Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୭ ତାରିଖ – Daily Horoscope

ମେଷ
ଆପଣ ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି, ସେଥିରେ ବିଳମ୍ବରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପଛକଥା ନ ଭାବି ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ । ଯାତ୍ରା ସମୟରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି ।
ବୃଷ
ବୃଷ
ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇପାରେ । ବନ୍ଧୁଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
ମିଥୁନ
ମିଥୁନ
କର୍ମ କ୍ଷେତ୍ରରେ, ପରିବାରରେ, ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ଅର୍ଥ ସମ୍ପର୍କୀୟ ବିବାଦର ସମ୍ମୁଖୀନ ହୋଇପାରନ୍ତି। ଯାତ୍ରାରେ ଯାନ୍ତ୍ରିକ ତ୍ରୁଟି ସାମୟିକ ଅସୁବିଧାରେ ପକାଇପାରେ। ପ୍ରଶାସନିକ ସ୍ତରରେ ତପତ୍ରତା ବୃଦ୍ଧି ପାଇବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ପରିବାରରେ ସନ୍ତାନ ହେତୁକ ପୀଡ଼ା ଅନୁଭବ କରିବେ। ବ୍ୟବସାୟୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ଆଜି ଦିନଟିରେ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ସି˚ହ
ସି˚ହ
ବିଭିନ୍ନ କର୍ମବ୍ୟସ୍ତତା କାରଣରୁ ଦୁଶ୍ଚିନ୍ତା ବଢ଼ିବ। ରକ୍ତଚାପ ମଧ୍ୟ ବଢ଼ିପାରେ। କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହେବାର ସୂଚନା ରହିଛି। ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ। କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ।
କନ୍ୟା
ଦୁର୍ଭାବନା ବ଼ଢିଚାଲିବ। ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। ଘରେ ବନ୍ଧୁ ମିଳନ ସାଙ୍ଗକୁ ଆମୋଦ ପ୍ରମୋଦର ସୁଅ ଛୁଟିପାରେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁଁ ମାନସିକ ସୁସ୍ଥତା ବ୍ୟାହତ ହେବ। ଅବଶ୍ୟ ଜଣେ ବନ୍ଧୁଙ୍କ ସହଯୋଗରୁ କାମ ହାସଲ କରିବେ।
ତୁଳା
ତୁଳା
ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ଅବଶ୍ୟ ଅନୁରାଧା ନକ୍ଷତ୍ର ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ସଭାସମିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତିି । ସହକର୍ମୀଙ୍କ ସହାୟତାରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ।
ବିଛା
ବିଛା
ଜ୍ୟେଷ୍ଠା ନକ୍ଷତ୍ର ଜାତ ବ୍ୟକ୍ତିଙ୍କ ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ। ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ଠିକ୍‌ ହୋଇଯିବ। ନୂତନ ଯୋଜନା ପାଇଁ କର୍ମତପତ୍ର ହୋଇ ଉଠିବେ। ପିଲାମାନଙ୍କ କୃତି ଓ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ।
ଧନୁ
ଧନୁ
ବନ୍ଧୁଙ୍କ ସହାୟତାରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଯୋଜନାଗୁଡିକୁ ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହୋଇପାରେ। ଶତ୍ରୁତା କାରଣରୁ ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ। ମୂଳା ନକ୍ଷତ୍ରର କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ ।
ମକର
ମକର
ଶ୍ରବଣା ନକ୍ଷତ୍ରର ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଆଲୋଚନା କାଳରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତିି। ବିବାଦୀୟ ସ୍ଥିତି ହେତୁ କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି ।
କୁମ୍ଭ
କୁମ୍ଭ
ଆଜି ବିବାହାଦି ମାଙ୍ଗଳିକ କାମରେ ବ୍ୟସ୍ତ ରହିପାରନ୍ତି। କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। କର୍ମକ୍ଷେତ୍ରର ଘଟଣାଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ଧାତୁ ଅଳଙ୍କାର ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ସନ୍ତାନହେତୁକ ଚିନ୍ତା ଦୂର ହେବ।
ମୀନମୀନ
ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିପାରେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତ ପରିବେଶ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ । ନିଜ ଉପରେ ନ୍ୟସ୍ତ ଥିବା କାର୍ଯ୍ୟକୁ ଏକାଗ୍ରତା ସହ ତୁଲାଇଲେ ସଫଳତା ମିଳିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହେବା ଦୁରୂହ ହୋଇପଡିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା…

ରାଶିଫଳ: ରବିବାର, ସେପ୍ଟେମ୍ବର 2୭ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ…

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଅଭାବ ଦୂରୀକରଣ ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ରାହୁଙ୍କ ଦୃଷ୍ଟିରେ ଶୁକ୍ର ଅବସ୍ଥାନ କରିଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?