Posted inRasifala

ରାଶିଫଳ: ଗୁରୁବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ
ବିଭିନ୍ନ ବିବାଦୀୟ କଥାକୁ କେନ୍ଦ୍ରକରି ମନଟା ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଦ୍ୱିଜା ନକ୍ଷତ୍ର ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ । କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ଈର୍ଷାପରାୟଣ ବ୍ୟକ୍ତିମାନେ ପରୋକ୍ଷରେ ଆକ୍ଷେପୋକ୍ତି କରିପାରନ୍ତି।
ବୃଷ
ବୃଷ
ଆଜି ଘରର କେତେକ ଅକୁହାକଥା ବିଷୟରେ ଚିନ୍ତାକରି ମାନସିକ ସ୍ଥିତି ଭଲ ରହିବ ନାହିଁ । ଆର୍ଥିକ ସ୍ଥିତି କେତେକାଂଶରେ ବଦଳିବା କାରଣରୁ ଅସ୍ବସ୍ତି ଲାଭ କରିବେ। ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସଭାସମିତି ଓ ସାହିତ୍ୟ, ସାମ୍ବାଦିକତା, ଏଜେନ୍‌ଶିପରୁ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ଆର୍ଥିକ ଅନଟନ ଆଜିର ମୁଖ୍ୟ ସମସ୍ୟା ହେବା କାରଣରୁ ଚିନ୍ତିତ ହୋଇପାରନ୍ତି । କିନ୍ତୁ ପୁନର୍ବସୁ ନକ୍ଷତ୍ର କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ଥ ହେବେ । ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଏକପ୍ରକାର ଭଲ ରହିବ । ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହୋଇପାରେ।
କର୍କଟ
କର୍କଟ
କାର୍ଯ୍ୟବ୍ୟସ୍ତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ବ୍ୟବସାୟ,ପରିବହନ ଭଲରେ ଚାଲିବ କିନ୍ତୁ ଜମା ଫୁର୍‌ସତ୍‌ ପାଇବେ ନାହିଁ । ଘରଲୋକଙ୍କୁ ଅବିଶ୍ୱାସ କରିବା ସାଙ୍ଗକୁ ପରକଥାକୁ ବିଶ୍ୱାସ କଲେ ହଇରାଣରେ ପଡ଼ିବେ। ଅବଶ୍ୟ ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ଆଜି ଆକସ୍ମିକ ଭାବରେ କୌଣସି ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡ଼ିପାରେ। ମାନସିକ ଅସ୍ଥିରତା ରହିଥିଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ଅଫିସ କାମରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।
କନ୍ୟା
ଅର୍ଥାଭାବ କାରଣରୁ ଅଟକି ରହିଥିବା କାମ ଆଜି ସୁବିଧାରେ ହୋଇଯିବ। ସୁଯୋଗର ସଦ୍‌ବ୍ୟବହାର କରିବା କାଠିକରପାଠ ହେବ। ପରିବାର ସମସ୍ୟା ସମାଧାନ କ୍ଷେତ୍ରରେ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ। ବାଣିଜ୍ୟ, ବ୍ୟବସାୟ, ସାହିତ୍ୟ, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ।
ତୁଳା
ତୁଳା
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ଟେନ୍‌ସନ ଲାଗିରହିବ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ। ଦୀର୍ଘଦିନରୁ ସମ୍ପର୍କରେ ଭଟ୍ଟା ପଡିଥିବା ଜଣେ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବ। କଳା,ସାହିତ୍ୟ, ରାଜନୀତି, ସାମ୍ବାଦିକତା, ଆଇନ ଓ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇବେ।
ବିଛା
ବିଛା
ସାଧାରଣ କଥାରେ ରାଗିବା ନିଜ ପାଇଁ ଅନିଷ୍ଟକର ହେବ। ମାଙ୍ଗଳିକ କାମରେ ବନ୍ଧୁ ସାହାଯ୍ୟ କଲେ ମଧ୍ୟ ପରକ୍ଷଣରେ ନିନ୍ଦିତ ହୋଇପାରନ୍ତି। ସଂଗଠନ, ରାଜନୀତି, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ। ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ କିନ୍ତୁ ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ।
ଧନୁ
ଧନୁ
ପାରିବାରିକ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମକୁ ଅଣହେଳା କରିପାରିବେ ନାହିଁ। ଇଚ୍ଛା ନ ଥିଲେ ସୁଦ୍ଧା ବନ୍ଧୁଙ୍କ ଅନୁରୋଧ ରକ୍ଷାକରି ତାଙ୍କ ସାଙ୍ଗରେ ଯିବାକୁ ବାଧ୍ୟ ହେବେ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାର ଆଶା ରହିଛି। ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ମକର
ମକର
ଧୀରେ ଧୀରେ ଅବସ୍ଥା ବଦଳୁଥିବାରୁ ମାନସିକ ସ୍ଥିରତା କେତେକାଂଶରେ ଅକ୍ଷୁଣ୍ଣ ରହିବ। କୌଣସି ବ୍ୟକ୍ତି ନିକଟରେ ବହୁତ ଦିନରୁ ରହିଯାଇଥିବା ବାକି ଟଙ୍କା ଆଜି ପାଇବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍‌ ରୋଗରେ କଷ୍ଟ ପାଇବେ । ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି।
କୁମ୍ଭ
କୁମ୍ଭ
ପାରସ୍ପରିକ ସହମତି ମଧ୍ୟରେ ପରିବାରରେ ସୁଖ ଶାନ୍ତି ଫେରି ଆସିବ। ଭଲ ସମ୍ପର୍କ ରଖୁ ନ ଥିବା ବ୍ୟକ୍ତିମାନଙ୍କ ନିକଟରୁ ଆଜି ଯଥା ସମ୍ଭବ ଦୂରେଇ ରହିବା ଭଲ । ଅଯଥା ବିରକ୍ତି ପ୍ରକାଶ ନ କରି ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରନ୍ତୁ। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ, ଯାହାକି ମୁଣ୍ଡବ୍ୟଥାର କାରଣ ହୋଇପାରେ ।
ମୀନମୀନ
ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ବାଧ୍ୟ ହୋଇପାରନ୍ତି । କର୍ମକ୍ଷେତ୍ରର କୌଣସି ନିକଟତମ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିବେ। ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନୀଚାରୋହୀ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅସ୍ବାସ୍ଥ୍ୟକର ରହିପାରେ। ବିବାଦୀୟ କ୍ଷେତ୍ରରେ…

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?