Posted inRasifala

ରାଶିଫଳ: ବୁଧବାର, ଏପ୍ରିଲ୍‌ ୭ ତାରିଖ – Daily Horoscope

ମେଷ
ଆଜି ଦ୍ୱିଜା ନକ୍ଷତ୍ରର ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ମନ୍ତବ୍ୟ ଦେବେ ସତ, କିନ୍ତୁ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।
ବୃଷ
ବୃଷ
ଆଜି ଘରର କେତେକ ଅକୁହା କଥା ବିଷୟରେ ଚିନ୍ତା କରି ମାନସିକ ସ୍ଥିତି ଭଲ ରହି ନ ପାରେ। କୃତ୍ତିକା ନକ୍ଷତ୍ରର ବହୁ ବିଳମ୍ବରେ ହେଲେ ମଧ୍ୟ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବ। ଶିଳ୍ପ, ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସଭାସମିତି, ସାହିତ୍ୟ, ସାମ୍ବାଦିକତା, ଏଜେନ୍ସିପ୍‌ରୁ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ଆର୍ଥିକ ଅନଟନ ଆଜିର ମୁଖ୍ୟ ସମସ୍ୟା ହେବା କାରଣରୁ ବିଶେଷ ଚିନ୍ତିତ ହୋଇପାରନ୍ତି। କିନ୍ତୁ ପୁନର୍ବସୁ ନକ୍ଷତ୍ର କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ଥ ହେବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଏକପ୍ରକା ଭଲ ରହିବ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ।
କର୍କଟ
କର୍କଟ
କାର୍ଯ୍ୟବ୍ୟସ୍ତତାରେ ରହି ଖାଇବା ପିଇବାରେ ଅବହେଳା କରି ସ୍ବାସ୍ଥ୍ୟ ପାଇଁ ନିଜେ ହିଁ ବାଧକ ସାଜିବେ। ପୁଷ୍ୟା ନକ୍ଷତ୍ର ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। କଚେରି ମାମଲା, ଘରୋଇ କଳହ କ୍ଷେତ୍ରରେ ଟେନସନ୍‌ ଦୂର ହେବ। ଆଜିର ଯାତ୍ରା, ଆଲୋଚନା କ୍ଷେତ୍ରରେ ମହିଳାମାନେ ସୁଫଳ ପାଇବେ।
ସି˚ହ
ସି˚ହ
ଆଜି ଆକସ୍ମିକ ଭାବରେ କୌଣସି ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡିପାରେ। ପୂର୍ବାଫାଲଗୁନୀ ନକ୍ଷତ୍ର ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ସମସ୍ୟା ଭିତରେ ଚଳିଲେ ମଧ୍ୟ ନିଜକୁ ନିୟନ୍ତ୍ରଣରେ ରଖିବାରେ ସମର୍ଥ ହେବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁଁ ମାନସିକ ସୁସ୍ଥତା ବ୍ୟାହତ ହେବ।
କନ୍ୟା
ବିଶେଷ ସୂତ୍ରରୁ ଅର୍ଥଲାଭ କାରଣରୁ ଅଟକି ରହିଥିବା ଆପଣଙ୍କ କାମ ସୁବିଧାରେ ହୋଇଯିବ। ଚିତ୍ରା ନକ୍ଷତ୍ର ସକାଶେ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ମନରେ ବିରକ୍ତିଭାବ ସୃଷ୍ଟି ହେବ।
ତୁଳା
ତୁଳା
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ଟେନ୍ସନ ଲାଗିରହିବ। ସ୍ବାତୀ ନକ୍ଷତ୍ର ପାଇଁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡିବେ। ଜଣେ ବନ୍ଧୁଙ୍କ ପାଇଁ ମନ ଛଟପଟ ହୋଇପାରେ। କଳା, ସାହିତ୍ୟ, ରାଜନୀତି, ସାମ୍ବାଦିକତା ଆଇନ ଓ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ପାଇବେ।
ବିଛା
ବିଛା
ଅନୁରାଧା ନକ୍ଷତ୍ର ସାଧାରଣ କଥାରେ ବିରକ୍ତ ହୋଇ ନିଜ ପାଇଁ ଅନିଷ୍ଟକୁ ବରଣ କରିବେ। କୌଣସି ଆନୁଷ୍ଠାନିକ କାମରେ ବନ୍ଧୁଙ୍କୁ ସାହାଯ୍ୟ କରି ପରକ୍ଷଣରେ ନିନ୍ଦିତ ହୋଇପାରନ୍ତି। ସଂଗଠନ, ରାଜନୀତି, ଅଧ୍ୟୟନ ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।
ଧନୁ
ଧନୁ
ପାରିବାରିକ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମକୁ ଅବହେଳା କରି ପାରିବେ ନାହିଁ। ଉତ୍ତରାଷାଢା ନକ୍ଷତ୍ରର ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ତାହାଙ୍କ ସଙ୍ଗରେ ଯିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ।
ମକର
ମକର
ଶ୍ରବଣା ନକ୍ଷତ୍ରର ମାନସିକ ସ୍ଥିରତା କେତେକାଂଶରେ ଅକ୍ଷୁଣ୍ଣ ରହିବ। କୌଣସି ବ୍ୟକ୍ତି ନିକଟରେ ବହୁତ ଦିନରୁ ରହିଯାଇଥିବା ବାକି ଟଙ୍କା ଆଜି ଅପରାହ୍ନରେ ପାଇବେ। ସ୍ବାର୍ଥହାନି ଆଶଙ୍କାରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ।
କୁମ୍ଭ
କୁମ୍ଭ
ପାରସ୍ପରିକ ସହମତି ମଧ୍ୟରେ ପରିବାରରେ ସୁଖ ଶାନ୍ତି ଫେରି ଆସିବ। ଭଲ ସମ୍ପର୍କ ରଖୁ ନ ଥିବା ବ୍ୟକ୍ତିଙ୍କ ନିକଟରୁ ଦୂରେଇ ରହିବା ଭଲ । ଅଯଥା ବିରକ୍ତି ପ୍ରକାଶ ନ କରି ପିଲାଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ; ଯାହା କି ମୁଣ୍ଡବ୍ୟଥାର କାରଣ ହୋଇପାରେ।
ମୀନମୀନ
ଈର୍ଷାପରାୟଣ ପୂର୍ବକ ପଡୋଶୀଙ୍କ କଟୁକ୍ତି ମନରେ ଗଭୀର ରେଖାପାତ କରିପାରେ। ନିକଟ ଅତୀତରେ ବହୁତ ଟଙ୍କା ଖର୍ଚ୍ଚ କରିଥିବା କାରଣରୁ ଆଜି ହଠାତ୍‌ ଆବଶ୍ୟକତା ପୂରଣ କରିବାକୁ ଧାର କରିବାକୁ ପଡିବ। କର୍ମକ୍ଷେତ୍ରର କୌଣସି ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତ ହେବେ। ଜମିଜମା ବିବାଦ ଜଟିଳ ହେବ ଓ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri