Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ରଙ୍କ ଶୁଭତ୍ୱ କାରଣରୁ ପ୍ରତ୍ୟେକ କାର୍ଯ୍ୟ ସହଜ ଓ ସୁବିଧାରେ ସମ୍ପନ୍ନ ହେବ। ଅର୍ଥ ଓ ସମ୍ମାନ ପ୍ରାପ୍ତି ସହ ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। ତଥାପି ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିପାରନ୍ତି।
ବୃଷ
ବୃଷ
ସ୍ବରାଶିରେ ଉଚ୍ଚସ୍ଥ ଚନ୍ଦ୍ର ଯୋଗୁ ମନ ପ୍ରଫୁଲ୍ଲ ରହିବ ଏବଂ ସମସ୍ତ ସମସ୍ୟାର ସମାଧାନ ହୋଇପାରିବ। ତଥାପି ସକାଳୁ ସକାଳୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହନ୍ତୁ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ମିଥୁନ
ମିଥୁନ
ମୁଖଭାବରେ ଶୁକ୍ର ପ୍ରଭାବରୁ ସାମାଜିକ ସ୍ତରରେ ପ୍ରଶଂସିତ ହେବେ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି କୃତକାର୍ଯ୍ୟ ହୋଇପାରନ୍ତି। ସ୍ବାର୍ଥସାଧନ ମାନସରେ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ, ଏଣୁ ଏଥିପ୍ରତି ସତର୍କ ରହିବା ଭଲ। କଳା, ସାହିତ୍ୟ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
କର୍କଟ
କର୍କଟ
ଅଷ୍ଟମସ୍ଥ ସ୍ବଗୃହୀ ଶନିଙ୍କ ପ୍ରଭାବରୁ କୌଣସି ଅଭାବ ନ ଥାଇ ଅତୀତ ଘଟଣାର ସମୀକ୍ଷାଜନିତ ମନ ବିଷାଦଗ୍ରସ୍ଥ ହେବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣ ସୂତ୍ରରେ ଅର୍ଥଲାଭ କରିବେ ଓ ଶିଳ୍ପ ବାଣିଜ୍ୟରେ ଉନ୍ନତି ଘଟିବ। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ବୁଧାଦିତ୍ୟ ଯୋଗରୁ ସ୍ବାସ୍ଥ୍ୟ ଭଲ ରହିବ ଏବଂ ବିଶିଷ୍ଟବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରିପାରିବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବାରୁ ମାନସିକ ଭାରସାମ୍ୟ ହରାଇପାରନ୍ତି। ଘର କଥା ମନକୁ ଆନ୍ଦୋଳିତ କରିବା ସଙ୍ଗକୁ ନୂତନ ଦାୟିତ୍ୱ ନେଇ ବିବ୍ରତ ହେବାର ସୂଚନା ରହିଛି। ମିଥ୍ୟାଭାଷଣରୁ ସମାଲୋଚିତ ହୋଇପାରନ୍ତି।
କନ୍ୟା
ତୃତୀୟଅଷ୍ଟମାଧିପ ମଙ୍ଗଳ ରାଶିରେ ରହିବା ଦ୍ୱାରା ବାରମ୍ବାର ଚେଷ୍ଟା କଲେ ମଧ୍ୟ କାର୍ଯ୍ୟହାନିରୁ କ୍ଷୋଭ ପ୍ରକାଶ କରିବେ। ପାରିବାରିକ ସଦ୍ଭାବ ଅକ୍ଷୁଣ୍ଣ ରହିବା ହେତୁ ମାନସିକ ଶାନ୍ତି ଲଭିବେ। ଶିଳ୍ପ, ବ୍ୟବସାୟ ତଥା ଏଜେନ୍ସିପରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। କର୍ମାରମ୍ଭରେ ସଂକଟରେ ସମ୍ମୁଖୀନ ହେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍‌ ହୋଇଯିବ।
ତୁଳା
ତୁଳା
ରାଶିରେ କବନ୍ଧଗ୍ରହ କେତୁ ପ୍ରଭାବରୁ ମାନସିକ ଅସୁସ୍ଥତା ହିଁ ସ୍ବାସ୍ଥ୍ୟ ସମସ୍ୟାକୁ ଆମନ୍ତ୍ରଣ କରିବ। ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ବନ୍ଧୁସମ୍ପର୍କକୁ କେନ୍ଦ୍ରକରି ପରିବାରରେ ଅଶାନ୍ତି ବୃଦ୍ଧି ପାଇପାରେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ।
ବିଛା
ବିଛା
ଚତୁର୍ଥଶନିଙ୍କ କୁପ୍ରଭାବରୁ କାର୍ଯ୍ୟହାନି ଓ ବିଳମ୍ବଜନିତ ମନରେ ସରସତା ରହିବ ନାହିଁ। ଅନ୍ୟମାନଙ୍କ ଦ୍ୱାରା ପ୍ରତାରିତ ହୋଇ ମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି। ଆନୁଷ୍ଠାନିକ ଅଥବା ସାମାଜିକ କାର୍ଯ୍ୟରେ ଯୋଗଦେଇ ପ୍ରଶଂସିତ ହେବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର, ରାଜନୀତି, ପ୍ରଶାସନ ପାଇଁ ଦିନଟି ବହୁତ ଭଲ।
ଧନୁ
ଧନୁ
ପ୍ରତ୍ୟେକ ପରିସ୍ଥିତିରେ ମନୋବଳ ଟାଣ ରହିବ କିନ୍ତୁ ବିଳମ୍ବରେ କାର୍ଯ୍ୟସିଦ୍ଧି ଘଟିବ। ମନରେ ଉଙ୍କି ମାରୁଥିବା ଆଶା ପୂରଣ ହେବାରେ ବନ୍ଧୁ ସାହାଯ୍ୟ କରିପାରନ୍ତି। ପୂର୍ବାଷାଢାନକ୍ଷତ୍ର ସକାଶେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ସାହିତ୍ୟ, ସଂଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନରେ ନିଜକୁ ନିୟୋଜିତ କଲେ ପ୍ରଶଂସିତ ହେବେ।
ମକର
ମକର
କର୍ମଭାବକୁ ଗୁରୁଦୃଷ୍ଟି ଜନିତ ନୂତନ ଯୋଜନା ସକାଶେ ମନ ବଳାଇ ପାରନ୍ତି। କ୍ରୟ ବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିବାର ଆଶଙ୍କା ରହିଛି। ଆଜିର ଅପରାହ୍ନରେ ସତ୍‌ସଙ୍ଗ, ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟ ପ୍ରତି ରୁଚି ବଳିବ। ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କଥା କହି କାମ ହାସଲରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ତୃତୀୟଭାବ ପାପପ୍ରଭାବରୁ ବିରକ୍ତିକର କଥା କିମ୍ବା ବିବାଦୀୟ ମନ୍ତବ୍ୟ ଦେଇ ଶତ୍ରୁତା ଅର୍ଜନ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିବେ। ତଥାପି ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ।
ମୀନମୀନ

ଆଜି ଭାଗ୍ୟସ୍ଥାନକୁ ଚନ୍ଦ୍ରଙ୍କ ଦୃଷ୍ଟିଜନିତ ଆପଣ ନିଜକାମ ପଛକୁ ପକାଇ ଅନ୍ୟମାନଙ୍କ ନିର୍ଦ୍ଦେଶରେ କାମ କରିପାରନ୍ତି। ଫଳତଃ ପରିବାର ସକାଶେ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବା କଷ୍ଟକର ହୋଇପଡ଼ିବ। ତଥାପି ସହକର୍ମୀ କିମ୍ବା ବନ୍ଧୁଙ୍କ ସହାୟତାରୁ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ…

ରାଶିଫଳ: ବୁଧବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍‌ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୭ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କ ବୈଷୟିକ ଅଭିବୃଦ୍ଧି ସହିତ କୈାଣସି ପ୍ରତିରୋଧ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।…

ରାଶିଫଳ: ସୋମବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଦୈହିକ ଓ ମାନସିକ ସୁସ୍ଥତା ରକ୍ଷା କରିବାରେ ଅସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍‍ସନର କାରଣ ହେବ।…

ରାଶିଫଳ: ରବିବାର, ଜାନୁଆରୀ ୨୫ ତାରିଖ – Daily Horoscope

ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର…

ରାଶିଫଳ: ଶନିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ।…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri