Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୭ ତାରିଖ – Daily Horoscope

ମେଷ
ଆପଣ ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଲ-ନାମାକ୍ଷର ବ୍ୟକ୍ତିଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ। ସତର୍କତା ଅବଲମ୍ବନ ନ କଲେ କେତେକ କ୍ଷେତ୍ରରେ ଅନୁତାପ କରିବାକୁ ପଡ଼ିବ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ପରିବାରରେ ବ-ନାମାକ୍ଷର ବ୍ୟକ୍ତିମାନେ ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃ ବିବାଦର ସମ୍ମୁଖୀନ ହୋଇପାରନ୍ତି। କର୍ମକ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
ମିଥୁନ
ମିଥୁନ
କର୍ମାରମ୍ଭରେ ପ୍ରଥମେ କୌଣସି ପ୍ରତିବନ୍ଧକର ସମ୍ମୁଖୀନ ହେବେ। ପରୋକ୍ଷ ଭାବରେ ଖଳ ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି। ପାରିବାରିକ ସ୍ଥିତି କେତେକାଂଶରେ ଭଲ ଥିଲେ ମଧ୍ୟ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଟି ଅଟକି ରହିଥିବାରୁ ଟେନ୍ସନ ଲାଗିରହିବ। ଶନିଙ୍କ ପ୍ରଭାବରୁ ଯେତେ ପାଇଲେ ମଧ୍ୟ ଅଭାବ ଲାଗିରହିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। କେତୁଙ୍କ ସ୍ଥିତି କାରଣରୁ ସନ୍ତାନ ହେତୁକ ପୀଡ଼ା ଅନୁଭବ କରିପାରନ୍ତି। ଶିକ୍ଷା, ପରୀକ୍ଷା, ବନ୍ଧୁଙ୍କ ସହ ଆଲୋଚନା ବିଶେଷ ସନ୍ତୋଷଜନକ ନ ହୋଇପାରେ। ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ସି˚ହ
ସି˚ହ
ସନ୍ତାନଙ୍କ ବୈବାହିକ ସମସ୍ୟାକୁ କେନ୍ଦ୍ରକରି ମନ ଭଲ ରହିବନାହିଁ। କେତେକ ସାମାନ୍ୟ ଭୁଲ୍‌ରୁ ମଧ୍ୟ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ ଏବଂ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିବେ। ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ।
କନ୍ୟା
ବାରମ୍ବାର ବିଫଳତା କାରଣରୁ ଦୁର୍ଭାବନା ବଢ଼ିଚାଲିବ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେନାହିଁ। ଆକସ୍ମିକଭାବରେ ଘରେ ବନ୍ଧୁ ମିଳନ ଜନିତ ଆମୋଦ ପ୍ରମୋଦର ସୁଅ ଛୁଟିପାରେ। ପ୍ରିୟବନ୍ଧୁଙ୍କ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ। ପଡ଼ୋଶୀଙ୍କ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରିବେ।
ତୁଳା
ତୁଳା
ପାରସ୍ପରିକ ଆଲୋଚନାକ୍ରମେ ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ । କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତିି। ବନ୍ଧୁଙ୍କ ପରାମର୍ଶକ୍ରମେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିବା ଯୋଗୁ ମନ ଉତ୍‌ଫୁଲ୍ଲିତ ରହିବ।
ବିଛା
ବିଛା
ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ କିମ୍ବା ଚକ୍ଷୁକର୍ଣ୍ଣ ପୀଡ଼ାରୁ କଷ୍ଟ ପାଇବେ। ବନ୍ଧୁଙ୍କ ସହ ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମ ଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ସତ୍‌ସଙ୍ଗ ଓ ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ନୂତନ ଯୋଜନା ପାଇଁ କର୍ମତପତ୍ର ହୋଇ ଉଠିବେ।
ଧନୁ
ଧନୁ
ଆଜି ଆକସ୍ମିକ ଭାବରେ ସ୍ଥଗିତ କାମଟି ପୁନଃ ଆରମ୍ଭ ସକାଶେ ମାର୍ଗ ଉନ୍ମୁକ୍ତ ହେବ। କିନ୍ତୁ ପୂର୍ବସ୍ଥିରୀକୃତ କେତେକ ଯୋଜନା ବଦଳାଇବା କଷ୍ଟକର ହୋଇପାରେ। ସୀମାବିବାଦ କ୍ରମେ ଜଟିଳ ହେଲେ ହେଁ ସଫଳତା ହାସଲ କରିବେ। ଗୁରୁପାକ ଦ୍ରବ୍ୟ ଭୋଜନରୁ ଅଜୀର୍ଣ୍ଣ ଓ ଆମାଶୟ ଦେଖା ଦେଇପାରେ।
ମକର
ମକର
କୌଣସି କାର୍ଯ୍ୟ ସ୍ଥିରୀକୃତ ନ ହେବା କାରଣରୁ ମାନସିକ ସ୍ଥିତି ଜମା ଭଲ ରହିବ ନାହିଁ। ଦିନକୁ ଦିନ ଦୈହିକ ଦୁର୍ବଳତା ଯୋଗୁ ମଧ୍ୟ ମନୋବଳ କମି ଯାଇପାରେ। ପରିବାରରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ଆକସ୍ମିକଭାବରେ କୌଣସି ଗୁରୁଜନଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି।
କୁମ୍ଭ
କୁମ୍ଭ
ଆନୁଷ୍ଠାନିକ କାର୍ଯ୍ୟରେ ନିଜକୁ ନିୟୋଜିତ କରି ଖୁସି ହେବେ। ପାରିବାରିକ ସ୍ତରରେ ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ। ଆଗାମୀ ବିବାହାଦି ମାଙ୍ଗଳିକ କାମର ପ୍ରସ୍ତୁତି ପରିପ୍ରେକ୍ଷୀରେ ବ୍ୟସ୍ତ ରହିପାରନ୍ତି। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
ମୀନମୀନ
ରାହୁଙ୍କ ତୃତୀୟସ୍ଥିତି ହେତୁ ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିବେ। ଆଜି ଆପଣ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ସାମାଜିକ ସ୍ତରରେ ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

ରାଶିଫଳ:ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ସନ୍ତାନ ହେତୁକ ଦୁଃଶ୍ଚିନ୍ତା ଲାଗିରହିବ।ରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିନପାରେ। ସ୍ବଗୃହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?