Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ରଙ୍କ ଶୁଭତ୍ୱ କାରଣରୁ ପ୍ରତ୍ୟେକ କାର୍ଯ୍ୟ ସହଜ ଓ ସୁବିଧାରେ ସମ୍ପନ୍ନ ହେବ। ଅର୍ଥ ଓ ସମ୍ମାନ ପ୍ରାପ୍ତି ସହ ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। ତଥାପି ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିପାରନ୍ତି।
ବୃଷ
ବୃଷ
ସ୍ବରାଶିରେ ଉଚ୍ଚସ୍ଥ ଚନ୍ଦ୍ର ଯୋଗୁ ମନ ପ୍ରଫୁଲ୍ଲ ରହିବ ଏବଂ ସମସ୍ତ ସମସ୍ୟାର ସମାଧାନ ହୋଇପାରିବ। ତଥାପି ସକାଳୁ ସକାଳୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହନ୍ତୁ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ମିଥୁନ
ମିଥୁନ
ମୁଖଭାବରେ ଶୁକ୍ର ପ୍ରଭାବରୁ ସାମାଜିକ ସ୍ତରରେ ପ୍ରଶଂସିତ ହେବେ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି କୃତକାର୍ଯ୍ୟ ହୋଇପାରନ୍ତି। ସ୍ବାର୍ଥସାଧନ ମାନସରେ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ, ଏଣୁ ଏଥିପ୍ରତି ସତର୍କ ରହିବା ଭଲ। କଳା, ସାହିତ୍ୟ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
କର୍କଟ
କର୍କଟ
ଅଷ୍ଟମସ୍ଥ ସ୍ବଗୃହୀ ଶନିଙ୍କ ପ୍ରଭାବରୁ କୌଣସି ଅଭାବ ନ ଥାଇ ଅତୀତ ଘଟଣାର ସମୀକ୍ଷାଜନିତ ମନ ବିଷାଦଗ୍ରସ୍ଥ ହେବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣ ସୂତ୍ରରେ ଅର୍ଥଲାଭ କରିବେ ଓ ଶିଳ୍ପ ବାଣିଜ୍ୟରେ ଉନ୍ନତି ଘଟିବ। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ବୁଧାଦିତ୍ୟ ଯୋଗରୁ ସ୍ବାସ୍ଥ୍ୟ ଭଲ ରହିବ ଏବଂ ବିଶିଷ୍ଟବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରିପାରିବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବାରୁ ମାନସିକ ଭାରସାମ୍ୟ ହରାଇପାରନ୍ତି। ଘର କଥା ମନକୁ ଆନ୍ଦୋଳିତ କରିବା ସଙ୍ଗକୁ ନୂତନ ଦାୟିତ୍ୱ ନେଇ ବିବ୍ରତ ହେବାର ସୂଚନା ରହିଛି। ମିଥ୍ୟାଭାଷଣରୁ ସମାଲୋଚିତ ହୋଇପାରନ୍ତି।
କନ୍ୟା
ତୃତୀୟଅଷ୍ଟମାଧିପ ମଙ୍ଗଳ ରାଶିରେ ରହିବା ଦ୍ୱାରା ବାରମ୍ବାର ଚେଷ୍ଟା କଲେ ମଧ୍ୟ କାର୍ଯ୍ୟହାନିରୁ କ୍ଷୋଭ ପ୍ରକାଶ କରିବେ। ପାରିବାରିକ ସଦ୍ଭାବ ଅକ୍ଷୁଣ୍ଣ ରହିବା ହେତୁ ମାନସିକ ଶାନ୍ତି ଲଭିବେ। ଶିଳ୍ପ, ବ୍ୟବସାୟ ତଥା ଏଜେନ୍ସିପରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। କର୍ମାରମ୍ଭରେ ସଂକଟରେ ସମ୍ମୁଖୀନ ହେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍‌ ହୋଇଯିବ।
ତୁଳା
ତୁଳା
ରାଶିରେ କବନ୍ଧଗ୍ରହ କେତୁ ପ୍ରଭାବରୁ ମାନସିକ ଅସୁସ୍ଥତା ହିଁ ସ୍ବାସ୍ଥ୍ୟ ସମସ୍ୟାକୁ ଆମନ୍ତ୍ରଣ କରିବ। ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ବନ୍ଧୁସମ୍ପର୍କକୁ କେନ୍ଦ୍ରକରି ପରିବାରରେ ଅଶାନ୍ତି ବୃଦ୍ଧି ପାଇପାରେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ।
ବିଛା
ବିଛା
ଚତୁର୍ଥଶନିଙ୍କ କୁପ୍ରଭାବରୁ କାର୍ଯ୍ୟହାନି ଓ ବିଳମ୍ବଜନିତ ମନରେ ସରସତା ରହିବ ନାହିଁ। ଅନ୍ୟମାନଙ୍କ ଦ୍ୱାରା ପ୍ରତାରିତ ହୋଇ ମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି। ଆନୁଷ୍ଠାନିକ ଅଥବା ସାମାଜିକ କାର୍ଯ୍ୟରେ ଯୋଗଦେଇ ପ୍ରଶଂସିତ ହେବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର, ରାଜନୀତି, ପ୍ରଶାସନ ପାଇଁ ଦିନଟି ବହୁତ ଭଲ।
ଧନୁ
ଧନୁ
ପ୍ରତ୍ୟେକ ପରିସ୍ଥିତିରେ ମନୋବଳ ଟାଣ ରହିବ କିନ୍ତୁ ବିଳମ୍ବରେ କାର୍ଯ୍ୟସିଦ୍ଧି ଘଟିବ। ମନରେ ଉଙ୍କି ମାରୁଥିବା ଆଶା ପୂରଣ ହେବାରେ ବନ୍ଧୁ ସାହାଯ୍ୟ କରିପାରନ୍ତି। ପୂର୍ବାଷାଢାନକ୍ଷତ୍ର ସକାଶେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ସାହିତ୍ୟ, ସଂଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନରେ ନିଜକୁ ନିୟୋଜିତ କଲେ ପ୍ରଶଂସିତ ହେବେ।
ମକର
ମକର
କର୍ମଭାବକୁ ଗୁରୁଦୃଷ୍ଟି ଜନିତ ନୂତନ ଯୋଜନା ସକାଶେ ମନ ବଳାଇ ପାରନ୍ତି। କ୍ରୟ ବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିବାର ଆଶଙ୍କା ରହିଛି। ଆଜିର ଅପରାହ୍ନରେ ସତ୍‌ସଙ୍ଗ, ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟ ପ୍ରତି ରୁଚି ବଳିବ। ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କଥା କହି କାମ ହାସଲରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ତୃତୀୟଭାବ ପାପପ୍ରଭାବରୁ ବିରକ୍ତିକର କଥା କିମ୍ବା ବିବାଦୀୟ ମନ୍ତବ୍ୟ ଦେଇ ଶତ୍ରୁତା ଅର୍ଜନ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିବେ। ତଥାପି ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ।
ମୀନମୀନ

ଆଜି ଭାଗ୍ୟସ୍ଥାନକୁ ଚନ୍ଦ୍ରଙ୍କ ଦୃଷ୍ଟିଜନିତ ଆପଣ ନିଜକାମ ପଛକୁ ପକାଇ ଅନ୍ୟମାନଙ୍କ ନିର୍ଦ୍ଦେଶରେ କାମ କରିପାରନ୍ତି। ଫଳତଃ ପରିବାର ସକାଶେ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବା କଷ୍ଟକର ହୋଇପଡ଼ିବ। ତଥାପି ସହକର୍ମୀ କିମ୍ବା ବନ୍ଧୁଙ୍କ ସହାୟତାରୁ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri