Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ
ଆଜି ଶନିଙ୍କ କ୍ଷେତ୍ରରେ ଚନ୍ଦ୍ର ରହିଥିବାରୁ ମାନସିକ ଉଦାସୀନତା ସୃଷ୍ଟି କରିବ। ଫଳତଃ କୌଣସି କାମ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମ୍ପନ୍ନ କରିପାରିବେ ନାହିଁ। କୌଣସି ପୂର୍ବ ସମସ୍ୟାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ କଳହର ଆଶଙ୍କା ଦେଖାଦେଇପାରେ। ନିଜ ଲୋକମାନେ ଅନ୍ୟମାନଙ୍କ କାନକୁହା କଥା ଶୁଣି ଦୂରେଇ ଯାଇପାରନ୍ତି।
ବୃଷ
ବୃଷ
ସମ୍ପର୍କୀୟଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମ ଗୁଡ଼ିକ ସହଜରେ ସମ୍ପନ୍ନ କରିପାରିବେ। କୌଣସି ଦୂରାଗତ ବନ୍ଧୁଙ୍କ ସହ ଦେଖା ଆପଣଙ୍କ ଯାତ୍ରାକୁ ବିଳମ୍ବିତ କରିଦେବ। ଶୁକ୍ର ପ୍ରଭାବରେ ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା, ସଭାସମିତିରୁ ସଫଳତା ମିଳିବ। ମାଲିମକଦ୍ଦମା ତ୍ୱରାନ୍ବିତ ହେବା ସକାଶେ ଅନୁକୂଳ ବାତାବରଣ ସୃଷ୍ଟି ହେବ।
ମିଥୁନ
ମିଥୁନ
ଅଷ୍ଟମ ଚନ୍ଦ୍ର ପ୍ରଭାବରୁ ମାନସିକ ସ୍ଥିତି ଭଲ ରହିବ। ବକେୟା ଅର୍ଥ ପାଇପାରିବେ। ଆଜି ଫେରନ୍ତା ବାଟରେ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। ଶିଳ୍ପ, ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ଦୂରହେବା ସହ ଆଶା ପୂରଣ ହୋଇଯିବ। ରାଜନୈତିକ କ୍ଷେତ୍ରରେ ଅନ୍ୟର ମନଗଢ଼ା କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରନ୍ତି।
କର୍କଟ
କର୍କଟ
ଧନାଧିପ ଧନଭାବସ୍ଥ ଯୋଗୁ ବନ୍ଧୁଙ୍କ ପ୍ରେରଣାରେ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି। କରଜ ଦେଇଥିବା ଟଙ୍କା ପାଇବା ସକାଶେ ଯୁକ୍ତିତର୍କ କରିବାକୁ ପଡ଼ିପାରେ। ଶିଳ୍ପ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ମିଳିବ। ନିର୍ମାଣ, ପ୍ରକାଶନ, ସଙ୍ଗଠନରେ ଉପୁଜିଥିବା ସମସ୍ୟା ସମାଧାନ ହୋଇଯିବ।
ସି˚ହ
ସି˚ହ
ବୁଧାଦିତ୍ୟ ଯୋଗ ପ୍ରଭାବରୁ କାର୍ଯ୍ୟଦକ୍ଷତା ଓ ଦୃଢ଼ ମନୋବଳ ପ୍ରତ୍ୟେକ କାମକୁ ସାକାର କରିପାରିବ। ଆଜିର ଯାତ୍ରାରେ ସହଜରେ ଅଭିଳଷିତ ଫଳ ପାଇବେ। ଈର୍ଷା ଓ ଅସୂୟାଭାବ ପୋଷଣ କରି ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ପରିବହନ, ନିର୍ମାଣ ,ବାଣିଜ୍ୟ, ବ୍ୟବସାୟ ସକାଶେ କୌଣସି ପ୍ରତିବନ୍ଧକ ରହିବ ନାହିଁ।
କନ୍ୟା
ତୃତୀୟ ଅଷ୍ଟମାଧିପ ରାଶିରେ ଥିବାରୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ବନ୍ଧୁ ଅନୁପସ୍ଥିତ ରହିପାରନ୍ତି। ପିଲାଙ୍କ ଅସନ୍ତୋଷଜନକ କାର୍ଯ୍ୟକଳାପ ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିପାରେ। ରୋଗର ପୀଡ଼ାରୁ ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାର୍ଯ୍ୟକଳାପରେ ଅତିଷ୍ଠ ହେବାର ସୂଚନା ରହିଛି।
ତୁଳା
ତୁଳା
ବୃହସ୍ପତିଙ୍କ ଦୃଷ୍ଟି ପ୍ରଭାବରେ ନିଜ ଲୋକମାନେ ଶତ୍ରୁତା କଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ସାଧାରଣ କଥାକୁ କେନ୍ଦ୍ରକରି ପାରିବାରିକ ଝଗଡ଼ାର ଆଶଙ୍କାକୁ ଏଡାଇ ହେବ ନାହିଁ। କର୍ମକ୍ଷେତ୍ରର ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। କଚେରି ମାମଲା, ଅସମ୍ପୂର୍ଣ୍ଣ କାମ ଯୋଗୁ କିମ୍ବା ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣାରୁ ଚିନ୍ତା ବଢ଼ିପାରେ।
ବିଛା
ବିଛା
ଶନିଦୃଷ୍ଟ ମଙ୍ଗଳ ହେତୁ ବାରମ୍ବାର ସ୍ବାସ୍ଥ୍ୟ ସମସ୍ୟା ମନରେ ଉଦ୍‌ବେଗ ସୃଷ୍ଟି କରିବ। ବ୍ୟବସାୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁଲ୍ଲଭ ହୋଇପାରେ। ଦୀର୍ଘଦିନରୁ ରହିଆସିଥିବା ଋଣ ପରିଶୋଧ କରିବା ସକାଶେ ଚିନ୍ତିତ ରହିପାରନ୍ତି।
ଧନୁ
ଧନୁ
ଶନିଙ୍କ ପ୍ରଭାବରେ ପାରିବାରିକ କ୍ଷେତ୍ରରେ ମନମୁଖି ଶାସନଜନିତ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀଙ୍କ ସହଯୋଗ ମନକୁ ହାଲୁକା କରିବାରେ ସହାୟକ ହେବ। ଆଜିର ଯାତ୍ରା, ବାଣିଜ୍ୟ, କଚେରି ମାମଲା ବିଷୟରେ ବନ୍ଧୁଙ୍କ ପରାମର୍ଶ ନେବାର ସୁଯୋଗ ମିଳିବ। ଭାବପ୍ରବଣତାରେ କୌଣସି ଭୁଲ୍‌ କାମ କରିପାରନ୍ତି।
ମକର
ମକର
ବଳବାନ୍‌ ମଙ୍ଗଳଙ୍କ ପ୍ରଭାବରେ ପ୍ରତିକୂଳ ପରିସ୍ଥିତିକୁ ଦୂରେଇବାରେ ସମର୍ଥ ହେବେ। ଅର୍ଥ, ଜମିଜମା, ବିବାଦୀୟ ବିଷୟ ପ୍ରଭୃତିରେ ବନ୍ଧୁଙ୍କ ପରାମର୍ଶ ଗ୍ରହଣ କରିବା ଠିକ୍‌ ହେବ। ଶିକ୍ଷା, ଶିଳ୍ପ, ବ୍ୟବସାୟ, ଗବେଷଣାରେ ଉନ୍ନତି ଘଟିବ। ନିର୍ମାଣାଧୀନ କାମ, ବନ୍ଧୁଙ୍କ ନିମନ୍ତ୍ରଣ, ଜମିଜମା ସମ୍ପର୍କୀୟ ଆଲୋଚନା ଅମୀଂମାସିତ ରହିଯିବ।
କୁମ୍ଭ
କୁମ୍ଭ
ଚନ୍ଦ୍ରଙ୍କ ଶୁଭ ସଂସ୍ଥାନରୁ ଆଜିର ପ୍ରତ୍ୟୁଷ ଯାତ୍ରା , ନିର୍ମାଣ, ବ୍ୟବସାୟ ଅନୁକୂଳ ରହିବ। ଆନୁଷ୍ଠାନିକ କାମ, ସଭାସମିତି, ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଚୁକ୍ତିପତ୍ର, କ୍ଷେତ୍ରରେ ଅଶାନୁରୂପ ଫଳ ପାଇବେ। ଋଣଭାର ଚିନ୍ତାରେ ମନ ଭାରାକ୍ରାନ୍ତ ରହିପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା କାରଣରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।
ମୀନମୀନ

କେନ୍ଦ୍ରସ୍ଥ ବୃହସ୍ପତି ଯୋଗୁ ଦୀର୍ଘ ଦିନରୁ ଚିନ୍ତା କରିଥିବା ଯୋଜନା ସକାଶେ ମନ ବଳାଇପାରନ୍ତି। ଯାତ୍ରା ସମୟରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ। ଯେତେ ଭଲ କାମ କଲେ ମଧ୍ୟ ପରିବାରରେ ଅନ୍ୟମାନେ ଦୋଷ ଖୋଜିବୁଲିବେ। ପିଲାମାନଙ୍କୁ କେନ୍ଦ୍ରକରି ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିବାର ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୦ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହ ପ୍ରଭାବରୁ ସ୍ଥଗିତ କାର୍ଯ୍ୟାରମ୍ଭ, ଆର୍ଥିକ ଉନ୍ନତି, ସାମାଜିକ ସ୍ତରରେ ସମ୍ମାନିତ ହେବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ ଏବଂ...

ରାଶିଫଳ: ସୋମବାର, ଜାନୁଆରୀ ୧୯ ତାରିଖ – Daily Horoscope

ମେଷ ଆଜି କର୍ମସ୍ଥାନରେ ପଞ୍ଚଗ୍ରହକୂଟ ସଂଘଟିତ ହେଉଥିବାରୁ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଭୁଲ୍‌ ବୁଝାମଣାରୁ ଲୋକସମ୍ପର୍କ କ୍ଷୁଣ୍ଣ ହେବ। ଦ୍ୱିଜା ନକ୍ଷତ୍ର...

ରାଶିଫଳ: ରବିବାର, ଜାନୁଆରୀ ୧୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଚତୁଃଗ୍ରହ ଯୋଗଜନିତ ଉଚ୍ଚ ସମ୍ମାନ ସହ ପାରିବାରିକ ସୁଖସ୍ବାଚ୍ଛନ୍ଦ୍ୟ ପ୍ରାପ୍ତ ହେବ। ମୁଣ୍ଡ ଉପରେ ବୋଝ ଭଳି ରହିଥିବା ସମସ୍ୟା ସମାଧାନ...

ରାଶିଫଳ: ଶନିବାର, ଜାନୁଆରୀ ୧୭ ତାରିଖ – Daily Horoscope

ମେଷ ଗଜକେଶରୀ ଯୋଗ ପ୍ରଭାବରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ଲାଗିରହିଥିବାରୁ ନୂତନ ଯୋଜନା ସ୍ଥଗିତ ରହିଯାଇପାରେ। ବନ୍ଧୁଙ୍କ...

ରାଶିଫଳ: ଶୁକ୍ରବାର, ଜାନୁଆରୀ ୧୬ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସାହାଯ୍ୟ, ସହଯୋଗ ପାଇ ଅଟକିଥିବା କାମକୁ ସମ୍ପୂର୍ଣ୍ଣ କରିବା ନିଷ୍ପତ୍ତି ନେବେ। ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯାଇଥିଲେ ମଧ୍ୟ ମାନସିକ ଅସ୍ଥିରତା...

ରାଶିଫଳ: ଗୁରୁବାର, ଜାନୁଆରୀ ୧୫ ତାରିଖ – Daily Horoscope

ମେଷ ଆଜି ଦୂରଯାତ୍ରା, ବିବାଦୀୟ କ୍ଷେତ୍ର, ପ୍ରତିଦ୍ୱନ୍ଦ୍ୱିତା ନିକଟରୁ ଦୂରେଇ ରହିବା ଭଲ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କରି ଅନୁତପ୍ତ ହୋଇପାରନ୍ତି। କର୍ମକ୍ଷେତ୍ର ଗତାନୁଗତି...

ରାଶିଫଳ: ବୁଧବାର, ଜାନୁଆରୀ ୧୪ ତାରିଖ – Daily Horoscope

ମେଷ ଅଷ୍ଟମସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ଆପଣଙ୍କ ମାନସିକ ସ୍ଥିତି ଭଲ ନ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରାଧାନ୍ୟତା ଊଣା ହେବନାହିଁ। ଦୀର୍ଘଦିନରୁ ଭଲ ସମ୍ପର୍କ ଥାଇ...

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବୃଥା ବିବାଦ, କଥା କଟାକଟି, ଟଣାଓଟରା ମଧ୍ୟରେ ଠିକ୍‍ ନିଷ୍ପତ୍ତିରେ ଉପନୀତ ହୋଇପାରିବେ ନାହିଁ। କିନ୍ତୁ ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri