମାଣାଧୀନ କାମ, ବନ୍ଧୁଙ୍କ ନିମନ୍ତ୍ରଣ, ଦୂରଯାତ୍ରା, ଜମିଜମା ସମ୍ପର୍କୀୟ ଆଲୋଚନା ଅମୀମାଂସିତ ରହିଯିବ।
କୁମ୍ଭ
କୁମ୍ଭ
ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କଲେ ଉପକାର ମିଳିବ। ଆଜିର ପ୍ରତ୍ୟୁଷ ଯାତ୍ରା, ନିର୍ମାଣ, ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ଅନୁକୂଳ ରହିବ। ଆନୁଷ୍ଠାନିକ କାମ, ସଭାସମିତି, ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଚୁକ୍ତିପତ୍ର, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ଆଜି ଶରୀର ଅସୁସ୍ଥ ଲାଗିପାରେ।
ମୀନମୀନ
ନୂତନ ଯୋଜନା କରିବା ସକାଶେ ମନ ବଳାଇବେ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ପରେ ଅନୁତାପ କରିବାକୁ ପଡ଼ିପାରେ। ଯେତେ ଭଲ କାମ କଲେ ମଧ୍ୟ ପରିବାରରେ ଅନ୍ୟମାନେ ଦୋଷ ଖୋଜି ବୁଲିବେ ଓ ସମସ୍ୟା ସମାଧାନ ବଦଳରେ ସମସ୍ୟାକୁ ବଢ଼ାଇଦେବେ। ପିଲାଙ୍କୁ କେନ୍ଦ୍ରକରି ଘଟଣା ମନକୁ ବିବ୍ରତ କରିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୪ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ପ୍ରଭାବରେ ଯାତ୍ରା, ବିବାଦ ପ୍ରଭୃତିରୁ ଦୂରେଇ ରହିବା ଭଲ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିପାରନ୍ତି। ପରୋକ୍ଷ…

ରାଶିଫଳ: ରବିବାର, ମେ ୩ ତାରିଖ – Daily Horoscope

ମେଷ ଆଜି ସାମାଜିକ ସ୍ତରରେ ବନ୍ଧୁମିଳନ ସହିତ ଖୁସିର ଆସର ଜମିପାରେ। ହାତରେ ଥିବା କାମକୁ ଶୀଘ୍ର ଶେଷ କରିବା ପାଇଁ ବ୍ୟସ୍ତ ହୋଇପାରନ୍ତି। ପ୍ରଶାସନ, ରାଜନୀତି…

ରାଶିଫଳ: ଶନିବାର, ମେ ୨ ତାରିଖ – Daily Horoscope

ମେଷ ନିକଟ ଅତୀତ ଘଟଣା ଗୁଡିକର ସମୀକ୍ଷା କରିପାରନ୍ତି। ମଙ୍ଗଳଙ୍କ କୁପ୍ରଭାବ ସ୍ୱରୂପ ସ୍ୱାସ୍ଥ୍ୟ ସମସ୍ୟା ଓ ଆକସ୍ମିକ କଳହ ପ୍ରତି ସଜାଗ ରହିବା ଭଲ ହେବ।…

ରାଶିଫଳ: ଶୁକ୍ରବାର, ମେ ୧ ତାରିଖ – Daily Horoscope

ମେଷ ଆପଣ ଯେମିତି ଉଚ୍ଚମନା, ଆପଣଙ୍କ କାମଗୁଡିକ ମଧ୍ୟ ସରସ, ସୁନ୍ଦର ରହିବ। ଶୁକ୍ରଙ୍କ ସ୍ଥିତି ଜନିତ ଅଭାବ ରହିବନି ଏବଂ ପାରିବାରିକ ସ୍ଥିତି ମଧ୍ୟ ମନ୍ଦ…

ରାଶିଫଳ: ଗୁରୁବାର, ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। କୌଣସି ଖବର ଶୁଣିବା ପରେ ଏକ ଅଜଣା ଆବେଗରେ ମନ ଉଦ୍‌ବେଳିତ ହେବ।…

ରାଶିଫଳ: ବୁଧବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପାରିବାରିକ ଜୀବନକୁ ଶାନ୍ତିପ୍ରଦ ରଖିବା ସହ ଯାତ୍ରାକୁ ସଫଳ କରିବ। କର୍ମକ୍ଷେତ୍ରରେ ସହକର୍ମୀ ଯଥାସାଧ୍ୟ ସାହାଯ୍ୟ କରି ଶ୍ରମ ଲାଘବ କରିବେ। ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଶନି ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ଅସୁସ୍ଥତା ସୃଷ୍ଟିକଲେ ମଧ୍ୟ ଚନ୍ଦ୍ରଙ୍କ ପ୍ରଭାବରେ ବ୍ୟବହାରିକ କୁଶଳତା ଜାରିରହିବ। ସହକର୍ମୀ, ଅଧସ୍ତନ କର୍ମଚାରୀ ଏବଂ ବନ୍ଧୁବର୍ଗଙ୍କ ସହ…

ରାଶିଫଳ: ସୋମବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ସାମାଜିକ କ୍ଷେତ୍ରରେ କେତେକ ଦିଗରୁ ମାନସିକ ଚାପର ସମ୍ମୁଖୀନ ହେବେ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ସହୃଦୟ ବ୍ୟକ୍ତିଠାରୁ ସହାୟତା ପାଇବେ। ଗତକାଲିର ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri